ଗ୍ଲାମରସ୍‌ ଲୁକ୍‌ରେ କ୍ୟାଟ୍ରିନା

ମୁମ୍ବାଇ: ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ଙ୍କୁ ବିବାହ ପରେ ପ୍ରଥମ ଥର ପାଇଁ ଗ୍ଲାମରସ୍‌ ଲୁକ୍‌ରେ ଦେଖିବାକୁ ମିଳିଛି। ଇଶାନ ଖଟ୍ଟର ଏବଂ ସିଦ୍ଧାନ୍ତ ଚତୁର୍ବେଦୀଙ୍କ ଅଭିନୀତ ଏକ୍ସେଲ ଏଣ୍ଟରଟେନ୍‌ମେଣ୍ଟର ‘ଫୋନ ଭୂତ୍‌’ର ଟ୍ରେଲର୍‌ ବେଶ୍‌ ପ୍ରଶଂସିତ ହୋଇଛି। ଫିଲ୍ମର ଟ୍ରେଲର ଦେଖିବା ପରେ ପ୍ରଶଂସକଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇଛି। ପ୍ରଶଂସକଙ୍କ ଉତ୍ସାହକୁ ଦୃଷ୍ଟିରେ ରଖି ନିର୍ମାତା ଏହାର ଗୋଟିଏ ଗୀତର ଟିଜର ଲଞ୍ଚ କରିଛନ୍ତି।

କ୍ୟାଟ୍ରିନା, ସିଦ୍ଧାନ୍ତ ଏବଂ ଇଶାନଙ୍କ ଉପରେ ନିର୍ମିତ ଏହି ଗୀତର ନାମ ହେଉଛି ‘କିନ୍ନା ସୋନା’। ଏହି ଗୀତରେ କ୍ୟାଟ୍ରିନାଙ୍କୁ ଅତ୍ୟନ୍ତ ଗ୍ଲାମରସ ଷ୍ଟାଇଲରେ ଦେଖିବାକୁ ମିଳିଛି। କ୍ୟାଟ୍ରିନା ଏକ ଲାଲ୍‌ ମିନି ଡ୍ରେସରେ ହଇଚଇ ସୃଷ୍ଟି କରୁଥିବା ଦେଖିବାକୁ ମିଳିଛି। ସିଦ୍ଧାନ୍ତ ଏବଂ ଇଶାନ ବହୁତ ସୁନ୍ଦର ଦେଖାଯାଉଛନ୍ତି।

ଏକ ଭୟଙ୍କର ପ୍ରାସାଦର ପୃଷ୍ଠଭୂମିରେ ଶୁଟିଂ ହୋଇଥିବା ‘କିନ୍ନା ସୋନା’ ଗୀତ ଟିଜରରେ କ୍ୟାଟ୍ରିନାଙ୍କୁ ତାଙ୍କ କୋ-ଷ୍ଟାର ଇଶାନ ଏବଂ ସିଦ୍ଧାନ୍ତଙ୍କ ସହ ହଟ୍‌ ଲୁକ୍‌ରେ ଦେଖିବାକୁ ମିଳିଛି। ଦର୍ଶକ କ୍ୟାଟ୍‌ଙ୍କର ଏହି ଲୁକ୍‌କୁ ଖୁବ୍‌ ପସନ୍ଦ କରିଛନ୍ତି। ଫିଲ୍ମର ଟ୍ରେଲର ଲଞ୍ଚ ହେବା ଦିନ ୟୁଟ୍ୟୁବ୍‌ରେ ୧ ନମ୍ବରରେ ଟ୍ରେଣ୍ଡ ହୋଇଥିଲା। ମାତ୍ର ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୦ ମିଲିୟନ ଭ୍ୟୁ ଅତିକ୍ରମ କରିଥିଲା।

ଗୁରୁମିତ ସିଂଙ୍କ ଦ୍ୱାରା ନିର୍ଦ୍ଦେଶିତ ତଥା ରବି ଶଙ୍କରନ୍‌ ଏବଂ ଜସବିନ୍ଦର ସିଂ ବାଥ୍‌ଙ୍କ ଦ୍ୱାରା ଲିଖିତ ‘ଫୋନ୍‌ ଭୂତ’ ଏକ୍ସେଲ ଏଣ୍ଟରଟେନ୍‌ମେଣ୍ଟ ଦ୍ୱାରା ନିର୍ମିତ। ଯେଉଁଥିରେ ରିତେଶ ସିଦ୍ଧଓ୍ବାନୀ ଏବଂ ଫରହାନ ଅଖତର ନେତୃତ୍ୱ ନେଇଛନ୍ତି। ଏହି ଫିଲ୍ମଟି ଚଳିତବର୍ଷ ନଭେମ୍ବର ୪ରେ ମୁକ୍ତିଲାଭ କରିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri