Kashmir Terror Attack: ଆଉ ଜଣେ ଓଡ଼ିଆ ମୃତ

ଲାଠୋର,୨୪ା୪(ଭୁବନେଶ୍ୱର ବାରିକ): ମଙ୍ଗଳବାର ଅପରାହ୍ନରେ ଜମ୍ମୁ-କଶ୍ମୀରର ପହଲଗାମ୍‌ ଜିଲାରେ ହୋଇଥିବା ଆତଙ୍କବାଦୀଙ୍କ ଆକ୍ରମଣରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ଲାଠୋର ଗ୍ରାମର ଦିନେଶ ଅଗ୍ରୱାଲ(୪୫) ପ୍ରାଣ ହରାଇଛନ୍ତି। ଏହି ଖବର ବୁଧବାର ଜଣାପଡିବା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି। ଦିନେଶ ଲାଠୋର ଗ୍ରାମର ସ୍ବର୍ଗତ ପ୍ରୟାଗଚାନ୍ଦ ଅଗ୍ରୱାଲଙ୍କ ସାନ ପୁଅ l ସେ ଗ୍ରାମର ଶ୍ରୀ ଦୁର୍ଗେଶ୍ୱରୀ ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ିବା ପରେ ବାପାଙ୍କ ବ୍ୟବସାୟ ସମ୍ଭାଳିଥିଲେ। ପ୍ରାୟ ୧୦ ବର୍ଷ ହେବ ଦିନେଶ ଛତିଶଗଡ଼ ରାୟପୁରକୁ ପରିବାର ସହ ଯାଇ ସେଠାରେ ଷ୍ଟିଲ ବ୍ୟବସାୟ କରୁଥିଲେ। ଜଣେ ଜଣାଶୁଣା ବ୍ୟବସାୟୀ ଭାବେ ସେଠାରେ ପରିଚିତ ଥିଲେ। ସେ ତାଙ୍କର ୨୦ତମ ବିବାହ ବାର୍ଷିକୀ ଉତ୍ସବ ପାଳନ ପାଇଁ ସ୍ତ୍ରୀ ନେହା ଏବଂ ଝିଅ ଓ ପୁଅଙ୍କୁ ସାଙ୍ଗରେ ନେଇ କଶ୍ମୀର ଯାଇଥିଲେ l ସେଠାରେ ସେ ପ୍ରାଣ ହରାଇବା ଖବର ଶୁଣି ଗଁାରେ ରହୁଥିବା ସମ୍ପର୍କୀୟମାନେ ଦୁଃଖରେ ମ୍ରିୟମାଣ ହୋଇପଡ଼ିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri