Posted inଜାତୀୟ

କଶ୍ମୀର ଟେଲିଭିଜନ ଅଭିନେତ୍ରୀଙ୍କୁ ହତ୍ୟା କରିଥିବା ଦୁଇ ଆତଙ୍କବାଦୀ ନିହତ

ଶ୍ରୀନଗର,୨୭ ।୫: ଜମ୍ମୁ-କଶ୍ମୀରର ଅବନ୍ତିପୋରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହାଇଥିବା ସଂଘର୍ଷରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି । ଏହି ୨ ଆତଙ୍କବାଦୀ ଟେଲିଭିଜନ ଅଭିନେତ୍ରୀ ଅମରିନ ଭଟ୍ଟଙ୍କୁ ହତ୍ୟା କରିଥିଲେ ବୋଲି କୁହାଯାଏ । ଏବେବି ଅବନ୍ତିପୋରାରେ ତଲାସି ଅଭିଯାନ ଚାଲିଥିବା ବେଳେ ମୃତ ଦୁଇ ଆତଙ୍କବାଦୀଙ୍କୁ ଜମ୍ମୁ-କଶ୍ମୀର ପୋଲିସ ଘେରାବନ୍ଦୀ କରି ନିହତ କରିଥିବା ସୂଚନା ମିଳିଛି । ଜମ୍ମୁ-କଶ୍ମୀର ଆଇଜି କହିଛନ୍ତି ଅବନ୍ତିପୋରାରେ ଯେଉଁ ଆତଙ୍କବାଦୀଙ୍କୁ ସୁରକ୍ଷାକର୍ମୀ ଘେରିଥିଲେ, ସେହିମାନେ ହିଁ ଟେଲିଭିଜନ ଅଭିନେତ୍ରୀ ଅମରିନ ଭଟ୍ଟଙ୍କୁ ହତ୍ୟା କରିଥିଲେ ।
ସୂଚନାଯୋଗ୍ୟ, ବଡଗାମ ଜିଲାର ଚଦୁରାରେ ନିଜ ପୁତୁରା ସହ ଘର ବାହାରେ ଠିଆ ହୋଇଥିବା ବେଳେ ଟେଲିଭିଜନ ଅଭିନେତ୍ରୀ ଅମରିନଙ୍କୁ ଆତଙ୍କବାଦୀମାନେ ଗୁଳିକରି ହତ୍ୟା କରିଥିଲେ । ବୁଧବାର ଏହି ଘଟଣା ଘଟିଥିଲା । ଏହାପରେ ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ତଲାସି କରିବା ସମୟରେ ଏହି ଘଟଣା ଘଟାଇଥିବା ଦୁଇ ଆତଙ୍କବାଦୀଙ୍କୁ ନିହତ କରିବାରେ ସଫଳ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି।…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?