Posted inଜାତୀୟ

ଜିଲା ମୁଖ୍ୟାଳୟକୁ ସ୍ଥାନାନ୍ତର ହେବେ ହିନ୍ଦୁ କର୍ମଚାରୀ

ଶ୍ରୀନଗର,୧।୬: ଜମ୍ମୁରେ କଶ୍ମୀର ପଣ୍ଡିତଙ୍କୁ ବାରମ୍ବାର ଟାର୍ଗେଟରେ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ଜମ୍ମୁ କଶ୍ମୀର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ପ୍ୟାକେଜ୍‌ ଅନୁଯାୟୀ, ଘାଟିରେ ନିଯୁକ୍ତ ଥିବା କଶ୍ମୀର ହିନ୍ଦୁ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟର ସମସ୍ତ କର୍ମଚାରୀଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୂ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ସମସ୍ତ କର୍ମଚାରୀଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାର ପ୍ରକ୍ରିୟା ଜୁନ ୬ ସୁଦ୍ଧା ଶେଷ ହେବ। ଏଥି ସହିତ, କର୍ମଚାରୀଙ୍କ ସମସ୍ୟାର ଶୀଘ୍ର ସମାଧାନ ପାଇଁ ଏକ ସ୍ବତନ୍ତ୍ର ଅଭିଯୋଗ ସେଲ ପ୍ରତିଷ୍ଠା କରାଯିବ। ବୁଧବାର ପ୍ରଶାସନ ଓ ପୋଲିସର ବରିଷ୍ଠ ଅଧିକାରୀଙ୍କ ସହ ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ଏକ ଉଚ୍ଚ ସ୍ତରୀୟ ବୈଠକରେ ଏହି ନିର୍ଦ୍ଦେଶ ଦେଇଛନ୍ତି।
ଇ-ମେଲ ମାଧ୍ୟମରେ ସ୍ବତନ୍ତ୍ର ଅଭିଯୋଗ ସେଲରେ ଅଭିଯୋଗ କରାଯାଇପାରିବ। ଯେଉଁ ଅଧିକାରୀମାନେ ଠିକ ସମୟରେ ସମସ୍ୟାର ସମାଧାନ ନ କରନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ ବଡ଼ଗାମରେ କଶ୍ମୀର ପଣ୍ଡିତ ରାହୁଲ ଭଟ୍ଟଙ୍କୁ ଆତଙ୍କବାଦୀମାନେ ହତ୍ୟା କରିଥିଲେ। ରାହୁଲ ଜଣେ ସରକାରୀ କର୍ମଚାରୀ ଥିତ୍ଲେ। ଏହାସହ ପୋଲିସକର୍ମୀ ରିୟାଜ୍‌ ଅହମ୍ମଦ ଠାକୋର ଏବଂ ଟିଭି ଅଭିନେତ୍ରୀ ଅମରିନ୍‌ ଭଟ୍ଟଙ୍କୁ ଗୁଳି ମାରି ହତ୍ୟା କରାଯାଇଥିଲା। ଗତକାଲି ଜଣେ ହିନ୍ଦୁ ଶିକ୍ଷୟିତ୍ରୀଙ୍କୁ ହତ୍ୟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଳୁ ଖୋଳୁଖୋଳୁ ମହାଦେବ…ବାଇକ୍-ମୋବାଇଲ୍ ବନ୍ଧକ ରଖି କରୁଥିଲେ ସୁଧ କାରବାର, ଘରୁ ଯାହା ବାହାରିଲା ପୋଲିସ ଦେଖି…

ମୋହନା,୧୧।୬(ମନ୍ମଥ ମିଶ୍ର): ବାଇକ, ଘର ପଟା ଓ ମୋବାଇଲ୍ ବନ୍ଧକ୍ ରଖି ବେଆଇନ୍ ରୁଣ କାରବାର ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ଅଡବା ପୋଲିସ ।…

ପୁଣି ହୃଦୟ ଜିତିଲେ ବୈଭବ ସୂର୍ଯବଂଶୀ, କିମ୍ବଦନ୍ତୀ କ୍ରିକେଟରମାନେ ଯାହା କହିଲେ ତାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୧।୬: ୨୦୨୬ ତ୍ରିରାଷ୍ଟ୍ରୀୟ A-ସିରିଜର ଏକ ଦୁର୍ବଳ ଆରମ୍ଭ ପରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଫର୍ମ ଫେରି ପାଇଛନ୍ତି। ଡାମ୍ବୁଲାରେ ଆଫଗାନିସ୍ତାନ A ବିପକ୍ଷରେ ଭାରତ A…

ଦଳୀୟ ଅନ୍ତର୍ଦ୍ୱନ୍ଦ୍ୱ ମଧ୍ୟରେ ମମତା ବାନାର୍ଜୀଙ୍କୁ ବଡ଼ ଝଟକା; ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ପ୍ରତିକ୍ରିୟା

କୋଲକାତା,୧୧।୬: ବିଧାନସଭାରେ ବିରୋଧୀ ଦଳ ନେତା (LoP) ପଦବୀକୁ ନେଇ ପଶ୍ଚିମବଙ୍ଗ ରାଜନୀତିରେ ଏକ ନୂତନ ବିବାଦ ଦେଖାଦେଇଛି। କଲିକତା ହାଇକୋର୍ଟ ଏହି ମାମଲାରେ ତୁରନ୍ତ ହସ୍ତକ୍ଷେପ…

କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହର ମାଛ ବଜାର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍‌କୁ…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ ଏଣ୍ଟ୍ରି ମାରିଲାଣି ଚାଇନ, ଦେଉଛି ଏମିତି ଉପଦେଶ

ବେଜିଂ,୧୧।୬: ଆମେରିକା ଦ୍ୱାରା ଇରାନ ଉପରେ ପୁନଃ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟ ପୁଣି ଥରେ ଏକ ବଡ଼ ସଙ୍କଟ ଦ୍ୱାରା ଆକ୍ରାନ୍ତ ହୋଇଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଇରାନ ଉପରେ ଆମେରିକାର ଆକ୍ରମଣ ଯୋଗୁ ଖରାପ ହେଉଛି ମଧ୍ୟପ୍ରାଚ୍ୟ ପରିସ୍ଥିତି; ଜୁନ ୧୬ରେ ଫ୍ରାନ୍ସରେ ଏକାଠି ହେବେ G-7 ରାଷ୍ଟ୍ର

ପ୍ୟାରିସ,୧୧।୬: ଜୁନ ୧୬ରେ G7 ଶିଖର ସମ୍ମିଳନୀ ସମୟରେ ମଧ୍ୟପ୍ରାଚ୍ୟ ପରିସ୍ଥିତି ସମ୍ପର୍କରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହେବ। ଫ୍ରାନ୍ସ ଏହି ବିଶେଷ ଅଧିବେଶନକୁ UAE,…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ପୁଣି ବାଜି ମାରିଲା ଭାଜପା! ରାଜ୍ୟ ସଭା ନିର୍ବାଚନରେ ୯ ଭାଜପା ପ୍ରାର୍ଥୀ ଜିତିଲେ

ନୂଆଦିଲ୍ଲୀ,୧୧।୬: ଗୁରୁବାର ଭାରତୀୟ ଜନତା ପାର୍ଟି (ଭାଜପା) ପାଇଁ ଏକ ବଡ଼ ଖବର ଆଣିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ୧୨ ବର୍ଷ କାର୍ଯ୍ୟକାଳ ପୂରଣ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri