ଗଞ୍ଜାମ ବ୍ଲକ ପ୍ରମୁଖ ଶୈବପୀଠରେ ହଜାର ହଜାର କାଉଡିଆଙ୍କ ଜଳାଭିଷେକ, ଆଉ ଦୁଇଟି ସୋମବାରରେ…

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚ ପୁର ପଞ୍ଚାୟତ ମାଳୀ ଜଗନ୍ନାଥ ପୁର ନିକଟସ୍ଥ ବାବା ବାଲୀ ଲୋକନାଥ, ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ସ୍ଥିତ ବାବା ବଟେଶ୍ୱର ଏବଂ ହୁମା ପଞ୍ଚାୟତ ବୋରିଗାଁ ସ୍ଥିତ ବାବା ଝାଡେଶ୍ୱର ଓ ମକେରେଶ୍ୱର ଶୈବ ପୀଠରେ ହଜାର ହଜାର କାଉଡିଆଙ୍କ ଜଳାଭିଷେକ ଦେଖିବାକୁ ମିଳିଥିଲା। ଜିଲା ଓ ଜିଲା ବାହାରୁ ବହୁ ଭକ୍ତ ପ୍ରଥମେ ଦାମୋଦର ପୁର ଗ୍ରାମ ନିକଟସ୍ଥ ଋଷିକୂଲ୍ୟା ନଦୀ ଘାଟରୁ ପାଣିଭାର ଧରି ଗଞ୍ଜାମ ସହର ଦେଇ ବିଭିନ୍ନ ଶୈବ ପୀଠ ଅଭିମୁଖେ ବାହାରିଥିଲେ । ସେଠାରେ ରାତ୍ରିଯାପନ ପରେ ସକାଳୁ ଜଳ ଢାଳିଥିଲେ। ସମସ୍ତ ପୀଠ ଗୁଡିକରେ ଲମ୍ବା ଲାଇନରେ କାଉଡିଆମାନେ ଶିବଙ୍କ ମସ୍ତକରେ ଜଳ ଢାଳି ମାନସିକ ପୂର୍ଣ୍ଣ କରିଥିଲେ। କାଉଡିଆମାନଙ୍କ ନିମନ୍ତେ ମନ୍ଦିର ପରିଚାଳନା କମିଟି ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା l କେଉଁଠି ମାଗଣା ଅର୍ଣ୍ଣ ପ୍ରସାଦ ତ କେଉଁଠି ଜଳଖିଆ ଆଦି ବ୍ୟବସ୍ଥା କରାଯାଇଥିଲା l କାଉଡିଆଙ୍କ ଜଟିଆ ବାବା ପାର କରେଗା,ବୋଲ ବମ ହରହର ବମରେ ପ୍ରକମ୍ପିତ ହୋଇଥିଲା ସହର । ଆଉ ଦୁଇଟି ସୋମବାରରେ ମଧ୍ୟ ଜଳ ଭାର ଧରି ଆସୁଥିବା କାଉଡିଆମାନଙ୍କ ପାଇଁ ସମସ୍ତ ସୁବିଧା ସହଯୋଗ ଯୋଗାଇ ଦିଆଯିବ ବୋଲି ବାଲୀ ଲୋକନାଥ ମନ୍ଦିର ପରିଚାଳନା କମିଟି ସଭାପତି ବି ବନମାଳୀ, ବଟେଶ୍ୱର ଐତିହ୍ୟ ସଂରକ୍ଷଣ ପରିଚାଳନା କମିଟି କାର୍ଯ୍ୟକାରୀ ସଭାପତି ଶିବ ପ୍ରସାଦ ସ୍ବାଇଁ ଓ ଝାଡେଶ୍ୱର ମନ୍ଦିର ପରିଚାଳନା କମିଟି ସଭାପତି କୃଷ୍ଣ ଚନ୍ଦ୍ର ପଲେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି l

 

 


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?