ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ ଗଞ୍ଜାମ ବ୍ଲକ୍‌ ଦେଇ ବଙ୍ଗୋପସାଗରରେ ମିଶିଛି। ଗଞ୍ଜାମ ଜିଲାବାସୀଙ୍କ ପିଇବା ପାଣି, ଜଳସେଚନରେ ଋଷିକୁଲ୍ୟା ପ୍ରମୁଖ ଭୂମିକା ଗ୍ରହଣ କରୁଛି। ଏଣୁ ଏହାକୁ ଗଞ୍ଜାମ ଜିଲାର ଜୀବନରେଖା କୁହାଯାଏ।

ହେଲେ ଏହି ପୁରାତନ ଋଷିକୁଲ୍ୟା ନଦୀ ଏବେ ବିପଦରେ ରହିଛି। ଦିନକୁ ଦିନ ନଦୀର ଗର୍ଭ ପୋତି ହୋଇଗଲାଣି। ବର୍ଷା ଦିନେ ନଦୀର ବନ୍ୟାଜଳ ଦୁଇ କୂଳ ଖାଇବା ଯୋଗୁ ଧୀରେ ଧୀରେ ଏହା ଜନବସତି ଆଡ଼କୁ ମାଡି ଯାଉଥିବା ଦେଖାଯାଉଛି।

ଅନୁସନ୍ଧାନ ବେଳେ ଦେଖାଯାଇଛି, ନଦୀର ଗର୍ଭ କାଶତଣ୍ଡୀ ସହ ବିଭିନ୍ନ ଲତା ଜାତୀୟ ଗଛରେ ଭରି ଗଲାଣି। ଅନ୍ୟପକ୍ଷେ ବେଲଗାମ ଭାବେ ବାଲି ଖନନ ଯୋଗୁ ନଦୀ ସ୍ଥାନେ ସ୍ଥାନେ ଗତିପଥ ପରିବର୍ତ୍ତନ ପାଇଁ ପ୍ରସ୍ତୁତ ହେଲାଣି। ଏହା ମଧ୍ୟରେ ଭଞ୍ଜନଗର ଜଳସେଚନ ବିଭାଗ ପକ୍ଷରୁ ଦୁର୍ବଳ ନଦୀ ହିଡ଼ର ନିର୍ମାଣ ପାଇଁ ପ୍ରକ୍ରିୟା ଜାରି ରହିଛି।

ସେହିପରି ବିଭାଗ ପକ୍ଷରୁ ସୋରଡା ବ୍ଲକ୍‌ର ପିପଳପଙ୍କା, ଧରାକୋଟ ବ୍ଲକ୍‌ର ଜାନବିଲି ଓ ଛତ୍ରପୁର ବ୍ଲକ୍‌ର କଂସାରୀଗଣ୍ଡ ଠାରେ ଜିଲାର ଜଳସେଚନ ଓ ପିଇବାପାଣି ସମସ୍ୟାର ସମାଧାନ ପାଇଁ ନୂତନ ବ୍ୟାରେଜ ନିର୍ମାଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।

ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ନଦୀ ଭିତରେ ମାଇଲ ମାଇଲ ଧରି କାଶତଣ୍ଡୀ ବଂଶ ବିସ୍ତାର କରିବାରେ ଲାଗିଛି। ନିଜର ସୌନ୍ଦର୍ଯ୍ୟରେ ଲୋକଙ୍କୁ ଆକର୍ଷିତ କରିବା ସହ ପାର୍ବଣ ଆଗମନର ସୂଚନା ଦେଉଥିବା କାଶତଣ୍ଡୀ ଋଷିକୁଲ୍ୟା ପାଇଁ ଅଭିଶାପ ପାଲଟିଥିବା ଦେଖା ଦେଇଛି। କାଶତଣ୍ଡୀର ବଂଶ ବିସ୍ତାର ନଦୀର ସୁରକ୍ଷାରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ନଦୀର ସୁରକ୍ଷା ପାଇଁ କାଶତଣ୍ଡୀ ହଟାଇବା ଜରୁରୀ ହୋଇପଡ଼ିଥିବା ବେଳେ ଏହାର ଶୁଭ୍ରତା ପାର୍ବଣ ଋତୁ ଆଗମନର ସୂଚନା ଦେଉଛି । ଏଣୁ ବନ୍ୟା ନିୟନ୍ତ୍ରଣ ପାଇଁ ଜଳସେଚନ ବିଭାଗ ପକ୍ଷରୁ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri