Posted inଜାତୀୟ

କାଶୀ ବିଶ୍ୱନାଥ ମନ୍ଦିରର ଲୋକାର୍ପଣ କରିବେ ମୋଦି, କ’ଣ ରହିଛି ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୧୩ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ବାରାଣସୀ ଗସ୍ତରେ ଯାଇ ସାମବାର କାଶୀ ବିଶ୍ୱନାଥ ମନ୍ଦିରର ଶିଳାନ୍ୟାସ କରିବେ । ୧୩ ତାରିଖ ଅର୍ଥାତ୍ ସୋମବାର ଦିନ ପ୍ରାୟ ୧ଟା ବେଳେ ସେ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିବେ ଏହାପରେ ପ୍ରାୟ ୩୩୯ କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା କାଶୀ ବିଶ୍ୱନାଥ ମନ୍ଦିରର ପ୍ରଥମ ଭାଗର ଉଦ୍‌ଘାଟନ କରିବେ । ନିଜ ସଂସଦୀୟ କ୍ଷେତ୍ର ବାରାଣସୀରେ ମୋଦିଙ୍କ ଏହି ଡ୍ରିମ ପ୍ରୋଜେକ୍ଟ ଟୁରିଜିମ କ୍ଷେତ୍ରକୁ ଆଗକୁ ବଢାଇବାରେ ସହଯୋଗ କରିବ । ତେବେ ଆଚାର୍ଯ୍ୟଙ୍କ ଦ୍ୱାରା ଦିଆଯାଇଥିବା ଶୁଭ ମୁହୂର୍ତ୍ତ ଅନୁଯାୟୀ ମୋଦି ଏହାର ଉଦ୍‌ଘାଟନ କରିବେ ବୋଲି ଜଣାପଡିଛି ।
ଗତ ୨୪୧ ବର୍ଷର ଇତିହାସରେ କାଶୀ ବିଶ୍ୱନାଥ ମନ୍ଦିରକୁ ତୃତୀୟ ଥର ରିନୋଭେଟ କରାଯାଇଛି । ଏହି ପବିତ୍ର ମନ୍ଦିରକୁ ମୋଗଲମାନେ ନଷ୍ଟ କରିଦେବାକୁ ଚାହୁଁଥିବା ବେଳେ ଅନେକ ଥର ଆକ୍ରମଣ ଯୋଗୁ ଏହାର ଅଧିକାଂଶ ଅଂଶ ନଷ୍ଟ ହାଇ ଯାଇଥିଲା । ସର୍ବ ପ୍ରଥମେ ଏହି ମନ୍ଦିରକୁ ୧୭୮୦ ମସିହାରେ ଅହିଲ୍ୟା ବାଇ ହୋଲକରଙ୍କ ଦ୍ୱାରା ରିନୋଭେଟ କରାଯାଇଥୀଲା । ଏହାପରେ ୧୮୫୩ରେ ମହାରାଜା ରଣଜୀତ ସିଂ ମନ୍ଦିରର ଅନେକ ସ୍ଥାନରେ ସୁନାରେ କିଛି କାମ କରିଥିଲେ । ଏହାପରେ ୨୦୧୯ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ମନ୍ଦିରର ଭବ୍ୟ କରିଡର ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ ।
କରିଡରକୁ ଦୁଇଟି ଭାଗରେ ବିଭକ୍ତ କରାଯାଇଛି । ମୁଖ୍ୟ ପରିସରକୁ ତିଆରି କରିବାକୁ ଲାଲ ବଲୁଆ ପଥର ବ୍ୟବହାର କରାଯାଇଛି । କରିଡରରେ ୪ ବଡ ବଡ ଗେଟ ରହିଛି, ଏହାର ଚାରି ପଟରେ ପ୍ରଦକ୍ଷିଣ ପଥ ନିର୍ମାଣ କରାଯାଇଛି । ଏହି ପ୍ରଦକ୍ଷିଣ ପଥରେ ଶଙ୍ଖମଲମଲରେ ୨୨ ଶିଳାଲେଖ ଲଗାଯାଇଛି । ଏଥିରେ ଆଦି ଶଙ୍କରାଚାର୍ଯ୍ୟଙ୍କ ସ୍ମୃତି, କାଶୀ ବିଶ୍ୱନାଥର ସ୍ମୃତି ଓ ଭଗବାନ ଶଙ୍କରଙ୍କ ସହ ଜଡିତ ମହତ୍ୱପୂର୍ଣ୍ଣ ତଥ୍ୟ ଉଲ୍ଲେଖ କରାଯାଇଛି ।
ଏହାର ଏଣ୍ଟ୍ରି ଗେଟର ସଂରଚନାରେ ପାରମ୍ପରିକ ଶିଳ୍ପ କୌଶଳର ଉପଯୋଗ କରାଯାଇଛି, ଯାହା ଆମର ଇତିହାସ ଓ ସଂସ୍କୃତିକୁ ଦର୍ଶାଉଛି । କାଶୀ ବିଶ୍ୱନାଥ ମନ୍ଦିର ଟ୍ରଷ୍ଟର ୱେବ ସାଇଟ ଅନୁଯାୟୀ ଏହି ମନ୍ଦିରକୁ ‘ସ୍ୱର୍ଣ୍ଣ ମନ୍ଦିର’ ମଧ୍ୟ କୁହାଯାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri