କାଶିନିପଦର: ହିତାଧିକାରୀଙ୍କ ଚାଉଳ ଲୁଟ୍‌ ଅଭିଯୋଗ

ଫୁଲବାଣୀ ଅଫିସ, ୧୭।୫: କନ୍ଧମାଳ ଜିଲାରେ ହିତାଧିକାରୀଙ୍କ ଚାଉଳ ହେରଫେର ହେଉଥିବା ଅଭିଯୋଗ ହୋଇଛି। ବିଗତ ଦିନରେ କୁଟିଆ କନ୍ଧଙ୍କ ଚାଉଳ ହରିଲୁଟକୁ ନେଇ ଜିଲାରେ ଚର୍ଚ୍ଚା ଜୋର ଧରିଥିଲା। ଘଟଣାକୁ ଚପାଇ ଦେବାକୁ ସେତେବେଳେ ବେଶ ଉଦ୍ୟମ କରାଯାଇଥିଲା। ଆଜି ପର୍ଯ୍ୟନ୍ତ ସେହି ଘଟଣାର ତଦନ୍ତ ଶେଷ ହେଉନି। ସେହିଭଳି ଆଉ ଏକ ଖବର ଜିଲାର ଫିରିଙ୍ଗିଆ ବ୍ଲକ କାଶିନିପଦର ପଞ୍ଚାୟତରେ ଦେଖିବାକୁ ମିଳିଛି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ଜଣେ ହିତାଧିକାରୀଙ୍କୁ ମିଳୁଥିବା ୫ କେଜି ଚାଉଳ ପରିବର୍ତ୍ତେ ୩ କେଜି ଚାଉଳ ଦିଆଯାଉଛି। ଏତେ କମ ଚାଉଳ କାହିଁକି ଦିଆଯାଉଛି ପଚାରିଲେ ଚାଉଳ କମ ଆସୁଛି ବୋଲି ଉତ୍ତର ଦିଆଯାଉଛି, ଯାହାକୁ ନେଇ ପଞ୍ଚାୟତବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ପାଖାପାଖି ଏ ପର୍ଯ୍ୟନ୍ତ ୭୨ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଚାଉଳ ହେରଫେର ହୋଇଥିବା ଲୋକେ ଅଭିଯୋଗ କରିଛନ୍ତି, ଯାହାର ଆନୁମାନିକ ମୂଲ୍ୟ ବଜାରରେ ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ହେବ।
ପଞ୍ଚାୟତରେ ଚାଉଳ ବାଣ୍ଟିବା ଦାୟିତ୍ୱରେ ଯୋଗାଣ ସହାୟକ ଅଛନ୍ତି। ଲୋକେ ତାଙ୍କୁ ଅଭିଯୋଗ କରିବାରୁ ସରକାର ୭୧ କୁଇଣ୍ଟାଲ ଚାଉଳ କାଟି କରି ଦେଇଥିବା କହୁଛନ୍ତି ା କାହିଁକିି କଟାଯାଇିଛି କହିଲେ କିଛି ଉତ୍ତର ରଖୁନଥିଲେ ା ସରକାରଙ୍କ କ’ଣ ନିର୍ଦ୍ଦେଶ ରହିିଛି ଚାଉଳ କାଟିବାକୁୁ ନେଇ ବାରମ୍ବାର ଲୋକେ ପଚାରିବାରୁ ସେ ଏକ ଚିଠି ଦେଖାଉଛନ୍ତି ା ଯେଉଁଥିରେ ପଞ୍ଚାୟତରେ ପୂର୍ବରୁ ୭୧ କୁଇଣ୍ଟାଲ ଚାଉଳ ଷ୍ଟକ ଥିବା ଦର୍ଶାଯାଇଛି ା ଯଦି ପୂବର୍ର୍ରୁ ଷ୍ଟକ ଥିଲା, ତାହାଲେ ସେ ଚାଉଳ କୁଆଡେ ଗଲା ବୋଲି ଲୋକେ ପ୍ରଶ୍ନ କରିଛନ୍ତି। ପୂବର୍ର୍ରୁ ଚାଉଳ ଠିକ୍‌ ଦିଆ ଯାଉଥିଲା ା ଆଜକୁ ୩ ମାସ ହେଲା ଚାଉଳ କାଟି ଦିଆଯାଉଛି। ପଚାରିଲେ ସରକାର କାଟିଛନ୍ତି ବୋଲି କୁହାଗଲା। ପରେ ଆମେ ଜାଣିବାକୁ ପାଇଲୁ କି ମାର୍ଚ୍ଚ ମାସ ସୁଦ୍ଧା ପଞ୍ଚାୟତରେ ପାଖାପାଖି ୭୨ କୁଇଣ୍ଟାଲ ଚାଉଳ ଷ୍ଟକ ଥିଲା। ସେଥିପାଇଁ ମାଚ୍ଚଁ ପରଠାରୁ ପଞ୍ଚାୟତକୁ ଯେତିକିି ଚାଉଳ ଆସିବା କଥା ସେଥିରୁ ୭୨ କୁଇଣ୍ଟାଲ ଚାଉଳ କାଟି କରି ମିଳିଲା। ତେଣୁ ଏହି ଚାଉଳକୁ ଆତ୍ମସାତ କରଯାଇଛି। ଲୋକଙ୍କୁ ଭୁଆଁ ବନାଇବାକୁ ଚେଷ୍ଟା କରାଯାଇ ଚାଉଳ କାଟି ଦିଆଯାଉଛି। ଏହି ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ସାମାଜିକ କର୍ମୀ କେଶବ ଦିଗାଲ ପ୍ରକାଶ କରିଛନ୍ତି। ଯୋଗାଣ ସହାୟକ ଭୋଳାନାଥ ପ୍ରଧାନଙ୍କୁ ପଚାରିବାରୁ ସେ କୌଣସି ସନ୍ତୋଷଜନକ ଉତ୍ତର ଦେଇନାହାନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri