ଦଶମନ୍ତପୁରରେ କାଶୀପୁର ଚିତ୍ର: ବ୍ୟାପୁଛି ଝାଡ଼ାବାନ୍ତି, ଜଣେ ମୃତ

କୋରାପୁଟ,୨୦।୭(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁରରେ ହଇଜାରେ ୭ ଜଣ ଆଖି ବୁଜିଥିବା ବେଳେ ବକୋରାପୁଟ ଜିଲା ଦଶମନ୍ତପୁର ବ୍ଲକରେ ମଧ୍ୟ ସମାନ ଚିତ୍ରଦେଖିବାକୁ ମିଳିଛି । ବିଶେଷ କରି ତୁମ୍ବାଗୁଡ଼ା ପଞ୍ଚାୟତରେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି।
୪ ଦିନ ତଳେ ଉକ୍ତ ପଞ୍ଚାୟତ ଅଧୀନ ହାତୀମୁଣ୍ଡା ଗାଁର ପ୍ରାୟ ୧୨ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ । ହାତୀମୁଣ୍ଡା ଗାଁର କାଳିଚନ୍ଦ୍ର ଗୌଡ ନାମକ ଜଣେ ବ୍ୟକ୍ତିଙ୍କର ଦଶମନ୍ତପୁର ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା । ଏହି ଖବର ଜାଣିବା ପରେ ଦଶମନ୍ତପୁର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ଦେଖାଦେଇଛି । ଏକ ଡାକ୍ତରୀ ଟିମ ଗାଁରେ ପହଞ୍ଚି ଲୋକଙ୍କୁ ଝାଡ଼ାବାନ୍ତିରୁ ରକ୍ଷା ପାଇବା ପାଇଁ ସଚେତନ କରୁଛନ୍ତି। ଗୁରୁତରଙ୍କୁ ଆମ୍ବୁଲାନ୍ସ ଯୋଗେ ଦଶମନ୍ତପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଉଛି। ମଙ୍ଗଳବାର ପୁଣି ୪ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ହାତୀମୁଣ୍ଡା ଗାଁରେ ୭ ଦିନିଆ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର କରାଯିବା ସହ ଲୋକଙ୍କୁ ସଚେତନ କରାଯାଉଛି । ଜିଲାପାଳ ଏବଂ ଅତିରିକ୍ତ ଜିଲା ଚିକିତ୍ସାଧିକାରୀ ପ୍ରମୁଖ ହାତୀ ମୁଣ୍ଡା ଗାଁକୁ ଯାଇ ସ୍ଥିତିର ଅନୁଧ୍ୟାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri