Posted inଜାତୀୟ

ମୋଦିଙ୍କ ଏହି ଗୁଣ ଦେଖି ପାଗଳ ହୋଇଯାଇଛନ୍ତି ଫହିମ, ଏବେ ପ୍ରଧାନମନ୍ତ୍ରୀଙ୍କୁ ଟିକେ ଦେଖିବା ପାଇଁ କରୁଛନ୍ତି ଏମିତି କାମ

ଉଧମପୁର,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଶ ବିଦେଶରେ ଅନେକ ପ୍ରଶଂସକ ଅଛନ୍ତି। କିନ୍ତୁ ଜମ୍ମୁ-କଶ୍ମୀରରେ ତାଙ୍କର ଜଣେ ନିଆରା ପ୍ରଶଂସକ ଅଛନ୍ତି। ଫହିମ ନାଜିର ଶାହା ନାମକ ଏହି ୨୮ ବର୍ଷୀୟ ଯୁବ ପ୍ରଶଂସକ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପାଇଁ ଶ୍ରୀନଗରରୁ ଦିଲ୍ଲୀ ଅଭିମୁଖେ ଚାଲି ଚାଲି ଯାଉଛନ୍ତି। ପ୍ରାୟ ୮୧୫ କିଲୋମିଟର ଏହି ଯାତ୍ରା ଜରିଆରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୃଷ୍ଟି ଆକର୍ଷଣ କରିବେ ଏବଂ ତାଙ୍କୁ ଭେଟିବାର ସୁଯୋଗ ପାଇବେ ବୋଲି ଆଶା ରଖିଛନ୍ତି। ଶ୍ରୀନଗରରେ ଜଣେ ଇଲେକ୍ଟ୍ରିସିଆନ୍‌ ଭାବରେ କାର୍ଯ୍ୟ କରୁଥିବା ଶାହା କହିଛନ୍ତି ଯେ, ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଜଣେ ବଡ଼ ପ୍ରଶଂସକ। ଶାହା ୨୦୦ କିଲୋମିଟରରୁ ଅଧିକ ଦୂରତା ଅତିକ୍ରମ କରିବା ପରେ ଉଧମପୁରରେ ପହଞ୍ଚିଥିଲେ। ଶ୍ରୀନଗରର ଶଲିମର ଅଞ୍ଚଳରୁ ଆସିଥିବା ଶାହା ଦୁଇ ଦିନ ପୂର୍ବେ ଆରମ୍ଭ ହୋଇଥିବା ତାଙ୍କ ଗସ୍ତ ସମୟରେ କିଛି ସମୟ ବିରତି ନେବା ପାଇଁ ଏଠାରେ ପହଞ୍ଚିଥିଲେ। ଏହି କଷ୍ଟଦାୟକ ଯାତ୍ରା ଶେଷରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବାର ତାଙ୍କର ସ୍ବପ୍ନ ପୂରଣ ହେବ ବୋଲି ସେ କହିଛନ୍ତି।
ଶାହା କହିଛନ୍ତି, ମୁଁ ତାଙ୍କୁ (ମୋଦି) ଭେଟିବା ପାଇଁ ପାଦରେ ଚାଲି ଚାଲି ଦିଲ୍ଲୀ ଯାଉଛି ଏବଂ ମୁଁ ଆଶା କରୁଛି ଯେ ମୁଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିପାରିବି। ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ମୋର ସ୍ବପ୍ନ ବୋଲି ସେ କହିଛନ୍ତି। ସେ ଗତ ଚାରି ବର୍ଷ ଧରି ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀଙ୍କୁ ଫଲୋ କରୁଛନ୍ତି ଏବଂ ତାଙ୍କର ଭାଷଣ ଏବଂ କାର୍ଯ୍ୟ ମୋ ହୃଦୟକୁ ସ୍ପର୍ଶ କରିଛି। ଥରେ ଯେତେବେଳେ ପ୍ରଧାନମନ୍ତ୍ରୀ ରାଲିରେ ଭାଷଣ ଦେଉଥିଲେ, ସେତେବେଳେ ସେ ‘ଆଜାନ’ ଶୁଣିବା ପରେ ହଠାତ୍‌ ଅଟକିଗଲେ। ଏହା ଦେଖି ଜନସାଧାରଣ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଆମ ପ୍ରଧାନମନ୍ତ୍ରୀଙ୍କ ସେହି କାର୍ହ୍ୟ ମୋ ହୃଦୟକୁ ଛୁଇଁଲା ଏବଂ ମୁଁ ତାଙ୍କର ପ୍ରଶଂସକ ହୋଇଗଲି ବୋଲି ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri