ସମସ୍ୟା ଘେରରେ କାଶୀନଗର ଏନ୍‌ଏସି

କାଶୀନଗର,୨୨ା୧୧: ଗଜପତି ଜିଲାର ଏକମାତ୍ର ଏନଏସି କାଶୀନଗର ସମସ୍ୟା ଘେରରେ ରହିଛି। ବେଶେଷକରି ଡମ୍ପିଂୟାର୍ଡ ସମସ୍ୟାର ସମାଧାନ ହୋଇପାରୁନଥିବା ଯୋଗୁ ଜନ ଅସନ୍ତୋଷ ବଢିବାରେ ଲାଗିଛି। ସହରରେ ଖୁବ ନିକଟବର୍ତ୍ତୀ ଅଞ୍ଚଳରେ ଉକ୍ତ ସ୍ଥାନ ରହିଛି। ସେଠାକାର ଦୁର୍ଗନ୍ଧ ଦ୍ୱାରା ବାୟୁ ପ୍ରଦୂଷିତ ହେଉଛି। ପଲ ପଲ ଘୁଷୁରି ବି ସେଠାରେ ରହୁଛନ୍ତି। ମଶା ପାଦ୍ରୁଭାବ ବଢ଼ୁଛି। ଡେଙ୍ଗୁ ବ୍ୟାପିବାର ସମ୍ଭାବନା ବୃଦ୍ଧି ପାଉଥିବା ବେଳେ ଏନ୍‌ଏସି ପ୍ରଶାସନ ଡମ୍ପିଂୟାର୍ଡ ଲାଗି ଅନ୍ୟତ୍ର ଜାଗା ବାଛିବା ସକାଶେ ପଦକ୍ଷେପ ନେଉନାହିଁ। ସୂଚନା ଅନୁସାରେ, ବର୍ତ୍ତମାନ ଆବର୍ଜନା ଫିଙ୍ଗା ଯାଉଥିବା ସ୍ଥାନଟି ଏକ ପଟ୍ଟାଜମି ଓ ତାହା ଜଣଙ୍କର ନାମରେ ରହିଛି। ଅନ୍ୟପକ୍ଷରେ ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ କାଶୀନଗର ସହର ରାଜପୁର ଗ୍ରାମ ମଧ୍ୟରେ ଥିବା ସରକାର ଜମିକୁ ଡପିଂୟାର୍ଡ଼ ରୂପେ ବ୍ୟବହାର କରାଗଲେ ସମସ୍ୟା କମିବ। ତେଣୁ ପ୍ରଶାସନ ଏହି ଦିଗରେ ବିଚାର କରିବା ଉଚିତ। ସେହିପରି ମଶା ପାଦ୍ରୁଭାବ ରୋକିବା ପାଇଁ ଧୂଆଁ ଛଡ଼ା ମେସିନ ଥିଲେ ମଧ୍ୟ ତାହା ବ୍ୟବହୃତ ନ ହୋଇ ପଡିରହିଥିବା ଅଭିଯୋଗ ହେଉଛି। ୨ଟି ପୁରୁଣା ଟ୍ରାକ୍ଟର ଇଞ୍ଜିନ ଓ ଡାଲା ୪ ପୁରୁଣା ୱାଟର ଟେଙ୍କର, ଗୋଟିଏ ପାଇଖାନା ଟାଙ୍କି ସଫା କରିବା ମେଶିନ ବିଜୁ କଲ୍ୟାଣ ମଣ୍ଡପ ନିକଟବର୍ତ୍ତୀ ରାସ୍ତା ପାର୍ଶ୍ୱରେ ପଡି ରହି ସହରର ସୌନ୍ଦର୍ଯ୍ୟ ହାନି ଘଟାଉଛି ବୋଲି ମଧ୍ୟ ମତ ପ୍ରକାଶ ପାଇଛି। ତେବେ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri