Posted inଜାତୀୟ

ବୈଧ ଭିସା ନେଇ ପାକିସ୍ତାନ ଯାଉଥିବା କଶ୍ମୀର ଯୁବକ ନେଉଛନ୍ତି ଆତଙ୍କବାଦ ତାଲିମ: ରିପୋର୍ଟ

ନୂଆଦିଲ୍ଲୀ,୨।୫: ଆତଙ୍କବାଦୀ ନିରୋଧୀ ଅଭିଯାନ ବେଳେ ପାକିସ୍ତାନରୁ ତାଲିମ ନେଇ ଫେରିଥିବା ୧୭ ଜଣ କଶ୍ମୀରୀ ଯୁବକ ନିହତ ହେଲେଣି। ନିହତ ହୋଇଥିବା ଯୁବକଙ୍କ ମଧ୍ୟରୁ ଅଧିକାଂଶ ଦକ୍ଷିଣ କଶ୍ମୀରର ହୋଇଥିବା ବେଳେ କେତେକ ଉତ୍ତର କଶ୍ମୀରର ବାନ୍ଦିପୁର ଓ ବାରୁମୂଳାର ବୋଲି ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ କେତେଜଣ ଅସ୍ତ୍ରଶସ୍ତ୍ର ତାଲିମ ନେଇଛନ୍ତି। ସେମାନେ ଉଚ୍ଚଶିକ୍ଷା ପାଇଁ ପାକିସ୍ତାନ ଯାଇ ସେଠାରୁ ଆତଙ୍କବାଦ ତାଲିମ ନେଇ ଫେରିିଥିଲେ। ସୂତ୍ର ଅନୁଯାୟୀ ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଦ୍ୱାରା ଏହି ୧୭ଜଣଙ୍କୁ ଆତଙ୍କବାଦ ତାଲିମ ଦିଆଯାଇଥିଲା। ଜମ୍ମୁ-କଶ୍ମୀରରେ ସକ୍ରିୟ ଥିବା ସ୍ଲିପର ସେଲ୍‌ରେ ସେମାନେ ସାମିଲ ହୋଇଥିଲେ ବୋଲି ରାଜ୍ୟ ତଦନ୍ତକାରୀ ସଂସ୍ଥାର ଏକ ରିପୋର୍ଟରୁ ଜଣାପଡ଼ିଛି। ସୂଚନାଯୋଗ୍ୟ, ୨୦୧୫ରୁ ବହୁସଂଖ୍ୟାରେ କଶ୍ମୀରୀ ଯୁବକ ଉଚ୍ଚଶିକ୍ଷା, ସମ୍ପର୍କୀୟଙ୍କୁ ଭେଟିବା କିମ୍ବା ବିବାହ ଉଦ୍ଦେଶ୍ୟରେ ପାକିସ୍ତାନ ଯାଇ ଭାରତ ବିରୋଧୀ ତତ୍ତ୍ୱଙ୍କ ଦ୍ୱାରା ଭୁଲ୍‌ ରାସ୍ତାରେ ଯାଉଛନ୍ତି ଓ ଅଧିକାଂଶ ଆଇଏସ୍‌ଆଇ ପରିଚାଳକଙ୍କ ଦ୍ୱାରା ଆତଙ୍କବାଦ ତାଲିମ ନେଉଛନ୍ତି। ଜଣେ ହୁରିୟାତ ନେତା କଶ୍ମୀରୀ ଯୁବକମାନଙ୍କୁ ବିଭିନ୍ନ ମେଡିକାଲ କଲେଜରେ ନାମ ଲେଖାଇଦେବାର ପ୍ରତିଶ୍ରୁତି ଦେଇ ସେମାନଙ୍କଠାରୁ ଟଙ୍କା ସଂଗ୍ରହ କରିଥାନ୍ତି। ଏହି ଅର୍ଥକୁ କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟରେ ବିନିଯୋଗ କରାଯାଉଥିବା ରାଜ୍ୟ ତଦନ୍ତକାରୀ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri