କ୍ୟାଟ୍ରିନାଙ୍କ ପାଇଁ ଜୀବନ ଦେବାକୁ ପ୍ରସ୍ତୁତ ଥିଲେ ରଣବୀର!

ମୁମ୍ବାଇ: ବଲିଉଡ୍‌ ନାୟିକା କ୍ୟାଟ୍ରିନା କୈଫ ସହଜରେ ପାଖ ଲୋକଙ୍କୁ ଆପଣାର କରି ପାରନ୍ତି ବୋଲି କୁହାଯାଏ। ତାଙ୍କର ସରଳ ସ୍ବଭାବ ସମସ୍ତଙ୍କୁ ଖୁବ୍‌ ପସନ୍ଦ ଆସିଥାଏ। ଏବେ ଏହି ନାୟିକା ୩୭ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ତେବେ ସେ ତାଙ୍କ ପ୍ରେମ କାହାଣୀକୁ ନେଇ ଚର୍ଚ୍ଚାକୁ ଆସିଥିବା ବେଳେ ସେ ନିଜେ ଜଣେ ବିଫଳ ପ୍ରେମିକା ବୋଲି କୁହାଯାଏ। କିଛିଦିନ କ୍ୟାଟ୍ରିନା କୈଫ ଓ ରଣବୀର କପୁରଙ୍କ ପ୍ରେମ କାହାଣୀକୁ ନେଇ ଚର୍ଚ୍ଚା ହେଉଥିବା ବେଳେ ଏଥିରେ ପୂର୍ଣ୍ଣଚ୍ଛେଦ ପଡି ଯାଇଥିଲା। ଆଉ ଏହାପରେ ରଣବୀରଙ୍କ ଜୀବନରେ ଆସିଥିଲେ ଆଲିଆ। ଉଭୟ ଲିଭ୍‌ଇନରେ ରହିଥିବା ବେଳେ ଅନେକ ପାର୍ଟିରେ ଏମାନଙ୍କୁ ଏକାଠି ଦେଖିବାକୁ ମିଳୁଥଲା। ଏମିତିକି ଏମାନଙ୍କର ଏକାଠି କିଛି ଫଟୋ ମଧ୍ୟ ଆସିଥିଲା ଚର୍ଚ୍ଚାକୁ। ଏମାନେ ପରସ୍ପର ସହ ଥିବା ସମ୍ପର୍କକୁ ନେଇ ଖୋଲାଖୋଲି କଥା ବି ହେଉଥିଲେ। ଆଉ ସମସ୍ତେ ଭାବୁଥିଲେ ଦୁହେଁ ନିକଟରେ ବିବାହ କରିପାରନ୍ତି। କିନ୍ତୁ ହଠାତ୍‌ ଉଭୟଙ୍କ ଭିତରେ ଦେଖାଦେଇଥିଲା ଫାଟ। କାରଣ ଥିଲେ କ୍ୟାଟ୍ରିନା। ତାଙ୍କର କିଛି ବିକିନି ଫଟୋ ସାମ୍ନାକୁ ଆସିବା ପରେ ଏହା ରଣବୀରଙ୍କୁ ଆଦୌ ପସନ୍ଦ ନ ଥିଲା। ଏହାକୁ ନେଇ ରଣବୀରଙ୍କୁ ପ୍ରଶ୍ନ କରାଯିବାରୁ ସେ କହିଥିଲେ କ୍ୟାଟ୍ରିନା ମୋ ପାଇଁ ସବୁବେଳେ ସ୍ପେଶାଲ, ମୁଁ ତାଙ୍କ ପାଇଁ ଜୀବନ ଦେଇପାରେ। ତେବେ ରଣବୀରଙ୍କ ମାତାପିତାଙ୍କୁ କ୍ୟାଟ୍ରିନା ପସନ୍ଦ ନ ଆସିବାରୁ କୁଆଡେ ଉଭୟଙ୍କ ମଧ୍ୟରେ ବ୍ରେକ୍‌ଅପ୍‌ ହୋଇଯାଇଥିଲା ବୋଲି କୁହାଯାଏ। ଏବେ କ୍ୟାଟ୍ରିନାଙ୍କ ନାମ ଭିକ୍କି କୌଶଲଙ୍କ ସହ ଯୋଡା ଯାଇଥିବା ବେଳେ ଦୁହିଁଙ୍କୁ ଏବେ ଏକାଠି ଦେଖିବାକୁ ମଧ୍ୟ ମିଳୁଛି। କୁହାଯାଏ କ୍ୟାଟ୍ରିନା ତାଙ୍କ ଆଡୁ କେତେଜଣ ନାୟକଙ୍କ ପ୍ରେମରେ ପଡିଥିବା ବେଳେ ସେଥିରେ ମଧ୍ୟ ସେ ସଫଳ ହୋଇ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri