ଗ୍ରାମକୁ ବିସ୍ଥାପିତ କରିବା ଦାବିରେ ବେଦାନ୍ତ ପ୍ରକଳ୍ପ ସମ୍ମୁଖରେ କାତିକେଲାବାସୀଙ୍କ ଆନ୍ଦୋଳନ

ଝାରସୁଗୁଡା ଅଫିସ, ୮।୪: ଝାରସୁଗୁଡା ଭୂର୍କାମୁଣ୍ଡା ସ୍ଥିତ ବେଦାନ୍ତ ପ୍ରକଳ୍ପ ଫାଟକ ସମ୍ମୁଖରେ କାତିକେଲାବାସୀ ଗୁରୁବାର ସକାଳ ୬ଟାରୁ ଧାରଣା ଦେଇଛନ୍ତି। ପାଉଁଶ ପୋଖରୀ ଦ୍ବାରା କ୍ଷତିଗ୍ରସ୍ତ ହୋଇଥିବା କାତିକେଲାବାସୀ ଗ୍ରାମକୁ ବିସ୍ଥାପିତ କରିବା ଦାବିରେ ଏହି ଆନ୍ଦୋଳନ କରିତିବା ଜଣାପଡ଼ିଛି। ତେବେ ଗ୍ରାମବାସୀଙ୍କ ଏହି ଆନ୍ଦୋଳନକୁ ଭାଜପା ଓ ଝାରସୁଗୁଡାର ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ମଧ୍ୟ ସମର୍ଥନ ଜଣାଇଛନ୍ତି । ଅନ୍ୟପଟେ ଖବର ପାଇ ଜିଲା ପ୍ରଶାସନ ପକ୍ଷରୁ ତହସିଲଦାର, ବିଡିଓ ଓ ବଡମାଲ ଥାନା ଆଇଆଇସି ପ୍ରମୁଖ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିଥିଲେ। ହେଲେ ଆନ୍ଦୋଳନକାରୀ ନିଜ ଜିଦରେ ଅଟଳ ରହିଥିବା ସୂଚନା ରହିଛି। ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୧୪ରେ କ୍ଷତିଗ୍ରସ୍ତ ଗ୍ରାମବାସୀ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନିଜ ଦାବି ସମ୍ପର୍କରେ ପୁନର୍ବାର ଅବଗତ କରିବା ସହ ମାର୍ଚ୍ଚ ୧୮ରେ ଆନ୍ଦୋଳନ ପାଇଁ ଚେତାବନୀ ଦେଇଥିଲେ। ହେଲେ ଏହା ପୂର୍ବରୁ ଜିଲାପ୍ରଶାସନ ଗ୍ରାମରେ ପହଞ୍ଚି ଗ୍ରାମବାସୀଙ୍କ ସହିତ ଆଲୋଚନା କରି ଏପ୍ରିଲ ୭ରେ ଏକ ତ୍ରିପାକ୍ଷିକ ଆଲୋଚନା ପାଇଁ ଦିନ ଧାର୍ଯ୍ୟ କରିଥିଲେ। କିନ୍ତୁ ନିର୍ଦ୍ଧାରିତ ହୋଇଥିବା ସମୟ ସୀମା ମଧ୍ୟରେ କୌଣସି ଆଲୋଚନା ନ ହୋଇ ପୁନର୍ବାର ଆଲୋଚନା ପାଇଁ ସମୟ ବୃଦ୍ଧି କରାଯାଇଥିଲା। ତେଣୁ ଏହାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ ଗୁରୁବାର ସକାଳୁ ପ୍ରକଳ୍ପ ଫାଟକ ସମ୍ମୁଖରେ ଧାରଣାରେ ବସି ଆନ୍ଦୋଳନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri