ମଥାରେ ତିଳକ, ମୁଣ୍ଡରେ ଓଢଣୀ; ଭକ୍ତିରେ ଲୀନ ହେଲେ କ୍ୟାଟ୍ରିନା

ଦୁବାଇ,୨୫।୨: ସାରା ଦେଶରୁ ଲୋକମାନେ ମହାକୁମ୍ଭରେ ବୁଡ଼ ପକାଉଛନ୍ତି। ବଲିଉଡ ଷ୍ଟାରମାନେ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହାନ୍ତି। ନିକଟରେ ଷ୍ଟାର କ୍ୟାଟ୍ରିନା କୈଫ ତାଙ୍କ ଶାଶୁ ବୀଣା କୌଶଳଙ୍କ ସହ ମହାକୁମ୍ଭରେ ପହଞ୍ଚିଥିଲେ। ଏଠାରେ କ୍ୟାଟ୍ରିନା ଭକ୍ତିରେ ଲୀନ ହୋଇଥିବାର ଦେଖାଯାଇଥିଲା। କ୍ୟାଟ୍ରନାଙ୍କ ସହ ରବିନା ଟଣ୍ଡନ ଏବଂ ତାଙ୍କ ଝିଅ ରାଶା ଥାଡାନି ମଧ୍ୟ ନଜର ଆସିଥିଲେ। ଅଭିନେତା ଅଭିଷେକ ବାନାର୍ଜୀ ମଧ୍ୟ ସେମାନଙ୍କ ସହିତ ଯୋଗ ଦେଇଥିଲେ। ସମସ୍ତେ ମିଶି ଗଙ୍ଗା ଆରତୀ କଲେ ଏବଂ ଭଜନ ମଧ୍ୟ ଗାଇଥିଲେ।
କ୍ୟାଟ୍ରିନା ହଳଦିଆ ରଙ୍ଗର ଶୁଟ ପିନ୍ଧିଥିବା ଦେଖିବାକୁ ମିଳିଥିଲା। ତାଙ୍କ ମୁଣ୍ଡରେ ଏକ ସ୍କାର୍ଫ ଥିଲା ଏବଂ ତାଙ୍କ କପାଳରେ ତିଳକ ଲଗାଯାଇଥିଲା। ରବିନା ଏବଂ ରାଶାଙ୍କୁ ମଧ୍ୟ ହଳଦିଆ ରଙ୍ଗର ସୁଟ ପିନ୍ଧି ଦେଖିବାକୁ ମିଳିଥିଲା। ମହାକୁମ୍ଭରେ ସମସ୍ତେ ଭଜନ ଗାଇଥିଲେ। ସମସ୍ତେ ତଳେ ବସି ମାତା ଗଙ୍ଗାଙ୍କ ସ୍ତୁତି ଗାନ କରୁଥିବାର ଦେଖାଯାଇଥିଲା।
ଏହାପୂର୍ବରୁ କ୍ୟାଟ୍ରିନା ପୂଜ୍ୟ ସ୍ବାମୀ ଚିଦାନନ୍ଦ ସରସ୍ବତୀଙ୍କୁ ଭେଟି ତାଙ୍କ ଆଶୀର୍ବାଦ ନେଇଥିଲେ। ଏହା ପରେ ସେ ସଙ୍ଗମରେ ବୁଡ଼ ପକାଇଲେ। ମହାକୁମ୍ଭର କ୍ୟାଟ୍ରିନାଙ୍କ ଫଟୋ ଏବଂ ଭିଡିଓ ଭାଇରାଲ ହେଉଛି।
ଅନେକ ତାରକା ପୂର୍ବରୁ ମହାକୁମ୍ଭ ଯାଇସାରିଛନ୍ତି। ଅକ୍ଷୟ କୁମାର, ବିକି କୌଶଳ, ଅମ୍ବାନୀ ପରିବାର, ହେମା ମାଳିନୀ ଭଳି ଷ୍ଟାରମାନେ ସଙ୍ଗମରେ ବୁଡ଼ ପକାଇଛନ୍ତି।
କ୍ୟାଟ୍ରିନାଙ୍କୁ ଶେଷ ଥର ପାଇଁ ମେରୀ ଖ୍ରୀଷ୍ଟମାସରେ ଦେଖିବାକୁ ମିଳିଥିଲା। ଏହି ଫିଲ୍ମରେ ସେ ମାରିଆ ଭୂମିକାରେ ନଜର ଆସିଥିଲେ। ତାଙ୍କୁ ଟାଇଗର ୩ରେ ମଧ୍ୟ ଦେଖିବାକୁ ମିଳିଥିଲା।

 

View this post on Instagram

 

A post shared by Parmarth Niketan (@parmarthniketan)


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri