କାଶ ପଟେଲ ହେବେ ଏଫବିଆଇ ଡାଇରେକ୍ଟର, ଭରସା କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧।୧୨: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହୋଇଥିବା ଡୋନାଲ୍ଡ ଟ୍ରମ୍ପ ଶନିବାର ତାଙ୍କର ଘନିଷ୍ଠ ବିଶ୍ୱାସୀ କାଶ ପଟେଲଙ୍କୁ ଫେଡେରାଲ ବ୍ୟୁରୋ ଅଫ ଇନଭେଷ୍ଟିଗେସନ (FBI) ର ଶକ୍ତିଶାଳୀ ପଦ ପାଇଁ ମନୋନୀତ କରିଛନ୍ତି। ଏହା ସହ ଆଗାମୀ ଟ୍ରମ୍ପ ପ୍ରଶାସନରେ କାଶ ପଟେଲ ସର୍ବୋଚ୍ଚ ଭାରତୀୟ ଆମେରିକୀୟ ହୋଇପାରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଟ୍ରମ୍ପ କାଶ ପଟେଲଙ୍କ ନିଯୁକ୍ତି ଘୋଷଣା କରିଛନ୍ତି।
ଶନିବାର ରାତିରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଟ୍ରମ୍ପ ଏକ ପୋଷ୍ଟରେ ଲେଖିଛନ୍ତି ଯେ ମୁଁ ଘୋଷଣା କରି ଗର୍ବିତ ଯେ କାଶ୍ୟପ ‘କାଶ’ ପଟେଲ ଫେଡେରାଲ ବ୍ୟୁରୋର ପରବର୍ତ୍ତୀ ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିବେ। କାଶ ଜଣେ ଉଜ୍ଜ୍ୱଳ ଆଇନଜୀବୀ, ଅନୁସନ୍ଧାନକାରୀ ଏବଂ ‘ଆମେରିକା ପ୍ରଥମ’ ଫାଇଟର ଯିଏ ଦୁର୍ନୀତିକୁ ଉନ୍ମୋଚନ କରିବା, ନ୍ୟାୟ ରକ୍ଷା କରିବା ଏବଂ ଆମେରିକାର ଲୋକଙ୍କୁ ସୁରକ୍ଷା ଦେବାରେ ନିଜର କ୍ୟାରିୟର ଅତିବାହିତ କରିଛନ୍ତି।

ପ୍ରବାସୀ ଭାରତୀୟ ପଟେଲ ଜଣେ ପୂର୍ବତନ ରିପବ୍ଲିକାନ କର୍ମଚାରୀ ଯିଏକି ଟ୍ରମ୍ପଙ୍କ ପ୍ରଥମ କାର୍ଯ୍ୟକାଳ ମଧ୍ୟରେ ବରିଷ୍ଠ ପ୍ରତିରକ୍ଷା ଏବଂ ଗୁପ୍ତଚର ପଦବୀରେ ଅବସ୍ଥାପିତ ହୋଇଥିଲେ। ଗତ ବର୍ଷ ସେ ଟ୍ରମ୍ପ ବିରୋଧୀ ରାଜନେତା ଏବଂ ସାମ୍ବାଦିକଙ୍କ ବିରୋଧରେ ଏକ ଫ୍ରଣ୍ଟ ଖୋଲିବେ ବୋଲି ପ୍ରତିଶୃତି ଦେଇଥିଲେ। ଆମେରିକାର ପୂର୍ବତନ ଡେପୁଟି ନ୍ୟାସନାଲ ସିକ୍ୟୁରିଟି ପରାମର୍ଶଦାତା ଚାଲର୍‌ସ କପ୍ପରମ୍ୟାନ ନ୍ୟୁୟର୍କ ଟାଇମ୍ସକୁ କହିଛନ୍ତି ଯେ ଟ୍ରମ୍ପଙ୍କ ପ୍ରତି ପଟେଲ କେତେ ବିଶ୍ୱସ୍ତ ଅଟନ୍ତି। ସେ କହିଛନ୍ତି ଯେ ୨୦୧୮ରେ ଯେତେବେଳେ ଟ୍ରମ୍ପ ଜନତାଙ୍କ ବିରୋଧର ସମ୍ମୁଖୀନ ହୋଇଥିଲେ, ସେତେବେଳେ ସେ ଓଭାଲ ଅଫିସରେ ବରିଷ୍ଠ ଉପଦେଷ୍ଟାମାନଙ୍କର ଏକ ବୈଠକ ଡାକିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?