Posted inଫୁରସତ

ଭିକ୍କିଙ୍କ ଚରିତ୍ରରେ କ୍ୟାଟ୍ରିନା ଗର୍ବିତ

ମୁମ୍ବାଇ

ଅଭିନେତା ଭିକ୍କି କୌଶଲଙ୍କ ଅଭିନୀତ ‘ସାମ୍‌ ବାହାଦୁର’ ଶୁକ୍ରବାର ସିନେମା ହଲ୍‌ରେ ମୁକ୍ତିଲାଭ କରିଛି। ଫିଲ୍ମକୁ ନେଇ ପ୍ରଶଂସକଙ୍କ ଉତ୍ସାହ ଦେଖିବାକୁ ମିଳିଛି। ଏହା ମଧ୍ୟରେ ଭିକ୍କିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ‘ସାମ୍‌ ବାହାଦୁର’ର ରିଭ୍ୟୁ ଶେୟାର କରିଛନ୍ତି। ଫିଲ୍ମରେ ତାଙ୍କ ସ୍ବାମୀ ଭିକ୍କିଙ୍କ ଅଭିନୟକୁ ପ୍ରଶଂସା କରି ଇନ୍‌ଷ୍ଟାଗ୍ରାମ୍‌ରେ ଏକ ଲମ୍ବା ନୋଟ ଲେଖିଛନ୍ତି। ନିକଟରେ କ୍ୟାଟ୍ରିନା ଫିଲ୍ମ ସ୍କ୍ରିନିଂରେ ଭିକ୍କିଙ୍କ ସହ ଯୋଗ ଦେଇଥିଲେ। ଭିକ୍କିଙ୍କ ବାୟୋଗ୍ରାଫିକାଲ୍‌ ଯୁଦ୍ଧଭିତ୍ତିକ ଡ୍ରାମାକୁ କ୍ୟାଟ୍ରିନା ‘କାବ୍ୟାତ୍ମକ’ ସିନେମା ବୋଲି କହିଛନ୍ତି। ଭିକ୍କିଙ୍କ ଅଭିନୟ ଜୀବନ୍ତ ବୋଲି ସେ କହିଛନ୍ତି। ସେଥିପାଇଁ ସମସ୍ତେ ଭିକ୍କିଙ୍କ ଚରିତ୍ରକୁ ନିଶ୍ଚିତ ଧ୍ୟାନ ହେବାକୁ କହିଛନ୍ତି। ତାଙ୍କ ବୀରତ୍ୱ, ନିଖୁଣ ଅଭିନୟରେ କ୍ୟାଟ୍ରିନା ଆଶ୍ଚର୍ଯ୍ୟ। ଭିକ୍କି ଏତେ ପ୍ରେରଣାଦାୟକ, ପରଦାରେ ତାଙ୍କ ଚରିତ୍ରକୁ ଦେଖି ଅତ୍ୟନ୍ତ ଗର୍ବିତ ବୋଲି ସେ କହିଛନ୍ତି। ମେଘନା ଗୁଲଜାରଙ୍କ ନିର୍ଦ୍ଦେଶିତ ଏହି ସିନେମାରେ ଭିକ୍କି ଦେଶର ପ୍ରଥମ ଫିଲ୍ଡ ମାର୍ଶଲ ସାମ ମାନେକ୍ସା ଭୂମିକାରେ ଅଭିନୟ କରିଛନ୍ତି। ଫାତିମା ସାନା ଶେଖ୍‌ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଭୂମିକାରେ ଅଭିନୟ କରିଛନ୍ତି। ସେ ୨୦୧୨ରେ ତାଙ୍କ ଫିଲ୍ମ କ୍ୟାରିୟର ଆରମ୍ଭ କରିଥିଲେ। ସେ ପୂର୍ବରୁ ଅନେକ ସିନେମା କରିଥିବାବେଳେ ଆଗକୁ ତାଙ୍କର ଆଉ ୨ଟି ଫିଲ୍ମ ଆସିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri