୧୮ରୁ ଶ୍ରାବଣ କାଉଡ଼ିଯାତ୍ରା

ଢେଙ୍କାନାଳ ଅଫିସ, ୮ା୭ ଆସନ୍ତା ଜୁଲାଇ ୧୮ରୁ ଆରମ୍ଭ ହେଉଛି ପ୍ରସିଦ୍ଧ ଶ୍ରାବଣ କାଉଡ଼ି ଯାତ୍ରା। ଏହା ଅଗଷ୍ଟ ୮ ତାରିଖ (ଚତୁର୍ଥ ପାଳି ସୋମବାର)ରେ ଶେଷ ହେବ। ଢେଙ୍କାନାଳର ପ୍ରସିଦ୍ଧ ଶୈବପୀଠକୁ ପ୍ରତିବର୍ଷ ଲକ୍ଷାଧିକ କାଉଡ଼ିଆଙ୍କ ସମାଗମ ହୋଇଥାଏ। ଗତ ଦୁଇବର୍ଷ ଧରି କରୋନା ସଂକ୍ରମଣ ପାଇଁ କାଉଡ଼ି ଯାତ୍ରା ବନ୍ଦ ଥିବାବେଳେ ଚଳିତ ବର୍ଷ ଅଧିକ ମାନସିକଧାରୀ ଆସିବା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଗୁରୁବାର ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାର ପ୍ରମୁଖ ୧୨ ଶୈବପୀଠରେ ଶ୍ରାବଣ ଜଳଲାଗି ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଏଥିରେ ନିଷ୍ପତ୍ତି ହୋଇଛି।
ଶ୍ରଦ୍ଧାଳୁମାନେ ଯେପରି ସୁବିଧାରୁ ଢେଙ୍କାନାଳରୁ କପିଳାସ ଆସିବେ, ସେଥିଲାଗି ୪ଟି ସ୍ବତନ୍ତ୍ର ବସ୍‌ ଯାତାୟାତ କରିବ। କପିଳାସ ପାଦଦେଶରୁ ବାରବାଙ୍କ ଦେଇ ପୀଠକୁ ଯିବା ପାଇଁ ସମୁଦାୟ ୩୦ ଗାଡ଼ି ବ୍ୟବସ୍ଥା ହେବ। ପ୍ରତିବର୍ଷ କାଉଡ଼ିଆଙ୍କଠାରୁ ମାହାସୁଲ ଆଦାୟ କରାଯାଉଥିବାବେଳେ ଚଳିତବର୍ଷ ଏହାକୁ ଉଠାଇ ଦିଆଯାଇଛି। ସୁରକ୍ଷା ଦୃଷ୍ଟିରୁ ନଦୀ ପାର ହେବା ନିମନ୍ତେ ଡଙ୍ଗା ବ୍ୟବହାରକୁ ବାରଣ କରାଯାଇଥିବାବେଳେ ମହିଳା କାଉଡ଼ିଆଙ୍କ ସୁରକ୍ଷା ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯିବ ବୋଲି ନିଷ୍ପତ୍ତି ହୋଇଛି।
ପୀଠ ମଧ୍ୟକୁ ପଲିଥିନ ପଶିପାରିବ ନାହିଁ। ସମସ୍ତ ପ୍ରକାର ପ୍ଲାଷ୍ଟିକ୍‌ ଜାତୀୟ ସାମଗ୍ରୀକୁ ବ୍ୟାନ୍‌ କରାଯାଇଛି। ଯାତ୍ରା ବେଳେ ଶ୍ରଦ୍ଧାଳୁଙ୍କ ସୁବିଧା ଲାଗି ଭ୍ରାମ୍ୟମାଣ ଶୌଚାଳୟ, ଅସ୍ଥାୟୀ ପରିସ୍ରାଗାର ବ୍ୟବସ୍ଥା କରାଯିବ। ଜରୁରୀ ସମୟରେ ଆବଶ୍ୟକ ସହାୟତା ଯୋଗାଇ ଦେବାକୁ ଅଗ୍ନିଶମ ବାହିନୀ, ସାପ ଉଦ୍ଧାରକାରୀ ଦଳ ମୁତୟନ ହେବେ। ଜିଲାର ପ୍ରମୁଖ ଶୈବପୀଠରେ ରବିବାର ଅପରାହ୍ନରୁ ସୋମବାର ପର୍ଯ୍ୟନ୍ତ ଜରୁରୀ ଔଷଧ ସହିତ ଆଶୁ ଚିକିତ୍ସା ବ୍ୟବସ୍ଥା କରାଯିବ। ଖାଦ୍ୟପଦାର୍ଥ ଯାଞ୍ଚ ସହ ମନ୍ଦିର ପରିସର, ନିକଟବର୍ତ୍ତୀ ଜଳଉତ୍ସକୁ ବିଶୋଧନ କରାଯିବ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଟ୍ରାଫିକ୍‌ ନିୟନ୍ତ୍ରଣ, ପାର୍କିଂ ବ୍ୟବସ୍ଥା ହେବ। ବାରବାଙ୍କ ରାସ୍ତା, ପାହାଚ ରାସ୍ତାରେ ପର୍ଯ୍ୟାପ୍ତ ଆଲୋକ ଏବଂ ପାନୀୟ ଜଳ ସୁବିଧା କରାଯିବ। ନଦୀରୁ ପୀଠକୁ ଜଳ ଆଣିବା ସମୟରେ ସତର୍କତା ଅବଲମ୍ବନ କରିବା ପାଇଁ ଜିଲାପାଳ ପରାମର୍ଶ ଦେଇଛନ୍ତି। କପିଳାସ ପୀଠାଧୀଶ ମହାପ୍ରଭୁ ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ମନ୍ଦିର ସମେତ ସମ୍ପୃକ୍ତ ଅଞ୍ଚଳର ରାସ୍ତାଘାଟ ପରିଷ୍କାର ପରିଚ୍ଛନ୍ନ ରଖିବାକୁ ଦେଓଗଁା ସରପଞ୍ଚକୁ ପରାମର୍ଶ ଦିଆଯାଇଛି। ସ୍ବେଚ୍ଛାସେବୀ, ଏନ୍‌ସିସି, ସ୍କାଉଟ୍ସ, ଗାଇଡ୍ସ ଛାତ୍ରୀଛାତ୍ରଙ୍କ ସହାୟତାରେ ଶାନ୍ତିଶୃଙ୍ଖଳା ରକ୍ଷା, ଯାନବାହନ ନିୟନ୍ତ୍ରଣ କରାଯିବ ବୋଲି ନିଷ୍ପତ୍ତି ହୋଇଛି।
ଉପଜିଲାପାଳ ତଥା ଦେବୋତ୍ତର ଅଧିକାରୀ ସ୍ନିଗ୍ଧାରାଣୀ ଧଳ, ଅତିରିକ୍ତ ଜିଲାପାଳ (ରାଜସ୍ବ) ଉଦୟ କୁମାର ମହାପାତ୍ର, ଅତିରିକ୍ତ ଏସ୍‌ପି ପୁରୁଷୋତ୍ତମ ସେଠୀ, କାମାକ୍ଷାନଗର ଉପଜିଲାପାଳ ଜ୍ୟୋତିଶଙ୍କର ସାହୁ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ, ସଦର ଏସ୍‌ଡିପିଓ ବିକାଶ ବେଉରା, ଅଗ୍ନିଶମ ବିଭାଗ, ଦେବୋତ୍ତର ବିଭାଗ, କପିଳାସ ପୀଠର ସେବାୟତମାନେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri