ଏକା ଏକା ମାଲଦ୍ୱିପ ପହଞ୍ଜିଲେ କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ୍ କୁଇନ୍ କ୍ୟାଟ୍ରିନା କୈଫ ଏକା ଏକା ମାଲଦ୍ୱିପ ପହଞ୍ଚି ଯାଇଛନ୍ତି । ସେଠାରେ ସେ ଏନଜୟ କରୁଥିବାର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି । ଆଉ ମାଲଦ୍ୱିପ ପହଞ୍ଚି ସେ ଖୁବ୍ ଖୁସିଥିବା ଦେଖାଯାଇଛି । ଫଟୋ ଶେୟାର କରି ସେ ତାଙ୍କ ପ୍ରଶଂସକଙ୍କୁ ଦିୱାନା କରିଛନ୍ତି । ନିକଟରେ ବିବାହ କରିଥିଲେ ବି ସ୍ୱାମୀ ତଥା ବଲିଉଡ ଅଭିନେତା ଭିକ୍କି କୌଶଲ ଏବେ ତାଙ୍କ ଫିଲ୍ମ ଶୁଟିଂରେ ବ୍ୟସ୍ତ ଥିବାରୁ କ୍ୟାଟ ଏକା ଏକା ମାଲଦ୍ୱିପ ଯାଇଛନ୍ତି । ସେଠାରେ ପହଞ୍ଚି ସେ ଫଟୋ ଶେୟାର କରିବା ସହ ଲେଖିଛନ୍ତି, ହାପି ପ୍ଲେସ । ଅର୍ଥାତ୍ ସେ ମାଲଦ୍ୱିପକୁ ଖୁବ୍ ପସନ୍ଦ କରନ୍ତି । ଏଠି କିଛି ସମୟ ପାଇଁ ଏନଜୟ କରି ଫେରିବା ପରେ ପୁଣିଥରେ ଶୁଟିଂ ଆରମ୍ଭ କରିବେ କ୍ୟାଟ । ସଲମାନଙ୍କ ସହ ‘ଟାଇଗର ୩’ ର ଶୁଟିଂ କରିବେ । ଏହା ବ୍ୟତୀତ ସେ ସିଦ୍ଧାନ୍ତ ଚତୁର୍ବେଦୀ ଓ ଇଶାନ ଖଟ୍ଟରଙ୍କ ସହ ‘ଭୁତ ପୁଲିସ’ରେ ଖୁବଶୀଘ୍ର ନଜର ଆସିବେ । ଆହୁରି ମଧ୍ୟ ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଜି ଲେ ଜରା’ରେ ସେ ପ୍ରିୟଙ୍କା ଓ ଆଲିଆଙ୍କ ସହ କାମ କରିବେ । ଏସବୁ ବ୍ୟତୀତ କ୍ୟାଟ୍ରିନା ମେରି ଖ୍ରୀଷ୍ଟମାସ ଫିଲ୍ମରେ ବି ନଜର ଆସିବେ । ଏହା ଆସନ୍ତା ବର୍ଷ ଖ୍ରୀଷ୍ଟମାସରେ ରିଲିଜ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?