Posted inଜାତୀୟ

ପୁଣି ଆତଙ୍କବାଦୀଙ୍କ ଟାର୍ଗେଟରେ କଶ୍ମୀର ପଣ୍ଡିତ: ଗୋଟିଏ ଦିନରେ ତୃତୀୟ ଆକ୍ରମଣ

ଶ୍ରୀନଗର,୪।୪: ଜମ୍ମୁ-କଶ୍ମୀରରେ ସୋମବାର ଆତଙ୍କବାଦୀମାନେ ଗୋଟିଏ ପରେ ଗୋଟିଏ ଆକ୍ରମଣ କରିଛନ୍ତି। ଗୋଟିଏ ଦିନରେ ୩ଟି ଆକ୍ରମଣ ଘଟାଇଛନ୍ତି ଆତଙ୍କବାଦୀ। ଇତିମଧ୍ୟରେ ଶୋପିଆନ ଜିଲାରେ ପୁଣି ଜଣେ କଶ୍ମୀର ପଣ୍ଡିତଙ୍କୁ ଆତଙ୍କବାଦୀମାନେ ଟାର୍ଗେଟ କରି ତାଙ୍କ ଉପରେ ଉପରେ ଗୁଳିଚଳାଇଛନ୍ତି। ଗୁରୁତର ଅବସ୍ଥାରେ ଆହତ ପଣ୍ଡିତଙ୍କୁ ଉଦ୍ଧାର କରାଯାଇ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବରପାଇ ଘଟଣାସ୍ଥଳରେ ସୁରକ୍ଷାକର୍ମୀ ପହଞ୍ଚି ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରିଛନ୍ତି। ସୂଚନା ମୁତାବକ, ଦକ୍ଷିଣ କଶ୍ମୀରର ଶୋପିଆନ ଜିଲାର ଚିତ୍ରଗାମରେ ସୋମବାର ପ୍ରାୟ ରାତି ୮ଟାରେ ଆତଙ୍କବାଦୀମାନେ କଶ୍ମୀର ପଣ୍ଡିତ ସୋନୁ କୁମାର ବଲଜିଙ୍କ ଉପରେ ଗୁଳି ଚଳାଇଥିଲେ। ଏହି ଆକ୍ରମଣରେ ବଲଜିଙ୍କୁ ୩ଟି ଗୁଳି ବାଜିଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ଶ୍ରୀନଗର ସ୍ଥିତ ଏକ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗତ ୩୦ବର୍ଷରୁ ବଲଜି କଶ୍ମୀରର ପଣ୍ଡିତ ରହିଛନ୍ତି। ଅନ୍ୟପଟେ ଏହାପୂର୍ବରୁ ଶ୍ରୀନଗରର ମୌସୁମା ଅଞ୍ଚଳରେ ଆତଙ୍କବାଦୀମାନେ ସିଆରପିଏଫ୍‌ ଯବାନଙ୍କ ଉପରେ ଗୁଳି ଚଳାଇଥିଲେ। ଏଥିରେ ଜଣେ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣକ ଆହତ ଅବସ୍ଥାରେ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ନେଇ ଅଧିକାରୀ ସୂଚନା ଦେଇଛନ୍ତି। ସେହିପରି ସୋମବାର ଦ୍ୱିପ୍ରହରରେ ପୁଲଓ୍ବାମା ଜିଲାରେ ୪ଜଣ ଶ୍ରମିକଙ୍କ ଉପରେ ଆତଙ୍କବାଦୀମାନେ ଗୁଳି ଚଳାଇଥିଲେ। ସେଥିମଧ୍ୟରୁ ବିହାରର ୨ଜଣ ଶ୍ରମିକ ଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ନେପାଳରେ ପୁଣି ଜଳପ୍ରଳୟ! ଶୋଇଥିଲେ ଲୋକେ, ହଠାତ ଭାସିଗଲା ୩ ପୋଲ, ଅନେକ ଘରେ ପଶିଲା ପାଣି

କାଠମାଣ୍ଡୁ,୧୧।୧୦: ନେପାଳର ଗୋରଖା ଜିଲାର ବୁଢ଼ୀ ଗଣ୍ଡକୀ ନଦୀରେ ହଠାତ ଆସିଥିବା ପ୍ରବଳ ବନ୍ୟା ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏଥିରେ ତିନୋଟି ପୋଲ ଭାସିଯାଇଥିବା ବେଳେ ବନ୍ୟାଜଳ…

ରିୟାଦ ବିମାନବନ୍ଦର ଉପରେ ବଡ଼ ଧରଣର ଆକ୍ରମଣ; ୧୨ ମୃତ ୩୦୦ରୁ ଅଧିକ ଆହତ

ରିଦ,୧୧।୧୦: ସାଉଦି ଆରବ ଏବଂ ୟେମେନର ହୁଥି ବିଦ୍ରୋହୀଙ୍କ ମଧ୍ୟରେ କ୍ରମାଗତ ଆକ୍ରମଣ ଜାରି ରହିଛି। ସମ୍ପ୍ରତି, ହୁଥି ବିଦ୍ରୋହୀମାନେ ସାଉଦି ଆରବର ରାଜଧାନୀ ରିୟାଦସ୍ଥିତ ‘କିଙ୍ଗ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?