କାମରେ ଲାଗୁନି କାଶୀପୁର ପୋଷ୍ଟମର୍ଟମ ଗୃହ, ଶ୍ମଶାନ

ଟିକିରି,୮ା୮(ଡି.ଏନ୍‌.ଏ.):ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଥିବା ପୋଷ୍ଟ ମଟମ ଗୃହ ଥାଇ ଲୋକେ ଉପକୃତ ହେଉନାହାନ୍ତି। ଆବଶ୍ୟକ ସମୟରେ ପୋଷ୍ଟମଟମ୍‌ ପାଇଁ କାଶୀପୁର ଯିବାକୁପଡୁଛି। ଏହି ପୋଷ୍ଟମଟମ୍‌ ଘରର କବାଟ ନାହିଁ କି ଝରକା ନାହିଁ। ଏଠାରେ ହେଉଥିବା ପୋଷ୍ଟମଟମ୍‌କୁ ସାଧାରଣ ଲୋକେ ଦେଖିପାରିଥାନ୍ତି। ମଶାଣିରେ ବିଶ୍ରାମ ଗୃହ ରହିଛି ମାତ୍ର ଏହାର ଛାତ ନାହିଁ। ଫଳରେ ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ମଶାଣିର ଏହି ଗୃହ ଛାତ ପକାଇବା ଲାଗି ଅତୀତରେ ଅନେକ ନେତା, ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଏବେ ସେମାନଙ୍କ ଦେଖାନାହିଁ। କାଶୀପୁରର ଏହି ମଶାଣିକୁ ଯିବା ବେଳେ ୨ଟି ବିଦେଶୀ ମଦ ଦୋକାନ ଅତିକ୍ରମ କରି ଯିବାକୁ ପଡିଥାଏ। ଏହି ବିଦେଶୀ ମଦ ଦୋକାନ ଯୋଗୁ ଆଖପାଖରେ ଅନେକ ଭଙ୍ଗା କାଚ ମଦ ବୋତଲ ପଡ଼ିଥିବା ଦେଖିବାକୁ ମିଳେ। ଶିବ ମନ୍ଦିରକୁ ଯାଇଥିବା ଏହି ରାସ୍ତାରେ ପ୍ରତ୍ୟେହ ସ୍ଥାନୀୟ ଲୋକେ ମଧ୍ୟ ଯାତାୟାତ କରିଥାନ୍ତି। ଏହା ସତ୍ତ୍ୱେ ପଡିଥିବା ଭଙ୍ଗା କାଚ ଓ ମଦ ବୋତଲଗୁଡିକ ପ୍ରତି କାହାର ନଜର ପଡେନାହିଁ। ଅସରାଏ ବର୍ଷା ହେଲେ ରାସ୍ତାର ଅଳିଆ ଆବର୍ଜନା ରାସ୍ତା ଉପରକୁ ଭାସିଆସେ। ଏହି ସମୟରେ ମୃତଦେହ ନେଇ ଯିବା କଷ୍ଟକର ହୋଇଥାଏ। ପରିତ୍ୟକ୍ତ ଅବସ୍ଥାରେ ପଡିଥିବା ଏହି ଗୃହର ପୁନରୁଦ୍ଧାର ପାଇଁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?