ଅବ୍ୟବସ୍ଥା ଘେରରେ କାଶୀନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

କାଶୀନଗର/ପାରଳାଖେମୁଣ୍ଡି,୨୨ା୫ (ଡି.ଏନ୍‌.ଏ): ଗଜପତି ଜିଲା କାଶୀନଗର ବ୍ଲକରେ ଥିବା ୧୧ନଂ ୱାର୍ଡ ତଥା ବ୍ଲକ କଲୋନୀର ରାସ୍ତା କଡ଼ରେ କାଶୀନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବ୍ୟବହୃତ ଆବର୍ଜନା ପଡ଼ିରହିଥିବା ଦେଖିବାକୁ ମିଳିଛି। ପ୍ରସବ ମହିଳାମାନଙ୍କ ପାଇଁ ବ୍ୟବହାର କରାଯାଇଥିବା ବସ୍ତୁ, ଔଷଧୀୟ ଜିନିଷଗୁଡ଼ିକ ରାସ୍ତା କଡ଼ରେ ପଡିଥିବା ଯୋଗୁଁ ପରିବେଶ ଦୂଷିତ ହେବା ସହ ସଂକ୍ରମଣ ବ୍ୟାପିବାର ସମ୍ଭାବନା ଥିବା ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି। ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ସରକାରୀ ଓ ବେସରକାରୀ ଭାବେ ୬ଜଣ ସୁଇପର ଥିବା ବେଳେ ସେମାନଙ୍କ ଦାହିତ୍ୱହୀନତା ଯୋଗୁ ବ୍ୟବହାର ଆର୍ବଜନା ଗୁଡ଼ିକ ରାସ୍ତା କଡ଼ରେ ପଡିଥିବା ଅଭିଯୋଗ ହୋଇଛି। କାଶୀନଗର ଏନ୍‌ଏସି କାର୍ଯ୍ୟାଳୟ ତରଫରୁ ପ୍ରତ୍ୟେକ ଦିନ ଆର୍ବଜନା ନେବା ପାଇଁ ଗାଡ଼ିର ବ୍ୟବସ୍ଥା କରାଯାଇଥିଲେ ବି ଏପରି ଦୃଶ୍ୟ ଦେଖିବାକୁ ମିଳିଛି। ଉକ୍ତ କଲୋନୀରେ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଥିବା ବେଳେ ବହୁ ଲୋକ ସେହି ରାସ୍ତା ଦେଇ ଯିବା ଆସିବା କରନ୍ତି। ରାସ୍ତା କଡ଼ର ଏପରି ଅବ୍ୟବସ୍ଥା ଯୋଗୁଁ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି । ସେହିପରି ସ୍ବାସ୍ଥ୍ୟକେନ୍ଦ୍ରରେ ଫାର୍ମାସିଷ୍ଟ ପଦବୀ ଖାଲି ପଡ଼ିଥିବା ବେଳେ ଅନ୍ୟ କର୍ମଚାରୀଙ୍କ ଦ୍ୱାରା ଔଷଧ ବଣ୍ଟନ କରାଯାଉଛି। କର୍ମଚାରୀ ଅନୁପସ୍ଥିତ ରହିବା ଦ୍ୱାରା ରୋଗୀ ଔଷଧ ନେବା ପାଇଁ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରୁଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ପଦବୀ ପୂରଣ କରିବା ପାଇଁ ସ୍ଥାନୀୟ ଲୋକ ବାରମ୍ବାର ଦାବି କରିବା ପରେ ବି ପ୍ରଶାସନ କୌଣସି ପଦକ୍ଷେପ ନେଇନଥିବାରୁ ଅସନ୍ତୋଷ ବୃଦ୍ଧି ପାଉଛି। ସେହିପରି ଜେନେରେଟର ବ୍ୟବସ୍ଥା ଥିଲେ ମଧ୍ୟ ତାହା କାମ ଦେଉନଥିବାରୁ ବିଦ୍ୟୁତ ବିଭ୍ରାଟ ହେଲେ ରୋଗୀମାନେ ଅନ୍ଧକାରମୟ ପରିବେଶରେ ରହୁଥିବା ଅଭିଯୋଗ ହେଉଛି। ତେଣୁ ତୁରନ୍ତ ସ୍ବାସ୍ଥ୍ୟକେନ୍ଦ୍ରର ଏହିସବୁ ସମସ୍ୟା ସୁଧାରିବାକୁ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri