Posted inଜାତୀୟ

କଶ୍ମୀରୀ ଖବରକାଗଜ ପୃଷ୍ଠାରେ ପହଲଗାମ୍‌ ଆକ୍ରମଣର ପ୍ରତିବାଦ

ପହଲଗାମ୍‌,୨୪।୪: ପହଲଗାମ୍‌ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ଘଟିବା ପରେ ବୁଧବାର ଜମ୍ମୁ-କଶ୍ମୀରରୁ ପ୍ରକାଶ ପାଇଥିବା ଖବରକାଗଜଗୁଡ଼ିକରେ ପ୍ରତିବାଦର ସ୍ବର ପ୍ରତିଧ୍ୱନିତ ହୋଇଛି। ଇଂଲିଶ ଓ ଊର୍ଦ୍ଦୁରେ ପ୍ରକାଶିତ ସମସ୍ତ ଖବରକାଗଜର ପ୍ରଥମ ପୃଷ୍ଠାକୁ କଳାରଙ୍ଗରେ ଛପାଯାଇଛି। ଗ୍ରେଟର କଶ୍ମୀର, ରାଇଜିଂ କଶ୍ମୀର, କଶ୍ମୀର ଉଜ୍‌ମା, ଅଫ୍‌ତାବ୍‌ ସମେତ ଅନେକ ଦୈନିକ ନିଜ ପାରମ୍ପରିକ ଡିଜାଇନ୍‌କୁ ତ୍ୟାଗକରି ପ୍ରଥମ ପୃଷ୍ଠାକୁ କଳାରଙ୍ଗର କରିଛନ୍ତି। ଶିରୋନାମାକୁ ଧଳା ଓ ଲାଲ୍‌ ରଙ୍ଗରେ ପ୍ରିଣ୍ଟ କରି ଆକ୍ରମଣର ଜବାବ ଦେଇଛନ୍ତି।

ଆତଙ୍କବାଦୀ ଆକ୍ରମଣର ତଦନ୍ତ ଭାରତ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)କୁ ଦିଆଯାଇଛି। ଜଣେ ଆଇଜି ପାହ୍ୟା ଅଧିକାରୀଙ୍କ ନେତୃତ୍ୱରେ ଏନ୍‌ଆଇଏ ଟିମ୍‌ ବୁଧବାର ଆକ୍ରମଣସ୍ଥଳକୁ ଯାଇ ତନାଘନା ଆରମ୍ଭ କରିଛି। ଉକ୍ତ ଟିମ୍‌ ସ୍ଥାନୀୟ ପୋଲିସକୁ ତଦନ୍ତରେ ସହଯୋଗ କରିବ ବୋଲି ଜଣାପଡ଼ିଛି।

୨୬ ଜଣଙ୍କୁ ମଙ୍ଗଳବାର ଗୁଳିକରି ହତ୍ୟା କରିଥିବା ୩ ସନ୍ଦିଗ୍ଧ ଆତଙ୍କବାଦୀଙ୍କ ସ୍କେଚ୍‌ ଓ ଫଟୋ ବୁଧବାର ସୁରକ୍ଷା ଏଜେନ୍ସିଗୁଡ଼ିକ ପକ୍ଷରୁ ଜାରି କରାଯାଇଛି। ଏହି ୩ ପାକିସ୍ତାନୀ ହେଲେ ଆସିଫ୍‌ ଫୌଜି, ସୁଲେମାନ୍‌ ଶାହ ଓ ଅବୁ ତଲ୍‌ହା। ସେମାନଙ୍କ କୋଡ୍‌ ନାମ ହେଉଛି ମୁଷା, ୟୁନୁସ୍‌ ଓ ଆସିଫ୍‌। ପୁଞ୍ଚ୍‌ରେ ମଧ୍ୟ ଅନେକ ଆକ୍ରମଣରେ ଏହି ୩ ଆତଙ୍କବାଦୀ ସମ୍ପୃକ୍ତ ଥିବା କୁହାଯାଉଛି।

ସୌଭାଗ୍ୟକ୍ରମେ ବର୍ତ୍ତି ଯାଇଥିବା ଲୋକଙ୍କ ସହାୟତାରେ ଏହି ୩ ଜଣଙ୍କ ସ୍କେଚ୍‌ ପ୍ରସ୍ତୁତ କରାଯାଇଥିବା କୁହାଯାଉଛି। ଉଲ୍ଲେଖଯୋଗ୍ୟ, ଲଶ୍କର-ଇ-ତୋଇବା (ଏଲ୍‌ଇଟି)ର ସହଯୋଗୀ ସଙ୍ଗଠନ ଦି ରେଜିଷ୍ଟାନ୍ସ ଫ୍ରଣ୍ଟ (ଟ୍ରର୍‌ଏଫ୍‌) ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri