ଥମୁନି କାଶୀପୁର ଶିଶୁ ମୃତ୍ୟୁ, ଆଉ ଜଣେ ପୀଡ଼ିତା ଆଖି ବୁଜିଲେ

ଟିକିରି,୧୨ା୬(ପ୍ରଫୁଲ୍ଲ କୁମାର ବେହେରା): କିଛି ଦିନ ବ୍ୟବଧାନରେ ଅଜଣା ରୋଗରେ ୩ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଗୁରୁତର ରହିଛନ୍ତି। ମଙ୍ଗଳବାର ରାତିରେ ଆଉ ଜଣେ ପୀଡ଼ିତା ଆଖି ବୁଜିଛନ୍ତି। ସେ ହେଉଛନ୍ତି ଉକ୍ତ ଗ୍ରାମର ବୁଧ ମାଝିଙ୍କ ଝିଅ କାଲି(୧୩)। ବର୍ତ୍ତମାନ ୪ ଶିଶୁ ଏବଂ ଦୁଇ ବୃଦ୍ଧା ଗୁରୁତର ଅବସ୍ଥାରେ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି।
ଏପରି ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ଦଙ୍ଗାସିଲ ପଞ୍ଚୟତର ମୁନୁସପଦର ଗ୍ରାମରେ। ଦୀର୍ଘ ୧୫ ଦିନ ହେବ ଏହି ଅଜଣା ରୋଗରେ ଗ୍ରାମବାସୀ ପୀଡ଼ିତ ହେଉଛନ୍ତି। ଗ୍ରାମବାସୀଙ୍କ କହିବା ଅନୁଯାୟୀ, ନାଳ ଏବଂ ଝରଣା ପାଣି ପିଇବା ଦ୍ୱାରା ଏପରି ସମସ୍ୟା ଉପୁଜିଛି। ଖରଜଳ ଜଣାପଡ଼ିବା ପରେ ଗତକାଲି କାଶୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଏକ ଡାକ୍ତରୀ ଟିମ୍‌ ଯାଇ ପରୀକ୍ଷା କରି ଔଷଧ ଦେଇ ଫେରିଥିଲେ। ପୁଣି ଆଜି ଏକ ଡାକ୍ତରୀ ଦଳ ସହ ଅତିରିକ୍ତ ଜନସ୍ବାସ୍ଥ୍ୟ ଅଧିକାରୀ ମମତା ଚୌଧୁରୀ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରି ଔଷଧ ବିତରଣ କରି ଫେରିଛନ୍ତି। ଆଜି ମଧ୍ୟ ଦୁଇ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କୁ ମେଡିକାଲ ନେବା ପାଇଁ ଯାଇଥିବା ଡାକ୍ତରୀଦଳ ବହୁତ ଚେଷ୍ଟା କରିଥିଲେ ମଧ୍ୟ ପରିବାର ଲୋକ ମନା କରିବାରୁ ଡାକ୍ତରୀ ଦୋଳ ଫେରିଆସିଥିଲେ। ଗାଁକୁ ଯିବା ପାଇଁ ହେଲେ ୬ କିଲୋମିଟରେ ପାହାଡ଼ିଆ ପାଦଚଲା ରାସ୍ତା ଦେଇ ୩ଟି ନାଳ ଅତିକ୍ରମ କରି ବହୁ କଷ୍ଟରେ ଯିବାକୁ ପଡୁଛି। ଅନ୍ୟପକ୍ଷରେ କାଶୀପୁର ବ୍ଲକ କଂଗ୍ରେସ କମିଟିର ଅଙ୍ଗଦ ନାଏକ ଓ କିଛି କର୍ମୀ ସହ ଗାଁକୁ ଯାଇ ସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri