ବିବାହକୁ ନେଇ ଏମିତି କହିଲେ କାର୍ତ୍ତିକ

ମୁମ୍ବାଇ: ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ଇଣ୍ଡଷ୍ଟ୍ରିର ମୋଷ୍ଟ ଏଲିଜବଲ୍‌ ବ୍ୟାଚଲର। ତାଙ୍କ ଚେହେରା, ହସ ଏବଂ ଷ୍ଟାଇଲ୍‌ ଉପରେ ସାରା ବିଶ୍ୱର ନଜର। ଝିଅମାନେ କ’ଣ ପୁଅମାନେ ମଧ୍ୟ ତାଙ୍କ ଷ୍ଟାଇଲ୍‌କୁ ଖୁବ୍‌ ପସନ୍ଦ କରନ୍ତି।

ବି’ ଟାଉନରେ କାର୍ତ୍ତିକ ୧୦ ବର୍ଷ ଅତିବାହିତ କରିସାରିଲେଣି। ତାଙ୍କ ନାମ ସହିତ ଅନେକ ଅଭିନେତ୍ରୀଙ୍କ ନାଁ ଯୋଡ଼ା ଯାଇଥିଲା। କିନ୍ତୁ ସେ ସମ୍ପର୍କକୁ କେବେ ସ୍ବୀକାର କରି ନ ଥିଲେ। ତାଙ୍କୁ ଭଲ ପାଉଥିବା ପ୍ରତ୍ୟେକ ପ୍ରଶଂସକ ଜାଣିବାକୁ ଚାହାନ୍ତି ଯେ ତାଙ୍କ ହୃଦୟରେ କିଏ ଅଛନ୍ତି।

କାର୍ତ୍ତିକ ‘ସତ୍ୟପ୍ରେମ କି କଥା’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମ ଚଳିତ ମାସରେ ରିଲିଜ ହେବାକୁ ଯାଉଛି। ଏଭଳି ପରିସ୍ଥିତିରେ କାର୍ତ୍ତିକ ମଧ୍ୟ ନିଜ ଷ୍ଟାଇଲ୍‌ରେ ଫିଲ୍ମର ପ୍ରମୋଶନ ଆରମ୍ଭ କରିଛନ୍ତି। ନିକଟରେ ସେ ଟୁଇଟରରେ #AskKartik ଅଧିବେଶନ ରଖିଥିଲେ। ଯେଉଁଥିରେ ସେ ବାର୍ତ୍ତାଳାପ ମାଧ୍ୟମରେ ତାଙ୍କ ପ୍ରଶଂସକଙ୍କ ପ୍ରଶ୍ନର ଉତ୍ତର ଦେଇଥିଲେ। ଏହି ସମୟରେ କାର୍ତ୍ତିକ ତାଙ୍କ ପ୍ରେମ ଜୀବନ ଏବଂ ବିବାହ ପାଇଁ ତାଙ୍କର ଯୋଜନା ବିଷୟରେ ଖୋଲାଖୋଲି ଭାବରେ କଥା ହୋଇଥିଲେ।

ଜଣେ ୟୁଜର କାର୍ତ୍ତିକଙ୍କୁ ପଚାରିଲେ, ‘ଲଭ୍‌ ମ୍ୟାରେଜ କରିବେ ନା ଆରେଞ୍ଜ ମ୍ୟାରେଜ? ମାଲା ଆଣ୍ଟି (କାର୍ତ୍ତିକଙ୍କ ମା’)ଙ୍କ ନିକଟକୁ ବହୁତ ପ୍ରସ୍ତାବ ତ ଆସୁଥିବ। ଅଭିନେତା ଏହା ଉପରେ ଏକ ମଜାଳିଆ ଉତ୍ତର ଦେଇଥିଲେ। ସେ ଏହାର ଉତ୍ତରରେ ଲେଖିଛନ୍ତି, ‘ଏହି ବିବାହ ଆରେଞ୍ଜ ବାୟ ଲଭ୍‌’। ପ୍ରତିଦିନ ତ ପ୍ରସ୍ତାବ ଆସୁଛି। ସେହିପରି ଆଉ ଜଣେ ୟୁଜର ପଚାରିଲେ କେବେ ବିବାହ ହେଉଛି? ଏହାର ଉତ୍ତରରେ କାର୍ତ୍ତିକ କହିଥିଲେ, ଘୋଡ଼ା, ଭେନ୍ୟୁ, ମେନୁ ସବୁ ପ୍ରସ୍ତୁତ, କିନ୍ତୁ କନ୍ୟା ମିଳିବା ଉଚିତ। କାର୍ତ୍ତିକଙ୍କ ଏହି ଉତ୍ତର ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri