Posted inଖେଳ

କରୋନାରୁ ଆରୋଗ୍ୟ ହେଲେ କରୁଣ ନାୟାର

ନୂଆଦିଲ୍ଲୀ, ୧୪ା୮ (ପି.ଟି.)-ଭାରତ ଓ କିଙ୍ଗ୍ସ ଇଲେଭେନ୍‌ ବ୍ୟାଟ୍ସମ୍ୟାନ କରୁଣ ନାୟାର କୋଭିଡ୍‌-୧୯ରୁ ଆରୋଗ୍ୟ ଲାଭ କରିଛନ୍ତି। ସେପ୍ଟେମ୍ବର ୧୯ରୁ ଆରମ୍ଭ ହେବାକୁଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଖେଳିବା ଲାଗି ସେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ଯିବେ। ନାୟାରଙ୍କର ଗତ ମାସରେ କୋଭିଡ୍‌ ଟେଷ୍ଟ ହୋଇଥିଲା ଏବଂ ଫଳାଫଳ ପଜିଟିଭ୍‌ ଆସିଥିଲା। କରୋନା ଟେଷ୍ଟରେ ନେଗେଟିଭ୍‌ ଆସିବା ପୂର୍ବରୁ ସେ ଦୁଇ ସପ୍ତାହରୁ ଊର୍ଦ୍ଧ୍ୱ ଦିନ ଧରି ସେଲ୍‌ଫ ଆଇସୋଲେଶନରେ ଥିଲେ। ଏହି ରିପୋର୍ଟ ଉପରେ ଫ୍ରାଞ୍ଚାଇଜ୍‌ ତରଫରୁ କୌଣସି ମନ୍ତବ୍ୟ ଦିଆଯାଇ ନାହିଁ। କିନ୍ତୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଏକ ସୂତ୍ରରୁ ପ୍ରକାଶ କ୍ୱାରାଣ୍ଟାଇନ ଶେଷ ହେବା ପରେ ଅଗଷ୍ଟ ୮ରେ ହୋଇଥିବା କୋଭିଡ୍‌ ଟେଷ୍ଟରେ ତାଙ୍କର ନେଗେଟିଭ୍‌ ଆସିଥିଲା। ଅଗଷ୍ଟ ୨୦ରେ ୟୁଏଇ ଗସ୍ତ ପୂର୍ବରୁ ଦଳର ଅବଶିଷ୍ଟ ସଦସ୍ୟଙ୍କ ସହିତ ତାଙ୍କୁ ଆହୁରି ତିନୋଟି ଟେଷ୍ଟରେ ଉତ୍ତୀର୍ଣ୍ଣ ହେବାକୁ ପଡ଼ିବ। ଟେଷ୍ଟରେ ଏକ ତ୍ରିଶତକ ହାସଲ କରିଥିବା ନାୟାର ଗତଥର ୨୦୧୭ରେ ଭାରତ ତରଫରୁ ଖେଳିଥିଲେ। ୨୦୧୮ରୁ ସେ କିଙ୍ଗ୍ସ ଇଲେଭେନ ପଞ୍ଜାବ ଦଳର ଜଣେ ସଦସ୍ୟ ରହିଆସିଛନ୍ତି। ୨୮ ବର୍ଷୀୟ ଏହି କ୍ରିକେଟର ତାଙ୍କ କର୍ନାଟକ ଟିମ୍‌ମେଟ୍‌ ମୟଙ୍କ ଅଗ୍ରଓ୍ବାଲ ଓ କେ.ଏଲ୍‌ ରାହୁୁଲଙ୍କ ସହିତ ଖେଳିବେ। ରାହୁଲଙ୍କୁ ପ୍ରଥମ ଥର ଦଳର ଅଧିନାୟକ କରାଯାଇଛି। କିଙ୍ଗ୍ସ ଇଲେଭେନ ପଞ୍ଜାବ ଦୁବାଇରେ ଅବସ୍ଥାନ କରିବ। ସେଠାରେ ପହଞ୍ଚତ୍ବା ପରେ ଅନ୍ୟ ଦଳଗୁଡ଼ିକ ଭଳି ଏହାର ଖେଳାଳିମାନେ ୬ ଦିନ କ୍ୱାରାଣ୍ଟାଇନ୍‌ରେ ରହିବେ। ଏକତ୍ର ଟେନିଂ ଆରମ୍ଭ କରିବା ପୂର୍ବରୁ ଖେଳାଳିଙ୍କର ୩ଥର ଟେଷ୍ଟରେ ନେଗେଟିଭ୍‌ ଆସିବା ଦରକାର। ମଙ୍ଗଳବାର ରାଜସ୍ଥାନ ରୟାଲ୍ସର ଫିଲ୍‌ଡିଂ କୋଚ୍‌ ଦିଶାନ୍ତ ୟାଗନିକ୍‌ଙ୍କର କରୋନା ଭାଇରସ ଟେଷ୍ଟ ହୋଇଥିଲା। ହୋମ୍‌ ଟାଉନ୍‌ ଉଦୟପୁରରେ ବର୍ତ୍ତମାନ ସେ କ୍ୱାରାଣ୍ଟାଇନରେ ଅଛନ୍ତି। ଆଇପିଏଲ୍‌ ସେପ୍ଟେaମ୍ବର ୧୯ରୁ ନଭେମ୍ବର ୧୦ ପର୍ଯ୍ୟନ୍ତ ତିନୋଟି ଭେନ୍ୟୁ ଦୁବାଇ, ଶାରଜା ଓ ଆବୁଧାବୀରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

କୋହଲିଙ୍କୁ କ୍ଷତି, ମାଲାମାଲ ହେଲେ ଗିଲ୍‌: ଆଗକୁ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୭।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜ ଶେଷ ହେବା ପରେ ଆଇସିସି ପକ୍ଷରୁ ନୂଆ ଦିନିକିଆ ରାଙ୍କିଙ୍ଗ ଜାରି କରାଯାଇଛି। ଏହି ରାଙ୍କିଙ୍ଗରେ ଭାରତୀୟ…

‘ମୋତେ ଏବେ ହିଁ ନିଦ ଲାଗୁଛି…’, ପ୍ରଥମ ମ୍ୟାଚ ଜିତିବା ପରେ କାହିଁକି ଏମିତି କହିଲେ ଶ୍ରେୟସ ଆୟର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ ପରେ ଶ୍ରେୟସ ଆୟର କହିଥିଲେ ଯେ ସେ ଏକ ଶତକ ହାସଲ କରିବାକୁ ସ୍ବପ୍ନ ଦେଖୁଥିଲେ ଏବଂ ସେହି…

ଟେଷ୍ଟ, ଦିନିକିଆ, ଟି-୨୦ ତିନୋଟିଯାକ ଫର୍ମାଟରେ ଶତକ ହାସଲ କରି ଏମିତି ଯୋଗ୍ୟତା ଅର୍ଜନ କଲେ ଏହି ଭାରତୀୟ ଖେଳାଳି, ଛୁଟୁଛି ପ୍ରଶଂସା

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଅଧିନାୟକ ଶ୍ରେୟସ ଆୟର ଇତିହାସ ସୃଷ୍ଟି କରିଛନ୍ତି। ଆନ୍ତର୍ଜାତୀୟ କ୍ରିକେଟର ତିନୋଟିଯାକ ଫର୍ମାଟରେ ଶତକ ହାସଲ କରିବାରେ…

‘ଇତିହାସ ସର୍ବଦା…’: ଅଜିତ ଅଗରକରଙ୍କୁ ବିଦାୟ ଜଣାଇ ଏମିତି କ’ଣ କହିଲେ ଗୌତମ ଗମ୍ଭୀର, ଓଦା ହୋଇଯାଉଛି ଆଖି!

ନୂଆଦୀଲ୍ଲୀ,୭।୧୦: ଗୌତମ ଗମ୍ଭୀର ଅଜିତ ଅଗରକରଙ୍କ ପାଇଁ ଏକ ଭାବପୂର୍ଣ୍ଣ ବିଦାୟକାଳୀନ ବାର୍ତ୍ତା ଲେଖିଛନ୍ତି, ଯିଏ ନିକଟରେ ମୁଖ୍ୟ ଚୟନକର୍ତ୍ତା (Chief Selector) ଭାବରେ ନିଜର କାର୍ଯ୍ୟକାଳ…

ପରସ୍ପର ସହ ଆଖି ମିଳାଇଲେ ନାହିଁ ସ୍ମୃତି ମନ୍ଧାନା-ହରମନପ୍ରୀତ କୌର ; ଡ୍ରେସିଂ ରୁମର ପରିବେଶକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ମଙ୍ଗଳବାର ଭାରତୀୟ ମହିଳା କ୍ରିକେଟ ଦଳରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦରୁ ଓହରି ଯାଇଥିଲେ ଏବଂ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?