Posted inଜାତୀୟ

କଶ୍ମୀର ପାଇଲଟ୍‌ ହିଲାଲ୍‌ ପ୍ରଥମେ ଚଳାଇବେ ରାଫାଲ

ଶ୍ରୀନଗର,୨୯।୭: କଶ୍ମୀର ପାଇଲଟ୍‌ ହିଲାଲ୍‌ ଅହମଦ ରାଥର ଫ୍ରାନ୍ସରୁ ଭାରତ ଆସୁଥିବା ଯୁଦ୍ଧବିମାନ ରାଫାଲକୁ ପ୍ରଥମେ ଚଳାଇବେ ବୋଲି ଜଣାପଡ଼ିଛି। ଭାରତୀୟ ବାୟୁସେନାର ଏହି ଅଧିକାରୀ ଏବେ ଫ୍ରାନ୍ସରେ ପ୍ରଶିକ୍ଷଣ ନେଉଛନ୍ତି। ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାର ଏକ ମଧ୍ୟବିତ୍ତ ପରିବାରରେ ତାଙ୍କର ଜନ୍ମ। ତାଙ୍କ ବାପା ସ୍ବର୍ଗତ ମହମ୍ମଦ ଅବଦୁଲ୍ଲା ଜମ୍ମୁ-କଶ୍ମୀର ପୋଲିସର ଜଣେ ଡିଏସ୍‌ପି ଥିଲେ। ହିଲାଲ୍‌ ଜମ୍ମୁର ନାଗ୍ରୋତାସ୍ଥିତ ସୈନିକ ସ୍କୁଲରେ ପାଠପଢ଼ି ୧୯୮୮ ଡିସେମ୍ବର ୧୭ରେ ଭାରତୀୟ ବାୟୁସେନାର ପାଇଲଟ୍‌ ଭାବେ ଯୋଗ ଦେଇଥିଲେ। ୧୯୯୩ରେ ସେ ଫ୍ଲାଇଟ୍‌ ଲ୍ୟୁଟ୍‌ନାଣ୍ଟ ହେବାର ସୌଭାଗ୍ୟ ଅର୍ଜନ କରିଥିଲେ। ୨୦୦୪ରେ ସେ ଓ୍ବିଙ୍ଗ୍‌ କମାଣ୍ଡର, ୨୦୧୬ରେ ଗ୍ରୁପ୍‌ କ୍ୟାପ୍‌ଟେନ୍‌ ଓ ୨୦୧୯ରେ ଏୟାର୍‌ କୋମ୍ମୋଡୋର ହୋଇଥିଲେ। ଆମେରିକାର ଏୟାର୍‌ ଓ୍ବାର୍‌ କଲେଜରେ ସେ ଡିଷ୍ଟିଙ୍କଶନ ସହ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ଏନ୍‌ଡିଏରେ ତାଙ୍କୁ ସୋଡ୍‌ ଅଫ୍‌ ଅନ ସମ୍ମାନରେ ସମ୍ମାନିତ କରାଯାଇଥିଲା। ସେ ବାୟୁସେନା ମେଡାଲ ଓ ବିଶିଷ୍ଟ ସେବା ମେଡାଲ ହାସଲ କରିଛନ୍ତି। ମିରେଜ୍‌-୨୦୦୦, ମିଗ୍‌-୨୯, କିରନ୍‌ ବିମାନ ଚଳାଇବାରେ ସେ ସିଦ୍ଧହସ୍ତ। ଏବେ ତାଙ୍କୁ ପ୍ରଥମ ଥର ଲାଗି ରାଫାଲ ଯୁଦ୍ଧବିମାନ ଉଡ଼ାଇବାର ସୁଯୋଗ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri