ବୈତରଣୀରେ ବୁଡ଼ ପକାଇଲେ ଶ୍ରଦ୍ଧାଳୁ

ପାଟଣା,୮।୧୧(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ ପାଇଁ ସୋମବାର ରାତ୍ରି ୨ଟାରୁ ପାଟଣାର ପାପନାଶିନୀ ବୈତରଣୀ ନଦୀର ପରମେଶ୍ୱର ଶିବ ମନ୍ଦିର ସଂଲଗ୍ନ ଅନସୂୟା ଘାଟ ଓ ରାଜନଗର ଶୈବ କାବେରୀ ଘାଟରେ ହଜାର ହଜାର ଶ୍ରଦ୍ଧାଳୁ ବୁଡ଼ ପକାଇଥିଲେ। ଶ୍ରଦ୍ଧାଳୁ ଆ କା ମା ବୈ, ପାନ ଗୁଆ ଥୋଇ- ପାନ ଗୁଆ ତୋର, ମାସକ ଧରମ ମୋର ଗୀତ ଗାଇ ଡଙ୍ଗା ଭସାଇଥିଲେ।

ମଙ୍ଗଳବାର ଚନ୍ଦ୍ରଗ୍ରହଣ ଥିବାରୁ ରାତ୍ରି ୨ଟାରୁ ପାଟଣା ମୁଖ୍ୟାଳୟ ବୈତରଣୀ ନଦୀ ସଂଲଗ୍ନ ପରମେଶ୍ୱର ଶିବମନ୍ଦିର, ମୁଖ୍ୟାଳୟ ଆନନ୍ଦେଶ୍ୱର ଶିବମନ୍ଦିର, ସ୍ବାମୀ ଶାସନ ସ୍ଥିତ ସୋମେଶ୍ୱର ମହାଦେବ ମନ୍ଦିର, ରାଜନଗର ଦଧିବାମନ ଜୀୟୁ ମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ତେବେ ଚନ୍ଦ୍ରଗ୍ରହଣ ପାଇଁ ଠାକୁରଙ୍କ ନିକଟରେ ଭୋଗ ନ ଲଗାଇ ଭୋଗ ଥୋଇ ଥିଲେ ଶ୍ରଦ୍ଧାଳୁ।

ପ୍ରାଚୀନ ଉତ୍କଳ ନୌବାଣିଜ୍ୟ ପରମ୍ପରାକୁ ମନେପକାଇ କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମର ପୁଣ୍ୟତୋୟା ବୈତରଣୀ ନଦୀ ଶୈବ୍ୟ କାବେରୀ ଘାଟରେ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଛି । ରାଜନଗର ବୋଇତ ବନ୍ଦାଣ କମିଟି ତରଫରୁ ୪୦ ଫୁଟ ଲମ୍ବ ୨୦ଫୁଟ ଓସାରବିଶିଷ୍ଟ ଏକ ସୁଦୃଶ୍ୟ ବୋଇତକୁ ପୂଜାର୍ଚ୍ଚନା କରି ଉତ୍ସବର ଶୁଭାରମ୍ଭ କରାଯାଇଥିଲା।

ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଜଗନ୍ନାଥ ନାଏକଙ୍କ ଦ୍ୱାରା ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ପରେ ନଦୀରେ ବୋଇତ ଭସାଯାଇଥିଲା । କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ସୁଧାଂଶୁ ନାଏକ, ସମିତି ସଭ୍ୟ ଅବନି କୁମାର ନାଏକ, ବୋଇତ ବନ୍ଦାଣ କମିଟି ପକ୍ଷରୁ ଧରଣୀଧର ଦାସ, ଜିତେନ୍ଦ୍ର କୁମାର ସିଂ, ବସନ୍ତ କୁମାର ମିଶ୍ର, ତୃପ୍ତି ରଞ୍ଜନ ସିଂ, ଦିଲୀପ କୁମାର ସିଂ, ପ୍ରତାପ ଚନ୍ଦ୍ର ରଣା, ମୃତ୍ୟୁଞ୍ଜୟ ପାଣି, ଶରତ ଜ୍ୟୋତି କର ପ୍ରମୁଖ ଉପସ୍ଥିତ ଥିଲେ। ପାଟଣା ଓ ତୁରୁମୁଙ୍ଗା ପୋଲିସ ପକ୍ଷରୁ ପାଟଣା ଓ ରାଜନଗର ବୈତରଣୀ ନଦୀ ଓ ମନ୍ଦିରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri