Posted inଜାତୀୟ

ମୋଦିଙ୍କ ଏହି ଗୁଣ ଦେଖି ପାଗଳ ହୋଇଯାଇଛନ୍ତି ଫହିମ, ଏବେ ପ୍ରଧାନମନ୍ତ୍ରୀଙ୍କୁ ଟିକେ ଦେଖିବା ପାଇଁ କରୁଛନ୍ତି ଏମିତି କାମ

ଉଧମପୁର,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଶ ବିଦେଶରେ ଅନେକ ପ୍ରଶଂସକ ଅଛନ୍ତି। କିନ୍ତୁ ଜମ୍ମୁ-କଶ୍ମୀରରେ ତାଙ୍କର ଜଣେ ନିଆରା ପ୍ରଶଂସକ ଅଛନ୍ତି। ଫହିମ ନାଜିର ଶାହା ନାମକ ଏହି ୨୮ ବର୍ଷୀୟ ଯୁବ ପ୍ରଶଂସକ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପାଇଁ ଶ୍ରୀନଗରରୁ ଦିଲ୍ଲୀ ଅଭିମୁଖେ ଚାଲି ଚାଲି ଯାଉଛନ୍ତି। ପ୍ରାୟ ୮୧୫ କିଲୋମିଟର ଏହି ଯାତ୍ରା ଜରିଆରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୃଷ୍ଟି ଆକର୍ଷଣ କରିବେ ଏବଂ ତାଙ୍କୁ ଭେଟିବାର ସୁଯୋଗ ପାଇବେ ବୋଲି ଆଶା ରଖିଛନ୍ତି। ଶ୍ରୀନଗରରେ ଜଣେ ଇଲେକ୍ଟ୍ରିସିଆନ୍‌ ଭାବରେ କାର୍ଯ୍ୟ କରୁଥିବା ଶାହା କହିଛନ୍ତି ଯେ, ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଜଣେ ବଡ଼ ପ୍ରଶଂସକ। ଶାହା ୨୦୦ କିଲୋମିଟରରୁ ଅଧିକ ଦୂରତା ଅତିକ୍ରମ କରିବା ପରେ ଉଧମପୁରରେ ପହଞ୍ଚିଥିଲେ। ଶ୍ରୀନଗରର ଶଲିମର ଅଞ୍ଚଳରୁ ଆସିଥିବା ଶାହା ଦୁଇ ଦିନ ପୂର୍ବେ ଆରମ୍ଭ ହୋଇଥିବା ତାଙ୍କ ଗସ୍ତ ସମୟରେ କିଛି ସମୟ ବିରତି ନେବା ପାଇଁ ଏଠାରେ ପହଞ୍ଚିଥିଲେ। ଏହି କଷ୍ଟଦାୟକ ଯାତ୍ରା ଶେଷରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବାର ତାଙ୍କର ସ୍ବପ୍ନ ପୂରଣ ହେବ ବୋଲି ସେ କହିଛନ୍ତି।
ଶାହା କହିଛନ୍ତି, ମୁଁ ତାଙ୍କୁ (ମୋଦି) ଭେଟିବା ପାଇଁ ପାଦରେ ଚାଲି ଚାଲି ଦିଲ୍ଲୀ ଯାଉଛି ଏବଂ ମୁଁ ଆଶା କରୁଛି ଯେ ମୁଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିପାରିବି। ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ମୋର ସ୍ବପ୍ନ ବୋଲି ସେ କହିଛନ୍ତି। ସେ ଗତ ଚାରି ବର୍ଷ ଧରି ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀଙ୍କୁ ଫଲୋ କରୁଛନ୍ତି ଏବଂ ତାଙ୍କର ଭାଷଣ ଏବଂ କାର୍ଯ୍ୟ ମୋ ହୃଦୟକୁ ସ୍ପର୍ଶ କରିଛି। ଥରେ ଯେତେବେଳେ ପ୍ରଧାନମନ୍ତ୍ରୀ ରାଲିରେ ଭାଷଣ ଦେଉଥିଲେ, ସେତେବେଳେ ସେ ‘ଆଜାନ’ ଶୁଣିବା ପରେ ହଠାତ୍‌ ଅଟକିଗଲେ। ଏହା ଦେଖି ଜନସାଧାରଣ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଆମ ପ୍ରଧାନମନ୍ତ୍ରୀଙ୍କ ସେହି କାର୍ହ୍ୟ ମୋ ହୃଦୟକୁ ଛୁଇଁଲା ଏବଂ ମୁଁ ତାଙ୍କର ପ୍ରଶଂସକ ହୋଇଗଲି ବୋଲି ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଶ୍ମୀରର କେଶର, ତାମିଲନାଡୁର ମୋତି… ଜାଣନ୍ତୁ ବିଲ ଗେଟ୍ସଙ୍କୁ ଉପହାରରେ କ’ଣ କ’ଣ ଦେଲେ ମୋଦି

ନୂଆଦିଲ୍ଲୀ,୨୯।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାଇକ୍ରୋସଫ୍ଟ ପ୍ରତିଷ୍ଠାତା ବିଲ ଗେଟ୍ସଙ୍କୁ ଭେଟିଥିଲେ। ଏହି ସମୟରେ, ଭୋକାଲ ଫର ଲୋକାଲର ଏକ ଗିଫ୍ଟ ଗେଟ୍ସଙ୍କୁ ଦେଇଛନ୍ତି। ଯେଉଁଥିରେ...

ପିତାଙ୍କ କବର ନିକଟରେ ପୋତି ଦିଆଯିବ ମୁଖତାର ଅନସାରୀଙ୍କ ମୃତଦେହ

ଲକ୍ଷ୍ନୌ,୨୯।୩: ପୂର୍ବତନ ବିଧାୟକ ମୁଖତାର ଅନସାରଙ୍କର ଗୁରୁବାର (୨୮ ମାର୍ଚ୍ଚ) ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ ପରେ ସାରା ରାଜ୍ୟରେ ଧାରା...

ଆମ ପିଲା ବହୁତ ଆଡ୍‌ଭାନ୍ସ: ଜନ୍ମ ହେବା ମାତ୍ରେ କୁହନ୍ତି AI

ନୂଆଦିଲ୍ଲୀ,୨୯ା୩: ଲୋକ ସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍ସ ଅନେକ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏହା...

ହାଇକୋର୍ଟରୁ ଝଟକା ପରେ କଂଗ୍ରେସକୁ ୧.୭୦୦ କୋଟି ଟଙ୍କାର ଟ୍ୟାକ୍ସ ନୋଟିସ୍

ଭୁବନେଶ୍ୱର,୨୯ା୩: ଆୟକର ବିଭାଗ କଂଗ୍ରେସକୁ ୧,୭୦୦ କୋଟି ଟଙ୍କାର ନୋଟିସ ପ୍ରଦାନ କରିଛି। ଦିଲ୍ଲୀ ହାଇକୋର୍ଟ ଟ୍ୟାକ୍ସ ପୁନଃ ମୂଲ୍ୟାଙ୍କନ ପ୍ରକ୍ରିୟାରେ କଂଗ୍ରେସର ଆବେଦନକୁ ପ୍ରତ୍ୟାଖ୍ୟାନ...

ବାପାଙ୍କ ମୃତ୍ୟୁଖବର ଶୁଣି ଚେୟାରରୁ ଗଳି ପଡିଲେ ପୁଅ

ଲକ୍ଷ୍ନୌ,୨୯।୩: ଉତ୍ତରପ୍ରଦେଶର ପ୍ରଖ୍ୟାତ ମାଫିଆ ମୁଖତାର ହୃଦ୍‌ଘାତରେ ମୃତ୍ୟୁବରଣ କରିଛନ୍ତି। ଜେଲ୍‌ରେ ଥିବାବେଳେ ତାଙ୍କର ହୃଦ୍‌ଘାତ ହୋଇଥିଲା। ତାଙ୍କର ଜଣେ ପୁଅ ଅବ୍ବାସ ବର୍ତ୍ତମାନ କସଗଞ୍ଜ...

ଜଣେ ଅପରାଧୀଙ୍କ ମୃତ୍ୟୁକୁ ନେଇ ଲୁହ ଝରାଇବା ଠିକ୍‌ ନୁହେଁ

ଲକ୍ଷ୍ନୌ,୨୯।୩: ପ୍ରଖ୍ୟାତ ମାଫିଆ-ରାଜନେତା ମୁଖତାର୍‌ ଅନସାରୀ ହୃଦଘାତରେ ଜେଲ୍‌ରେ ମୃତ୍ୟୁ ଘଟିଛି। ଅନସାରୀଙ୍କ ମୃତ୍ୟୁକୁ ନେଇ ଭାଜପା ନେତା ସଂଗୀତ ସୋମଙ୍କ ବଡ ବିବୃତ୍ତି ପ୍ରକାଶ...

ବିହାରରେ ଛିଣ୍ଡିଲା ଆସନ ଭାଗବଣ୍ଟା, ଏତିକି ଆସନରେ ନିର୍ବାଚନ ଲଢିବେ ଆରଜେଡି, କଂଗ୍ରେସ, ଏଭଳି ରହିଛି ଫମୁର୍ଲା…

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ପୂର୍ବରୁ ବିହାରରେ କଂଗ୍ରେସ ଏବଂ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ମଧ୍ୟରେ ଆସନ ଭାଗବଣ୍ଟା ଉପରେ ସମାଧାନ ହୋଇଯାଇଛି। ଆଜି...

ଜମ୍ମୁ-ଶ୍ରୀନଗର ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: ୧୦ ମୃତ

ଶ୍ରୀନଗର,୨୯।୩: ଶୁକ୍ରବାର ଜମ୍ମୁ-କଶ୍ମୀରରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରାମବନ ନିକଟ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ଏକ କ୍ୟାବ ଖାଲରେ ଖସିପଡିଛି। ଯେଉଁଥିରେ ୧୦ଜଣଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri