ଯାହାକୁ ଡରୁଥିଲେ କ୍ୟାଟ୍ରିନା

ଯାହାକୁ କ୍ୟାଟ୍ରିନା ବେଶି ଡରନ୍ତି ଏବେ ସେପରି ଭୂମିକାରେ ଅଭିନୟ କରିବେ। ଯେତେବେଳେ ଏହି ଅଫର ମିଳିଲା ସେତେବେଳେ ସେ ଟିକେ ଅଡୁଆରେ ପଡିଯାଇଥିଲେ। କାରଣ ସେ ଭୂତକୁ ଭାରି ଡରନ୍ତି। ପୁଣି ଏପରି ସଂଯୋଗ ସେ ଅଭିନୟ କରିବାକୁ ଯାଉଥିବା ହରର୍‌ କମେଡି ଫିଲ୍ମ ‘ଫୋନ୍‌ ଭୂତ’ରେ ସେ ଭୂତୁଣୀ ଭୂମିକାରେ ଅଭିନୟ କରିବେ। ଏ ବିଷୟରେ କ୍ୟାଟ୍ରିନା କୈଫ କହନ୍ତି, ”ସତ କଥା କହିବାକୁ ଗଲେ ମୋତେ ଭୂତକୁ ଭାରି ଭୟ। ସ୍କୁଲରେ ପଢ଼ିବା ବେଳେ ଥରେ ମୁଁ ଭୂତ କଥା ଭାବି ଏମିତି ଡରି ଯାଇଥିଲି ଯେ ୪ଦିନ ଧରି ସ୍କୁଲକୁ ଯାଇ ନ ଥିଲି। ଏବେ ସେହି ଭୟ ମୋ ମନରେ ରହିଛି। ଏପରି ଭୂମିକା ସମ୍ପର୍କରେ ଯେତେବେଳେ ଏହି ଫିଲ୍ମର ନିର୍ଦ୍ଦେଶକ ଗୁରମିତ୍‌ ସିଂ ସୂଚନା ଦେଲେ ସେତେବେଳେ ମୁଁ ଅଡୁଆରେ ପଡିଯାଇଥିଲି। ଅଫରଟିକୁ ଗ୍ରହଣ କରିବି କି ନାହିଁ ସେଥିପାଇଁ ସପ୍ତାହେ ଟାଇମ୍‌ ନେଇଥିଲି ଏବଂ ନିର୍ଦ୍ଦେଶକ ମଧ୍ୟ ମୋ କଥାରେ ରାଜି ହୋଇଥିଲେ। ମୋ କ୍ୟରିୟରରେ ମୁଁ ପ୍ରଥମ ଥର ପାଇଁ ଭୂତୁଣୀ ଭୂମିକାରେ ଅଭିନୟ କରିବାକୁ ଯାଉଛି। ସାହସର ସହ କ୍ୟାମେରା ସାମ୍‌ନା କରିବି।“ ଏକ୍ସସେଲ ଏଣ୍ଟରଟେନମେଣ୍ଟ ବ୍ୟାନରରେ ଏହାର ପ୍ରଯୋଜନା କରୁଛନ୍ତି ଫରହାନ ଅଖତର ଏବଂ ରିତେଶ ସିଦ୍ଦଓ୍ବାନି।


Enter your email to get our daily news in your inbox.

All Right Reserved By Dharitri.Com

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri