କାର୍ତ୍ତିକ ପୂର୍ଣ୍ଣିମା: ବୈତରଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ

ପାଟଣା,୨୭।୧୧(ବୀର କିଶୋର ଦାଶ.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଏବଂ ବୋଇତ ବନ୍ଦାଣ ଉତ୍ସବ ରବିବାର ପାଳନ କରାଯାଇଛି। ରବିବାର ଭୋର ୪ଟାରୁ ପାଟଣା ବୈତରଣୀ ନଦୀର ପରମେଶ୍ୱର ଶିବ ମନ୍ଦିର ସଲଗ୍ନ ଅନୁସୟା ଘାଟ ଏବଂ ରାଜନଗର ଶୈବ୍ୟା କାବେରୀ ଘାଟରେ ପଡୋଶୀ ଝାଡ଼ଖଣ୍ଡ ଏବଂ ମୟୁରଭଞ୍ଜ ଓ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ହଜାର ହଜାର ଶ୍ରଦ୍ଧାଳୁ ଆସି ପାପନାଶିନୀ ବୈତରଣୀ ନଦୀରେ ବୁଡ଼ ପକାଇ ଡଙ୍ଗା ଭସାଇଥିଲେ।

ଏପରିକି ପାଟଣା ମୁଖ୍ୟାଳୟ ବୈତରଣୀ ନଦୀ ସଲଗ୍ନ ପମେଶ୍ୱର ଶିବ ମନ୍ଦିର, ମୁଖ୍ୟାଳୟ ଆନନ୍ଦେଶ୍ୱର ଶିବ ମନ୍ଦିର , ସ୍ବାମଶାସନ ସ୍ଥିତ ସୋମେଶ୍ୱର ମହାଦେବ ମନ୍ଦିର, ରାଜନଗର ଦଧିବାମନ ଜିୟୁ ମନ୍ଦିରରେ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ପ୍ରାଚୀନ ଉତ୍କଳ ନୌବାଣିଜ୍ୟ ଓ ପରମ୍ପରାକୁ ମନେ ପକାଇ କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଦେଇ ପ୍ରବାହିତ ପୁଣ୍ୟତୋୟା ବୈତରଣୀ ନଦୀରେ ଥିବା ଶୈବ୍ୟାକାବେରୀ ଘାଟରେ ବୋଇତ ବନ୍ଦାଣ କମିଟି ରାଜନଗର ପକ୍ଷରୁ ୨୩ତମ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଥିଲା।

ରାଜନଗର ବୋଇତ ବନ୍ଦାଣ କମିଟି ପକ୍ଷରୁ ୪୦ ଫୁଟ ଲମ୍ବ ୨୦ଫୁଟ ଓସାର ବିଶିଷ୍ଟ ଏକ ସୁଦୃଶ ବୋଇତକୁ ପ୍ରଥମେ ପୂଜକ ପ୍ରଦୀପ ପାଣି ପୂଜାର୍ଚ୍ଚନା କରିଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଜଗନ୍ନାଥ ନାଏକ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ପରେ ନଦୀରେ ବୋଇତ ଭସା ଯାଇଥିଲା। କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ସୁଧାଂଶୁ ନାଏକ, ବୋଇତ ବନ୍ଦାଣ କମିଟି ପକ୍ଷରୁ ତୃପ୍ତି ରଞ୍ଜନ ସିଂ, ଧରଣୀଧର ଦାସ, ବସନ୍ତ ମିଶ୍ର, ଅକ୍ଷୟ ନାରାୟଣ ମିଶ୍ର, ଜିତେନ୍ଦ୍ର କୁମାର ସିଂ, ପାଟଣା ଓ ତୁରୁମୁଙ୍ଗା ପୋଲିସ ପକ୍ଷରୁ ପାଟଣା ଓ ରାଜନଗର ବୈତରଣୀ ନଦୀ ଓ ମନ୍ଦିରରେ ସୁରକ୍ଷା ବ୍ୟବସ୍ଥା କରାଯାଇ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri