ମା’ ହେବାକୁ ଯାଉଛନ୍ତି କଟ୍ରିନା, ଅକ୍ଟୋବରରେ ଆସିବ ନୂଆ ଅତିଥି ! ହେଲା ଖୁଲାସା

ମୁମ୍ବାଇ: ବଲିଉଡର ଜଣାଶୁଣା ଅଭିନେତ୍ରୀ କଟ୍ରିନା କୈଫ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। କିଛିଦିନ ହେଲା ସେ ଚଳଚ୍ଚିତ୍ରଜଗତରୁ ଦୂରେଇ ଯାଇଥିବା ବେଳେ ଏବେ ସେ ମା’ ହେବାକୁ ଯାଉଥିବା କୁହାଯାଉଛି। ପୂର୍ବରୁ ତାଙ୍କ ଘରେ ନୂଆ ଅତିଥି ଆସିବାକୁ ଯାଉଥିବା ଖବର ଚର୍ଚ୍ଚାରେ ଥିଲା। ଏବେ ଏହି ଖବରକୁ ଆହୁରି ଦୃଢ଼ କରିଛି କଟ୍ରିନାଙ୍କର ଏକ ଫଟୋ, ଯାହା ସୋସିଆଲ ମିଡିଆରେ ବେଶ ଭାଇରାଲ ହେଉଛି। ଏପରିକି ତାଙ୍କର ଡେଲିଭରୀ ତାରିଖ ମଧ୍ୟ ସାମ୍ନାକୁ ଆସିଥିବା ଜାତୀୟ ଗଣମାଧ୍ୟମରେ କୁହାଯାଉଛି।
ରିପୋର୍ଟ ମୁତାବକ କଟ୍ରିନା ଏବଂ ସ୍ବାମୀ ବିକ୍କି କୌଶଲ ୧୫ ଅକ୍ଟୋବରରୁ ୩୦ ଅକ୍ଟୋବର ମଧ୍ୟରେ ନୂଆ ଅତିଥିର ସ୍ବାଗତ କରିପାରନ୍ତି। କଟ୍ରିନା ଗର୍ଭାବସ୍ଥାର ତୃତୀୟ ତ୍ରୈମାସିକରେ ଅଛନ୍ତି। ତାଙ୍କର ଡେଲିଭରୀ ଆଗାମୀ ମାସରେ, ଅର୍ଥାତ ୧୫ ଅକ୍ଟୋବରରୁ ୩୦ ଅକ୍ଟୋବର ମଧ୍ୟରେ ହୋଇପାରେ। କ୍ୟାଟ୍ରିନା ଓ ଭିକ୍କି ଏହି ଖବରକୁ ଏପର୍ଯ୍ୟନ୍ତ ଗୋପନ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ଏବଂ ଶିଶୁ ଜନ୍ମ ପରେ ଦୁହେଁ ଏହାର ଘୋଷଣା କରିପାରନ୍ତି।”
କଟ୍ରିନା କୈଫଙ୍କ ଏକ ଫଟୋ ରେଡିଟରେ ଶେୟାର ହୋଇଥିଲା, ଯେଉଁଥିରେ ସେ ମେରୁନ୍‌ ରଙ୍ଗର ଗାଉନରେ ନଜର ଆସିଥିଲେ। ଏହି ଫଟୋରେ ସେ କୌଣସି ପ୍ରୋଜେକ୍ଟର ସୁଟିଂ କରୁଥିବା ଦେଖାଯାଇଥିଲା। କିନ୍ତୁ ଯେଉଁ ଜିନିଷ ପ୍ରଶଂସକଙ୍କ ଦୃଷ୍ଟି ଆକର୍ଷଣ କରିଥିଲା, ତାହା ଥିଲା କ୍ୟାଟ୍ରିନାଙ୍କର ବେବି ବମ୍ପ। ଏହି ଫଟୋ ଭାଇରାଲ ହେବା ପରେ ପ୍ରଶଂସକମାନେ କଟ୍ରିନାଙ୍କ ଗର୍ଭବତୀ ଥିବା ନିଶ୍ଚିତ ବୋଲି କହୁଛନ୍ତି। ତେବେ ଏହି ଫଟୋ ଆସଲି ନା ଏଡିଟ କରାଯାଇଛି, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଗର୍ଭାବସ୍ଥା ଗୁଜବ ସମ୍ପର୍କରେ କ୍ୟାଟ୍ରିନା କୈଫ ଓ ଭିକ୍କି କୌଶଲଙ୍କ ତରଫରୁ ଏପର୍ଯ୍ୟନ୍ତ କୌଣସି ମନ୍ତବ୍ୟ ଦିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri