ବୈତରଣୀରେ ବୁଡ଼ ପକାଇଲେ ଶ୍ରଦ୍ଧାଳୁ

ପାଟଣା,୮।୧୧(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ ପାଇଁ ସୋମବାର ରାତ୍ରି ୨ଟାରୁ ପାଟଣାର ପାପନାଶିନୀ ବୈତରଣୀ ନଦୀର ପରମେଶ୍ୱର ଶିବ ମନ୍ଦିର ସଂଲଗ୍ନ ଅନସୂୟା ଘାଟ ଓ ରାଜନଗର ଶୈବ କାବେରୀ ଘାଟରେ ହଜାର ହଜାର ଶ୍ରଦ୍ଧାଳୁ ବୁଡ଼ ପକାଇଥିଲେ। ଶ୍ରଦ୍ଧାଳୁ ଆ କା ମା ବୈ, ପାନ ଗୁଆ ଥୋଇ- ପାନ ଗୁଆ ତୋର, ମାସକ ଧରମ ମୋର ଗୀତ ଗାଇ ଡଙ୍ଗା ଭସାଇଥିଲେ।

ମଙ୍ଗଳବାର ଚନ୍ଦ୍ରଗ୍ରହଣ ଥିବାରୁ ରାତ୍ରି ୨ଟାରୁ ପାଟଣା ମୁଖ୍ୟାଳୟ ବୈତରଣୀ ନଦୀ ସଂଲଗ୍ନ ପରମେଶ୍ୱର ଶିବମନ୍ଦିର, ମୁଖ୍ୟାଳୟ ଆନନ୍ଦେଶ୍ୱର ଶିବମନ୍ଦିର, ସ୍ବାମୀ ଶାସନ ସ୍ଥିତ ସୋମେଶ୍ୱର ମହାଦେବ ମନ୍ଦିର, ରାଜନଗର ଦଧିବାମନ ଜୀୟୁ ମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ତେବେ ଚନ୍ଦ୍ରଗ୍ରହଣ ପାଇଁ ଠାକୁରଙ୍କ ନିକଟରେ ଭୋଗ ନ ଲଗାଇ ଭୋଗ ଥୋଇ ଥିଲେ ଶ୍ରଦ୍ଧାଳୁ।

ପ୍ରାଚୀନ ଉତ୍କଳ ନୌବାଣିଜ୍ୟ ପରମ୍ପରାକୁ ମନେପକାଇ କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମର ପୁଣ୍ୟତୋୟା ବୈତରଣୀ ନଦୀ ଶୈବ୍ୟ କାବେରୀ ଘାଟରେ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଛି । ରାଜନଗର ବୋଇତ ବନ୍ଦାଣ କମିଟି ତରଫରୁ ୪୦ ଫୁଟ ଲମ୍ବ ୨୦ଫୁଟ ଓସାରବିଶିଷ୍ଟ ଏକ ସୁଦୃଶ୍ୟ ବୋଇତକୁ ପୂଜାର୍ଚ୍ଚନା କରି ଉତ୍ସବର ଶୁଭାରମ୍ଭ କରାଯାଇଥିଲା।

ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଜଗନ୍ନାଥ ନାଏକଙ୍କ ଦ୍ୱାରା ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ପରେ ନଦୀରେ ବୋଇତ ଭସାଯାଇଥିଲା । କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ସୁଧାଂଶୁ ନାଏକ, ସମିତି ସଭ୍ୟ ଅବନି କୁମାର ନାଏକ, ବୋଇତ ବନ୍ଦାଣ କମିଟି ପକ୍ଷରୁ ଧରଣୀଧର ଦାସ, ଜିତେନ୍ଦ୍ର କୁମାର ସିଂ, ବସନ୍ତ କୁମାର ମିଶ୍ର, ତୃପ୍ତି ରଞ୍ଜନ ସିଂ, ଦିଲୀପ କୁମାର ସିଂ, ପ୍ରତାପ ଚନ୍ଦ୍ର ରଣା, ମୃତ୍ୟୁଞ୍ଜୟ ପାଣି, ଶରତ ଜ୍ୟୋତି କର ପ୍ରମୁଖ ଉପସ୍ଥିତ ଥିଲେ। ପାଟଣା ଓ ତୁରୁମୁଙ୍ଗା ପୋଲିସ ପକ୍ଷରୁ ପାଟଣା ଓ ରାଜନଗର ବୈତରଣୀ ନଦୀ ଓ ମନ୍ଦିରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri