ଅହିଂସାର ରେଶମ ‘କରୁଣା ସିଲ୍କ’

ଭୁବନେଶ୍ୱର,୨୨ ।୧୧(ଶର୍ମିଷ୍ଠା ପାଣିଗ୍ରାହୀ): ଏଣ୍ଡିକୀଟ ମାରି ରେଶନ ଉତ୍ପାଦନ କରିବା କଥା ପ୍ରାୟ ସମସ୍ତଙ୍କୁ ଜଣାଥିବ। ମାତ୍ର ଏବେ ଏଣ୍ଡିକୀଟକୁ ନ ମାରି ବି ରେଶନ ଉତ୍ପାଦନ କରାଯାଇପାରିବ। ରେଶମ ଉତ୍ପାଦନ ବେଳେ ପାରମ୍ପରିକ ପଦ୍ଧତିରୁ ବାହାରି ଏକ ନୂଆ ବାଟ ଆପଣାଇଛି ଓଡ଼ିଶା। ଅହିଂସା ଉପାୟରେ ଏଣ୍ଡିକୀଟ ଖୋସାରୁ ପ୍ରସ୍ତୁତ ‘କରୁଣା ସିଲ୍କ’ ଓଡ଼ିଶାର ରେଶମ ଚାଷ ପରମ୍ପରାକୁ ଏକ ନୂଆ ଦିଗ ଦେଇଛି। ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଚାଲିଥିବା ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ‘ଓଡ଼ିଶା ପାଭିଲିୟନ’ରେ ଏହି ନିଆରା ସିଲ୍କ ପ୍ରମୁଖ ଆକର୍ଷଣ ପାଲଟିଛି। ସାଧାରଣତଃ ରେଶମ ଖୋସାରୁ ସୂତା ବାହାର କରିବା ବେଳେ ଏହାକୁ ଗରମ ପାଣିରେ ଫୁଟାଇବାକୁ ପଡ଼ିଥାଏ, ଯେଉଁଥିରେ ଖୋସା ଭିତରେ ଥିବା ରେଶମ କୀଟର ମୃତ୍ୟୁ ଘଟିଥାଏ। ମାତ୍ର ରେଶମ କୀଟକୁ ନ ମାରି ଅହିଂସା ଉପାୟରେ ଓଡ଼ିଶା ଉତ୍ପାଦନ କରୁଛି ଏହି ନୂତନ ସିଲ୍କ। ଅହିଂସା ବା କରୁଣା ପଥ ଅବଲମ୍ବନ କରି ଏହି ରେଶମ ଉତ୍ପାଦନ କରାଯାଉଥିବାରୁ ଏହାର ନାଁ ଦିଆଯାଇଛି ‘କରୁଣା ସିଲ୍କ’। ଏହି କରୁଣା ସିଲ୍କରୁ ଏବେ କରୁଣାମୟ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ପ୍ରସ୍ତୁତ ହେଉଛି ଖଣ୍ଡୁଆ ପାଟ।
ଓଡ଼ିଶା ସରକାରଙ୍କ ‘୫-ଟି’ ଅଭିଯାନ ଅଧୀନରେ ୨୦୨୨ରୁ ପାଇଲଟ୍‌ ପ୍ରକଳ୍ପ ଭାବେ ‘କରୁଣା ସିଲ୍କ’ର ଉତ୍ପାଦନ ଆରମ୍ଭ କରାଯାଇଛି। ପ୍ରଥମେ ୭୦୦ ଚାଷୀଙ୍କୁ ନେଇ ଏଥିପାଇଁ ଏଣ୍ଡିକୀଟ ଚାଷ କରାଯାଇଥିଲା। ସେଥିରୁ ୮୨ କୁଇଣ୍ଟାଲ ରେଶମ ଉତ୍ପାଦନ ହୋଇଥିଲା। ଚଳିତ ବର୍ଷ ଏହାର ସଂପ୍ରସାରଣ କରାଯାଇ ୧୪ଟି ଜିଲାର ୨୫୦୦ରୁ ଅଧିକ ଚାଷୀଙ୍କୁ ଏଥିରେ ଯୋଡ଼ାଯାଇଛି। ଏଥର ୨୦୦ କୁଇଣ୍ଟାଲରୁ ଅଧିକ ‘କରୁଣା ସିଲ୍କ’ ଉତ୍ପାଦନ ପାଇଁ ଲକ୍ଷ୍ୟ ରଖାଯାଇଛି। ଓଡ଼ିଶାରେ ଜଡ଼ା ଗଛର ପତ୍ର ଖାଇ ଏଣ୍ଡିକୀଟମାନେ ବଢୁଛନ୍ତି। ଗୋଟିଏ ମଲବରୀ ସିଲ୍କ ଶାଢ଼ି ବୁଣିବା ପାଇଁ ଯେତିକି ସୂତା ଆବଶ୍ୟକ ସେଥିରେ ୧୦ରୁ ୨୦ ହଜାର ପର୍ଯ୍ୟନ୍ତ ରେଶମ ପୋକ ମରିଥାନ୍ତି। ସେହିପରି ଗୋଟିଏ ଟସର ସିଲ୍କ ଶାଢ଼ି ପାଇଁ ୫ରୁ ୭ହଜାର ପୋକ ମରିଥାନ୍ତି। ଖଣ୍ଡୁଆ ପାଟର ଆଉ ଏକ ଆକର୍ଷଣ ହେଉଛି ଏଥିରେ ବୁଣାଯାଇଥିବା କବି ଜୟଦେବଙ୍କ ‘ଗୀତଗୋବିନ୍ଦ’ର ସୁଲଳିତ ପଂକ୍ତି। ଖୋର୍ଦ୍ଧା ଜିଲା ରାଉତପଡ଼ା ଗ୍ରାମର ପାରମ୍ପରିକ ରେଶମ କାରିଗରମାନେ ଏବେ ଏହି ‘କରୁଣା ସିଲ୍କ’ରୁ ସାତ୍ତ୍ୱିକ ଖଣ୍ଡୁଆ ପାଟ ପ୍ରସ୍ତୁତ କରୁଛନ୍ତି। ଏହି କାରିଗରମାନେ ନୂଆଦିଲ୍ଲୀର ପ୍ରଗତି ମଇଦାନରେ ନିଜର କଳା ପ୍ରଦର୍ଶନ କରୁଛନ୍ତି।
ଓଡ଼ିଶା ପାଭିଲିୟନରେ ଖୋର୍ଦ୍ଧା ରାଉତପଡ଼ାରୁ ଆସିଥିବା କାରିଗର ଗୋପିନାଥ ଦାସ ଖଣ୍ଡୁଆ ପାଟ ବୁଣୁଛନ୍ତି। ସେ କହିଛନ୍ତି,‘ମହାପ୍ରଭୁ ଶ୍ରୀଜଗନ୍ନାଥ ତ କହି ନାହାନ୍ତି ଜୀବକୁ ମାରି ତାଙ୍କ ପାଇଁ ଆମେ ଆଭୂଷଣ ପ୍ରସ୍ତୁତ କରିବା। ତେଣୁ ପୋକକୁ ନ ମାରି ଉତ୍ତମ ଟେକ୍ନୋଲୋଜି ବ୍ୟବହାର କରି ସେଥିରୁ ବାହାରୁଥିବା ସୂତାରୁ ଆମେ ପାଟ ବସ୍ତ୍ର ତିଆରି କରୁଛୁ। ରାଜ୍ୟ ସରକାରଙ୍କ ନିଜସ୍ବ ତତ୍ତ୍ୱାବଧାନରେ ଏହି କରୁଣା ସିଲ୍କ ବୁଣା କାମ କରାଯାଉଛି। ଓଡ଼ିଶାରେ ସିଲ୍କ ଉତ୍ପାଦନ ବେଳେ ରେଶମ କୀଟକୁ ନ ମାରି ନୂତନ ଓରଷ୍ଟେଡ୍‌ ପଦ୍ଧତି ମାଧ୍ୟମରେ ଆମେ ଖୋସାରୁ ସୂତା ବାହାର କରୁଛୁ। ଏଣ୍ଡି ଚାଷ କ୍ଷେତ୍ରରେ ଏହାକୁ ପରୀକ୍ଷାମୂଳକ ଭାବେ କରାଯାଉଛି। ରେଶମ କୀଟ ପ୍ରଜାପତି ହୋଇ ଉଡ଼ିଗଲା ପରେ ସେହି ଖୋସାକୁ ବ୍ୟବହାର କରି ସୂତା ପ୍ରସ୍ତୁତ କରାଯାଉଛି। ପ୍ରଜାପତି ଉଡ଼ିଗଲାବେଳେ ଖୋସାଟି ଫାଟିଯାଉଥିବାରୁ ସ୍ପିନିଙ୍ଗ ମିଲ୍‌ ମାଧ୍ୟମରେ ଆଧୁନିକ ଟେକ୍ନୋଲୋଜି ପ୍ରୟୋଗ କରି ଆବଶ୍ୟକ ରେଶମ ସୂତା ବାହାର କରାଯାଉଛି। ଓଡ଼ିଶାର ଏହି ନୂତନ ପ୍ରୟୋଗ କଥା ଜାଣି ସେଠାକୁ ଆସିଥିବା ପରିଦର୍ଶକମାନେ ବେଶ୍‌ ଖୁସି ହେଉଛନ୍ତି ବୋଲି ଓଡ଼ିଶା ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗର ସ୍ବତନ୍ତ୍ର ସଚିବ ଶୋଭନକୃଷ୍ଣ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଶିମିଳିପାଳ ବାନଗ୍ନି

ବାରିପଦା,୧ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ଭରପୁର ଶିମିଳିପାଳ ଅଭୟାରଣ୍ୟରେ ବାନଗ୍ନି ଅଣାୟତ୍ତ ହୋଇପଡିଛି । ପ୍ରତିଦିନ ନିଆଁ ଲାଗୁଥିବା ବେଳେ ବନ ବିଭାଗ ରୋକିବାକୁ...

ପାଣ୍ଡିଆନଙ୍କୁ କଡ଼ା ସମାଲୋଚନା କଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧।୫: ମୁଖ୍ୟମନ୍ତ୍ରୀ ଓ କାର୍ତ୍ତିକ ପାଣ୍ଡିଆନଙ୍କୁ ସମାଲୋଚନା କରିଛନ୍ତି ଭାଜପା ନେତା ତଥା ବ୍ରହ୍ମପୁରରୁ ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ । ଯଦି ତାଙ୍କ...

ବିଜେଡିରେ ଫାଟ: ପ୍ରଦୀପ-ରମେଶ ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଝରିଗାଁ,୧।୫(ସଦାଶିବ ପ୍ରହରାଜ/କିଶୋର ଚନ୍ଦ୍ର ମଣ୍ଡଳ):ନିର୍ବାଚନ ଯେତିକି ପାଖେଇ ଆସୁଛି, ଝରିଗାଁ ନିର୍ବାଚନମଣ୍ଡଳୀରେ ବିଜେଡି ଟେନ୍‌ସନ ସେତିକି ବଢ଼ିବାରେ ଲାଗିଛି। ବିଜେଡିରେ ଫାଟ ଥିବା ଅଭିଯୋଗ ହେଉଛି।...

ବିଶ୍ୱର ୧୦ ଉତ୍ତପ୍ତ ସହର ମଧ୍ୟରେ ଓଡ଼ିଶାର ୩

ଭୁବନେଶ୍ୱର, ୧ା୫ (ଅସମାପିକା ସାହୁ):ପ୍ରବଳ ଖରାରେ ଜଳୁଛି ସାରା ଓଡ଼ିଶା। ଘରୁ ବାହାରିଲେ ତାତି ସହିତ ଝାଞ୍ଜି ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତ ୧୬ଦିନ...

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri