ମା’ ହେବାକୁ ଯାଉଛନ୍ତି କଟ୍ରିନା, ଅକ୍ଟୋବରରେ ଆସିବ ନୂଆ ଅତିଥି ! ହେଲା ଖୁଲାସା

ମୁମ୍ବାଇ: ବଲିଉଡର ଜଣାଶୁଣା ଅଭିନେତ୍ରୀ କଟ୍ରିନା କୈଫ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। କିଛିଦିନ ହେଲା ସେ ଚଳଚ୍ଚିତ୍ରଜଗତରୁ ଦୂରେଇ ଯାଇଥିବା ବେଳେ ଏବେ ସେ ମା’ ହେବାକୁ ଯାଉଥିବା କୁହାଯାଉଛି। ପୂର୍ବରୁ ତାଙ୍କ ଘରେ ନୂଆ ଅତିଥି ଆସିବାକୁ ଯାଉଥିବା ଖବର ଚର୍ଚ୍ଚାରେ ଥିଲା। ଏବେ ଏହି ଖବରକୁ ଆହୁରି ଦୃଢ଼ କରିଛି କଟ୍ରିନାଙ୍କର ଏକ ଫଟୋ, ଯାହା ସୋସିଆଲ ମିଡିଆରେ ବେଶ ଭାଇରାଲ ହେଉଛି। ଏପରିକି ତାଙ୍କର ଡେଲିଭରୀ ତାରିଖ ମଧ୍ୟ ସାମ୍ନାକୁ ଆସିଥିବା ଜାତୀୟ ଗଣମାଧ୍ୟମରେ କୁହାଯାଉଛି।
ରିପୋର୍ଟ ମୁତାବକ କଟ୍ରିନା ଏବଂ ସ୍ବାମୀ ବିକ୍କି କୌଶଲ ୧୫ ଅକ୍ଟୋବରରୁ ୩୦ ଅକ୍ଟୋବର ମଧ୍ୟରେ ନୂଆ ଅତିଥିର ସ୍ବାଗତ କରିପାରନ୍ତି। କଟ୍ରିନା ଗର୍ଭାବସ୍ଥାର ତୃତୀୟ ତ୍ରୈମାସିକରେ ଅଛନ୍ତି। ତାଙ୍କର ଡେଲିଭରୀ ଆଗାମୀ ମାସରେ, ଅର୍ଥାତ ୧୫ ଅକ୍ଟୋବରରୁ ୩୦ ଅକ୍ଟୋବର ମଧ୍ୟରେ ହୋଇପାରେ। କ୍ୟାଟ୍ରିନା ଓ ଭିକ୍କି ଏହି ଖବରକୁ ଏପର୍ଯ୍ୟନ୍ତ ଗୋପନ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ଏବଂ ଶିଶୁ ଜନ୍ମ ପରେ ଦୁହେଁ ଏହାର ଘୋଷଣା କରିପାରନ୍ତି।”
କଟ୍ରିନା କୈଫଙ୍କ ଏକ ଫଟୋ ରେଡିଟରେ ଶେୟାର ହୋଇଥିଲା, ଯେଉଁଥିରେ ସେ ମେରୁନ୍‌ ରଙ୍ଗର ଗାଉନରେ ନଜର ଆସିଥିଲେ। ଏହି ଫଟୋରେ ସେ କୌଣସି ପ୍ରୋଜେକ୍ଟର ସୁଟିଂ କରୁଥିବା ଦେଖାଯାଇଥିଲା। କିନ୍ତୁ ଯେଉଁ ଜିନିଷ ପ୍ରଶଂସକଙ୍କ ଦୃଷ୍ଟି ଆକର୍ଷଣ କରିଥିଲା, ତାହା ଥିଲା କ୍ୟାଟ୍ରିନାଙ୍କର ବେବି ବମ୍ପ। ଏହି ଫଟୋ ଭାଇରାଲ ହେବା ପରେ ପ୍ରଶଂସକମାନେ କଟ୍ରିନାଙ୍କ ଗର୍ଭବତୀ ଥିବା ନିଶ୍ଚିତ ବୋଲି କହୁଛନ୍ତି। ତେବେ ଏହି ଫଟୋ ଆସଲି ନା ଏଡିଟ କରାଯାଇଛି, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଗର୍ଭାବସ୍ଥା ଗୁଜବ ସମ୍ପର୍କରେ କ୍ୟାଟ୍ରିନା କୈଫ ଓ ଭିକ୍କି କୌଶଲଙ୍କ ତରଫରୁ ଏପର୍ଯ୍ୟନ୍ତ କୌଣସି ମନ୍ତବ୍ୟ ଦିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?