କସିବଣୀ ଗାଁକୁ ଛୁଇଁନି କରୋନା

କୁଆମରା,୧୧।୬(ଡି.ଏନ.ଏ.)- ଦୁଇବର୍ଷ ହେଲା ମହାମାରୀ କରୋନା ସାରା ବିଶ୍ୱକୁ କବଳିତ କରିଥିବା ବେଳେ ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ କୁଆମରା ପଞ୍ଚାୟତ ଅନ୍ତର୍ଗତ କସିବଣୀ ଗଁାକୁ ଛୁଇଁ ପାରିନାହିଁ। ପ୍ରବାହିତ ନାଲୁହା ନଦୀର ଉପରମୁଣ୍ଡରେ ଅବସ୍ଥିତ ଏହି ଗଁାକୁ ଚାରିଚକିଆ ଗାଡ଼ି ଯିବା ପାଇଁ ରାସ୍ତା ନାହିଁ। ସବୁ କ୍ଷେତ୍ରରେ ଅବହେଳିତ ଏହି ଗାଁର ଲୋକସଂଖ୍ୟା ୧ ଶହ। ୧୦ ପ୍ରତିଶତ ଶିକ୍ଷିତ ଥିବାବେଳେ ସ୍ବାଧୀନତାର ୭୦ ବର୍ଷ ପରେ ବି ଗ୍ରାମର ଜଣେ ହେଲେ ସରକାରୀ କିମ୍ବା ବେସରକାରୀ ଚାକିରି କରି ନାହାନ୍ତି। ଖଟିଲେ ସମସ୍ତଙ୍କ ଚୁଲି ଜଳେ।
ଦୁର୍ଗମ ଅଞ୍ଚଳରେ ଥିବା ଏହି ଗାଁକୁ ଖବରକାଗଜ ଯାଏନି କି କାହା ଘରେ ଟିଭି ନାହିଁ। କେତେବେଳେ କେମିତି ଜଣେ ଅଧେ ମୋବାଇଲ ଦ୍ୱାରା ଖବର ପାଆନ୍ତି। ଆଖପାଖ ଲୋକଙ୍କଠାରୁ କରୋନା ବିଷୟରେ ଶୁଣି ସେମାନେ ଏବେ ବହୁ ସଚେତନ ଅଛନ୍ତି। ମହାମାରୀ ଲୋକଙ୍କ ଜୀବନ ନେଉଥିବା ଜାଣି ଏହି ଗ୍ରାମର ଲୋକେ ଭୟଭୀତ ହୋଇ ପଡ଼ିଛନ୍ତି। କରୋନା ରୋକିବା ଲାଗି ୨ ବର୍ଷ ହେଲା ଗାଁରେ ବିବାହ କିମ୍ବା କୌଣସି ଭୋଜି ଭାତ ମଧ୍ୟ ହୋଇନାହିଁ। ସାପ୍ତାହିକ ହାଟକୁ ଗଲେ ଲୋକେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ପ୍ରତି ଗୁରୁତ୍ୱ ଦେଉଛନ୍ତି। ଗ୍ରାମର ଜଣେ ବି କେହି କୋଭିଡ୍‌ ଟିକା ନେଇ ନ ଥିବା ବେଳେ ସମସ୍ତେ ସରକାରଙ୍କ କଟକଣା ମାନି ଚଳୁଥିବା ଗ୍ରାମର ଲକ୍ଷ୍ମୀଧର ମାରାଣ୍ଡି, ବିରାମ ମାରାଣ୍ଡି, ବୈଦ୍ୟନାଥ ମାଝି, ଦେବେନ୍ଦ୍ର ମାଝି ଓ ରୁହିଆ ସୋରେନ ପ୍ରମୁଖ କହିଛନ୍ତି। ଏ ସଂକ୍ରାନ୍ତରେ ସ୍ଥାନୀୟ ସରପଞ୍ଚ ସସ୍ମିତା ନାୟକଙ୍କୁ ପଚାରିବାରୁ ଉକ୍ତ ଗାଁର କୌଣସୀ ଲୋକଙ୍କଠାରେ ଅଦ୍ୟାବଧି କରୋନା ଲକ୍ଷଣ ପ୍ରକାଶ ପାଇନାହିଁ। ତେଣୁ ସେମାନଙ୍କର କୋଭିଡ୍‌ ଟେଷ୍ଟର ଆବଶ୍ୟକତା ପଡ଼ିନାହିଁ ବୋଲି କହିଛନ୍ତି। ତେବେ କରୋନା ଏବେ ଗାଁ ମୁହଁା ହୋଇଥିବା ବେଳେ ପ୍ରଶାସନ ପକ୍ଷରୁ ଏହି ଗାଁରେ ଅଧିକ ସତର୍କତାମୂଳକ ବ୍ୟବସ୍ଥା ଗ୍ରହଣ କରାଯିବା ଲାଗି ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri