Posted inଜାତୀୟ

‘କର୍ତ୍ତବ୍ୟ ପଥ‘ରେ ଆଇସକ୍ରିମର ୯୦ ଷ୍ଟଲ, ପାଣିର ୩୦ଟି ଟ୍ରଲିକୁ ମିଳିବ ଅନୁମତି

ନୂଆଦିଲ୍ଲୀ,୧୫ ।୯: ନିକଟରେ ରାଜଧାନୀ ଦିଲ୍ଲୀର ଇଣ୍ଡିଆ ଗେଟ ପାଖ ସର୍କଲର ନାମକରଣ ‘କର୍ତ୍ତବ୍ୟ ପଥ‘ କରାଯାଇଛି । ଆଧୁନିକତାର ଛାପ ସହ ଏହା ପର୍ଯ୍ୟଟକଙ୍କୁ ଆକର୍ଷିତ କରିବ ଓ ସ୍ଥାନୀୟ ଲୋକଙ୍କୁ ବି ରୋଜଗାର ଯୋଗାଇବ । ଏହି କର୍ତ୍ତବ୍ୟ ପଥକୁ ଏବେ ସାଧାରଣ ଜନତାଙ୍କ ପାଇଁ ଖୋଲି ଦିଆଯାଇଛି । ଏବେ ଏଠାରେ ବହୁ ସଂଖ୍ୟାରେ ଲୋକ ଯିବା ଆସିବା ଆରମ୍ଭ କରି ଦେଇଛନ୍ତି । ହେଲେ ଏଠାରେ ଲୋକଙ୍କ ଆବଶ୍ୟକୀୟ ସାମଗ୍ରୀ ଖୁବ୍ କମ ମିଳୁଛି । ଏହାକୁ ଦୃଷ୍ଟିରେ ରଖି ଏବେ ସେଠାରେ ଭେଣ୍ଡର ବ୍ୟବସ୍ଥା କରାଯାଉଛି । ଏଥିପାଇଁ ନୂଆଦିଲ୍ଲୀ ନଗର ପାଳିକା ପରିଷଦ(ଏନଡିଏମସି)ବୁଧବାର କହିଛି ‘କର୍ତ୍ତବ୍ୟ ପଥ‘ରେ ଜିନିଷ ବିକ୍ରି ପାଇଁ ନିର୍ଦ୍ଧାରିତ ୬ଟି ସ୍ଥାନରେ ୯୦ ଆଇସକ୍ରିମ ଠେଲା ଓ ୩୦ ପାଣିର ଟ୍ରଲି ଲାଗି ପାରିବ । ଏଠାରେ କେବଳ ଲାଇସେନ୍ସଧାରୀଙ୍କୁ ବସିବାର ଅନୁମତି ମିଳିବ ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?