ଜରାଜୀର୍ଣ୍ଣ ଅବସ୍ଥାରେ କଠଉଣୀ ମଠ ପୋଖରୀ

ଜେନାପୁର,୧୪ା୮(ଅଶୋକ ଦାସ): ଯାଜପୁର ଜିଲା ଧର୍ମଶାଳା ବ୍ଲକ୍‌ ଅନ୍ତର୍ଗତ ସହାଣୀଡ଼ିହ ପଞ୍ଚାୟତ ଚାରଗୋଠ ଗ୍ରାମ ନିକଟରେ ଥିବା ଶହେବର୍ଷରୁ ଊଦ୍ଧର୍‌ବ କଠଉଣୀ ମଠ ପୋଖରୀ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ଅବସ୍ଥାରେ ପଡ଼ିରହିଛି। ଏହି ପୋଖରୀ ମଠର ନୀତିକାନ୍ତି ସହ ଅନ୍ୟ କାର୍ଯ୍ୟରେ ଲାଗିଥାଏ। ୫ ଖଣ୍ଡ ଗାଁର ଲୋକେ ଏହି ପୋଖରୀ ଉପରେ ନିର୍ଭର କରିଥାନ୍ତି। କିନ୍ତୁ ପୋଖରୀରେ ଦଳ ଓ ଅନାବନା ଗଛ ଭର୍ତ୍ତି ହୋଇଥିବାରୁ ତାହା ବ୍ୟବହାରଯୋଗ୍ୟ ହୋଇପାରୁନାହିଁ। ସେହିପରି ଅତଡ଼ା ଖସି ପୋଖରୀ ପୋତି ହେବାକୁ ବସିଲାଣି। ଏନେଇ ଶ୍ରଦ୍ଧାଳୁ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ଏହି ଗ୍ରାମ ନିକଟସ୍ଥ ୩୦ପୁଟ ପାହାଡ଼ ଉପରେ ଐତିହ୍ୟସମ୍ପନ୍ନ ପ୍ରସିଦ୍ଧ କଠଉଣୀ ମଠ ରହିଛି। ମଠରେ ଶ୍ରୀଗୋପାଲଲାଲ ଜୀଉ ପୂଜା ପାଉଛନ୍ତି। ତେଣୁ ମାନସିକ, ବ୍ରତ, ମୁଣ୍ଡନ, ବିବାହ, ରୁଦ୍ରାଭିଷେକ ଓ ଅନ୍ୟାନ୍ୟ ପୂଜା ପାଇଁ ପ୍ରତିଦିନ ମଠକୁ ଶତାଧିକ ଶ୍ରଦ୍ଧାଳୁ ଆସିଥାନ୍ତି। ମନ୍ଦିର କାର୍ଯ୍ୟ ସହିତ ଶ୍ରଦ୍ଧାଳୁଙ୍କ ଆବଶ୍ୟକତା ପାଇଁ ପାହାଡ଼ ପାଦଦେଶରେ ମଠର ମୁଖ୍ୟ ପୋଖରୀ ରହିଛି। ଏପରି କି ଚାରଗୋଠ, ବରମୁଣ୍ଡଳୀ, ଭେଜିଗୋଠ, କୃଷ୍ଣଚନ୍ଦ୍ରପୁର, ରାମଚନ୍ଦ୍ରପୁର, ଦାଣ୍ଡଘଟି, ଗୋଡ଼ିପାଟିଆ ଓ ରଘୁନାଥପୁର ଗ୍ରାମର ଲୋକେ ନିୟମିତ ଭାବେ ପୋଖରୀ ପାଣିକୁ ବ୍ୟବହାର କରିଥାନ୍ତି। ହେଲେ ଏସବୁ ଏବେ ବନ୍ଦ ରହିଛି। କଠଉଣୀ ମଠ ପୋଖରୀର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପାଇଁ ଆର୍ଥିକ ବର୍ଷ ୨୦୨୧/୨୦୨୨ରେ ୧୦ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା। କିନ୍ତୁ କୌଣସି କାର୍ଯ୍ୟ ହୋଇ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ପୁନରୁଦ୍ଧାର ପାଇଁ ଆସିଥିବା ଟଙ୍କା ବାଟମାରଣା ହୋଇଛି କି ଅନ୍ୟ ବାଟରେ ଖର୍ଚ୍ଚ ହୋଇଛି ତାହାକୁ ନେଇ ଅଞ୍ଚଳବାସୀଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଥିପ୍ରତି ଜିଲାପାଳ ତୁରନ୍ତ ଦୃଷ୍ଟି ଦେଇ ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳଙ୍କୁ ପଚାରିବାରୁ ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି। ଦେଖିବାକୁ ଅପେକ୍ଷା କେବେ ଏ ଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?