Posted inଜାତୀୟ

କଶ୍ମୀର ପାଇଁ ୧.୪୨ ଲକ୍ଷ କୋଟିର ବଜେଟ

ନୂଆଦିଲ୍ଲୀ,୧୫।୩: ପାର୍ଲାମେଣ୍ଟର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ଲାଗି ୨୦୨୨-୨୩ ଆର୍ଥତ୍କ ବର୍ଷ ନିମନ୍ତେ ୧.୪୨ ଲକ୍ଷ କୋଟି ଟଙ୍କାର ବଜେଟ ଲୋକ ସଭାରେ ଉପସ୍ଥାପନ କରିଛନ୍ତି। ଏହା ବ୍ୟତୀତ ସେ ଉକ୍ତ କେନ୍ଦ୍ରଶାସିତ ଅଞ୍ଚଳ ନିମନ୍ତେ ୨୦୨୧-୨୨ ବର୍ଷ ଲାଗି ୧୮,୮୬୦.୩୨ କୋଟି ଟଙ୍କାର ଅତିରିକ୍ତ ଖର୍ଚ୍ଚ ଦାବି ଆଗତ କରିଥିଲେ। ଜମ୍ମୁ-କଶ୍ମୀରରେ ଏବେ ବିଧାନସଭା ନ ଥିବାରୁ ଉକ୍ତ କେନ୍ଦ୍ରଶାସିତ ଅଞ୍ଚଳ ଲାଗି ବାର୍ଷିକ ବଜେଟ ପାର୍ଲାମେଣ୍ଟର ଅନୁମୋଦନ ଆବଶ୍ୟକ କରୁଛି। ସୋମବାର ଉକ୍ତ ବଜେଟ ଉପରେ ଆଲୋଚନା ଲାଗି ଅର୍ଥମନ୍ତ୍ରୀ ପ୍ରସ୍ତାବ ଆଣିଥିବାବେଳେ କଂଗ୍ରେସ ସଦସ୍ୟ ମନୀଷ ତିଓ୍ବାରୀ ଏହାକୁ ବିରୋଧ କରିଥିଲେ। ପ୍ରସ୍ତାବକୁ ଅନୁଧ୍ୟାନ ପାଇଁ ଯଥେଷ୍ଟ ସମୟ ଦିଆଯିବା ଆବଶ୍ୟକ ବୋଲି ତିଓ୍ବାରୀ କହିଥିଲେ।
ଊଶ୍ମୀରରେ ଆଇନ ଶୃଙ୍ଖଳା ସ୍ଥିତି ଚିନ୍ତାଜନକ। ସରକାର ଯେଉଁ ଉଦ୍ଦେଶ୍ୟରେ ସେଠାରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିଥିଲେ ତାହା ପୂରଣ ହୋଇନାହିଁ। ଜମ୍ମୁ-କାଶ୍ମୀରକୁ କେବେ ସମ୍ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବ ବୋଲି ତିଓ୍ବାରୀ ପ୍ରଶ୍ନ କରିଥିଲେ। କେନ୍ଦ୍ର ସରକାର ୨୦୧୯ ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ସହ ଏହାକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ଓ ଲଦାଖରେ ବିଭକ୍ତ କରିଥିଲେ। ଇତିମଧ୍ୟରେ ୩୩ ମାସ ବିତିଥିଲେ ମଧ୍ୟ ସରକାର ତାଙ୍କ ଲକ୍ଷ୍ୟ ହାସଲ କରିବାରେ ବିଫଳ ହୋଇଛନ୍ତି। ବର୍ତ୍ତମାନ ସେଠାର ସ୍ଥିତି ଅଧିକ ସମ୍ବେଦନଶୀଳ ବୋଲି କଂଗ୍ରେସ ନେତା କହିଥିଲେ।
ବଜେଟ ଆଲୋଚନାରେ ଭାଗନେଇ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଥିଲେ, ଜମ୍ମୁ-କଶ୍ମୀର ବଜେଟର ୬୩ ପ୍ରତିଶତ କଂଗ୍ରେସ ସରକାର ବେଳର ଅଧୁରା କାର୍ଯ୍ୟ ପୂରା କରିବାକୁ ମୋଦି ସରକାର ରଖିଛନ୍ତି। କଂଗ୍ରେସ କ୍ଷମତାକୁ ଆସିଲେ ଅନୁଚ୍ଛେଦ ୩୭୦ ଫେରାଇ ଆଣିବ ବୋଲି ପ୍ରତିଶ୍ରୁତି ଦେବାର ସତ୍‌ସାହସ ଅଛି କି ବୋଲି ସିଂ ପ୍ରଶ୍ନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri