ବଲିଉଡ୍‌ରେ ଡେବ୍ୟୁ କରିବେ ଇସାବେଲ!

ମୁମ୍ବାଇ: ଏବେ ବଡ ପରଦାରେ ଧୁମ୍ ମଚେଇବାକୁ ଆସୁଛନ୍ତିି ବଲିଉଡ୍ ନାୟିକା କ୍ୟାଟ୍ରିନା କୈଫଙ୍କ ସାନ ଭଉଣୀ ଇସାବେଲେ କୈଫ । ଅଧିକାଂଶ ଦର୍ଶକଙ୍କ ନଜର ଏବେ ଇସାବେଲଙ୍କ ଉପରେ । ଇସାବେଲ ଓ ସୁରଜ ପାଞ୍ଚୋଲିଙ୍କ ଫିଲ୍ମ ‘ଟାଇମ୍ ଟୁ ଡ୍ୟାନ୍ସ’ ଓଟିଟି ପ୍ଲାଟଫର୍ମରେ ରିଲିଜ୍ ହେବାକୁ ଯାଉଥିବା ସୂଚନା ମିଳିଛି । ଯଦିଓ ଅଫିସିୟାଲି ଏହାର ଘୋଷଣା କରାଯାଇ ନାହିଁ ହେଲେ ସୁରଜଙ୍କ ସୋସିଆଲ ମିଡିଆ ପୋଷ୍ଟରୁ ଅନୁମାନ ଲଗାଯାଉଛି । ନିକଟରେ ସୁରଜ ତାଙ୍କ ଇନଷ୍ଟାଗ୍ରାମରେ ଫିଲ୍ମର ଫାଷ୍ଟ ଲୁକ୍ ପୋଷ୍ଟର ଓ ରିଲିଜ୍ ଡେଟ୍ ସମ୍ପର୍କରେ ସୂଚନା ଦେଇଛନ୍ତି । ଏଥିରେ ଇସାବେଲ ଡ୍ୟାନ୍ସ ମୁଦ୍ରାରେ ନଜର ଆସିଛନ୍ତି । ଅନ୍ୟପଟେ ସୁରଜ ବି ଏହି ମୁଦ୍ରାରେ ନଜର ଆସିଛନ୍ତି । ଆଉ ଏହି ଦୁଇ ପୋଷ୍ଟରକୁ ମିଶାଇଲେ ଉଭୟ ଡ୍ୟାନ୍ସ ମୁଦ୍ରାରେ ନଜର ଆସୁଛନ୍ତି । ଏହାକୁ ଶେୟାର କରି ସୁରଜ ଲେଖିଛନ୍ତି ଫିଲ୍ମ ୧୨ ମାର୍ଚ୍ଚକୁ ଆସୁଛି । ଏଥିରେ ସେ ନେଟଫ୍ଲିକ୍ସ ଇଣ୍ଡିଆ ବୋଲି ବି ମେନଶନ୍ କରିଛନ୍ତି । ପୋଷ୍ଟରରେ ଇଣ୍ଟ୍ରୋଡ୍ୟୁସିଂ ଇସାବେଲେ ବୋଲି ବି ଲେଖାଯାଇଛି । ଏହା ଭାରତରେ ରିଲିଜ୍ ହେଉଥିବା ଇସାବେଲଙ୍କ ପ୍ରଥମ ଫିଲ୍ମ ହେବ ଆଉ ଏହାକୁ ଇସାବେଲଙ୍କ ବଲିଉଡ୍ ଡେବ୍ୟୁ ବୋଲି କୁହାଯାଉଛି । ଏହାସହ ସେ ‘ସୁସ୍ୱାଗତମ ଖୁସମଦିଦ’ ପାଇଁ ବ୍ୟସ୍ତ ଅଛନ୍ତି । ଏହା ବଡ ପରଦରେ ରିଲଜ୍ ହେବାସହ ଏଥିରେ ସେ ପୁଲକିତ ସମ୍ରାଟଙ୍କ ସହ ନଜର ଆସିବେ । କିଛିଦିନ ପୂର୍ବରୁ ପୁଲକିତ ଫିଲ୍ମର ପୋଷ୍ଟର ଶେୟାର କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri