ଦଶମନ୍ତପୁରରେ କାଶୀପୁର ଚିତ୍ର: ବ୍ୟାପୁଛି ଝାଡ଼ାବାନ୍ତି, ଜଣେ ମୃତ

କୋରାପୁଟ,୨୦।୭(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁରରେ ହଇଜାରେ ୭ ଜଣ ଆଖି ବୁଜିଥିବା ବେଳେ ବକୋରାପୁଟ ଜିଲା ଦଶମନ୍ତପୁର ବ୍ଲକରେ ମଧ୍ୟ ସମାନ ଚିତ୍ରଦେଖିବାକୁ ମିଳିଛି । ବିଶେଷ କରି ତୁମ୍ବାଗୁଡ଼ା ପଞ୍ଚାୟତରେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି।
୪ ଦିନ ତଳେ ଉକ୍ତ ପଞ୍ଚାୟତ ଅଧୀନ ହାତୀମୁଣ୍ଡା ଗାଁର ପ୍ରାୟ ୧୨ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ । ହାତୀମୁଣ୍ଡା ଗାଁର କାଳିଚନ୍ଦ୍ର ଗୌଡ ନାମକ ଜଣେ ବ୍ୟକ୍ତିଙ୍କର ଦଶମନ୍ତପୁର ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା । ଏହି ଖବର ଜାଣିବା ପରେ ଦଶମନ୍ତପୁର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ଦେଖାଦେଇଛି । ଏକ ଡାକ୍ତରୀ ଟିମ ଗାଁରେ ପହଞ୍ଚି ଲୋକଙ୍କୁ ଝାଡ଼ାବାନ୍ତିରୁ ରକ୍ଷା ପାଇବା ପାଇଁ ସଚେତନ କରୁଛନ୍ତି। ଗୁରୁତରଙ୍କୁ ଆମ୍ବୁଲାନ୍ସ ଯୋଗେ ଦଶମନ୍ତପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଉଛି। ମଙ୍ଗଳବାର ପୁଣି ୪ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ହାତୀମୁଣ୍ଡା ଗାଁରେ ୭ ଦିନିଆ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର କରାଯିବା ସହ ଲୋକଙ୍କୁ ସଚେତନ କରାଯାଉଛି । ଜିଲାପାଳ ଏବଂ ଅତିରିକ୍ତ ଜିଲା ଚିକିତ୍ସାଧିକାରୀ ପ୍ରମୁଖ ହାତୀ ମୁଣ୍ଡା ଗାଁକୁ ଯାଇ ସ୍ଥିତିର ଅନୁଧ୍ୟାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri