Posted inଗଜପତି

ଅବ୍ୟବସ୍ଥା ଘେରରେ କଟାମା ହାଇସ୍କୁଲ ଛାତ୍ରାବାସ

ପାରଳାଖେମୁଣ୍ଡି,୮।୫(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ କଟାମା ପଞ୍ଚାୟତ ସଦର କାଟାମାଠାରେ ଥିବା ଛାତ୍ରାବାସ ଅବ୍ୟବସ୍ଥା ମଧ୍ୟରେ ରହିଛି । ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ରହିଥିବା ଏହି ଛାତ୍ରାବାସରେ ରୋଷେଇ ଶାଳାର ବ୍ୟବସ୍ଥା ନ ଥିବାରୁ ବର୍ଷା, କାକର, ଗ୍ରୀଷ୍ମରେ ପିଲାଙ୍କୁ ଖାଇବାକୁଦେବାକୁ ହେଲେ କାଠିକର ପାଠ ହୋଇପଡୁଛି। ରୋଷେଇ କରିବାକୁ ବହୁତ ଅସୁବିଧା ହେବାକୁ ପଡୁଥିବା ବେଳେ ଖାଇବା ପାଇଁ ସ୍ଥାନ ନ ଥିବାରୁ ଆରୁରି ଅସୁବିଧାରେ ପଡୁଥିବାର କହିଛନ୍ତି। ଖୋଲା ମେଲାରେ ପିଲାଙ୍କୁ ରୋଷେଇ କରିବାକୁ ପଢେ। ରୋଷେଇ ଘର ନାହିଁ ଓ ଛାତ୍ରା ବାସ କୋଠା ମଧ୍ୟ ଅଧାପନ୍ତରିଆ ପଡି ରହିଛି। ୧୦୦ ଶଯ୍ୟା ବିଶଷ୍ଟ ଛାତ୍ରାବାସ ନିର୍ମାଣ ପାଇଁ କାମ ଚାଲିଥିଲେ ମଧ୍ୟ ଏହା ଏବେ ଅଧାପନ୍ତରିଆ ଭାବେ ପଡି ରହିଛି। ୨ ବର୍ଷ ହେଲା ଆଦିବାସୀ ପିଲାମାନେ ସରକାରୀ ଯୋଜନାରେ ସଫଳ ହୋଇପାରୁ ନାହାଁନ୍ତି । କଟାମାଠାରୁ ମୋହନା ବ୍ଲକ ସଦରକୁ ଯିବାକୁ ହେଲେ ୪୦ ରୁ ୫୦ କିଲୋମିଟର ଯିବାକୁ ପଢେ। ତେବେ ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଲେ କଟାମା ପଞ୍ଚାୟତବାସୀ ଉପକୃତ ହେବେ ବୋଲି
ଗ୍ରାମବାସୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜମିରେ କୀଟନାଶକ ସିଞ୍ଚନ କରି ଶୋଇ ଆଉ ଉଠିଲେନି କୃଷିଶ୍ରମିକ, ତାପରେ….

ଗଜପତି,୪।୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ତାଟିପାଟି ଗ୍ରାମରେ ଅଭାବନୀୟ ଘଟଣା । ଜଣେ କୃଷିଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri