ପୁଣି କାଉଗୁଡ଼ା ଗ୍ରାମ୍ୟ ଜଙ୍ଗଲ ଜଳୁଛି

ଲାଞ୍ଜିଗଡ଼,୧୦।୩(ଡି.ଏନ.ଏ.): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଶ୍ବନାଥପୁର ବନାଞ୍ଚଳ ସିକେରକୁପା ସେକ୍ସନ କିଡିଙ୍ଗ ବିଟର କାଉଗୁଡ଼ା ଗ୍ରାମ୍ୟ ଜଙ୍ଗଲରେ ନିଆଁ ଲାଗିଛି। ନିଆଁ ଲାଗିବା ଫଳରେ ଜଙ୍ଗଲରେ ଥିବା ଶହଶହ ମୂଲ୍ୟବାନ ଗଛ ପୋଡ଼ି ପାଉଁଶ ହେବାରେ ଲାଗିଛି। କୌଣସି ଦୁର୍ବୃତ୍ତ ନିଆଁ ଜାଣିଶୁଣି ଲଗାଇ ଦେଇଥିବା ଚର୍ଚ୍ଚା ହେଉଥିବାବେଳେ ରାସ୍ତା କଡ଼ରେ ଥିବା ଏହି ଗ୍ରାମ୍ୟ ଜଙ୍ଗଲରେ ନିଆଁ ଲାଗି ବ୍ୟାପିବାରେ ଲାଗିଥିଲେ ହେଁ ବର୍ତ୍ତମାନ ପର୍ଯ୍ୟନ୍ତ ଏ ନେଇ ବନବିଭାଗ ନିକଟରେ କୌଣସି ଖବର ନାହିଁ। ଗତ କିଛି ଦିନ ତଳେ ମୂଷାନାଳ ସେକ୍ସନ ପାତର ଡଙ୍ଗର ନିକଟରେ ଥିବା ଅରବାନ ପ୍ଲାଣ୍ଟରେ ନିଆଁ ଲାଗି ୭ ହଜାର ଗଛ ପୋଡି ଯାଇଥିବା ବେଳେ ମାତ୍ର ଏକ ସପ୍ତାହ ମଧ୍ୟରେ ଉକ୍ତ ସେକ୍ସନର ପଦ୍ମଥପା ଗ୍ରାମ୍ୟ ଜଙ୍ଗଲରେ ନିଆଁ ଲାଗି ମୂଲ୍ୟବାନ ଗଛ ପୋଡି ଯାଇଥିଲା। ସେହିପରି ବିଶ୍ୱନାଥପୁର ସେକ୍ସନ ବକଟପୁର ଜଙ୍ଗଲରେ ନିଆଁ ଲାଗି ମୂଲ୍ୟବାନ ଗଛ ପୋଡି ଯାଇଥିଲା। ଏହା ପରେ ପୋଖରୀ ବନ୍ଦ ନିକଟସ୍ଥ ବରାଘାଟି, ଲାଞ୍ଜିଗଡ଼ ସେକ୍ସନ ଝିମିରି ଜଙ୍ଗଲ, ମୂଷାନାଳ ସେକ୍ସନ ବୁରୀ ଜଙ୍ଗଲ ବହୁ ମୂଲ୍ୟବାନ ଗଛ ପୋଡ଼ି ଯାଇଛି। ଏପରିକି ବନାଗ୍ନି ରୋକିବାକୁ ବନ ବିଭାଗ ଲକ୍ଷଲକ୍ଷ ଟଙ୍କା ଖର୍ଚ୍ଚ କରୁଥିବା ସତ୍ତ୍ବେ ଜଙ୍ଗଲ ନିଆଁକୁ ରୋକିବାକୁ ସଫଳ ହୋଇପାରୁନାହିଁ। ବନବିଭାଗର ଅଧିକାରୀ ଓ କର୍ମଚାରୀମାନଙ୍କ ଦାୟିତ୍ୱହୀନତା ତଥା ଅବହେଳା ଯୋଗୁ ନିଆଁ ଲିଭାଇବା ପାଇଁ ରଖାଯାଇଥିବା ଫାୟାର ଉଆଚରମାନେ ନିଆଁ ଲାଗିବା ଖବର ପାଇ ମଧ୍ୟ ନିଆଁ ଲିଭାଇବା ପାଇଁ ଆଗ୍ରହ ପ୍ରକାଶ କରୁନାହାନ୍ତି। ଏହାଦ୍ବାରା ବିଭିନ୍ନ ଜଙ୍ଗଲରେ ନିଆଁ ଲାଗୁଥିବାବେଳେ ଏହାଦ୍ବାରା କେବଳ ଜଙ୍ଗଲ ପୋଡ଼ି ପାଉଁଶ ହେଉନି ବରଂ ଅଞ୍ଚଳର ଜୈବ ବିବିଧତା ଉପରେ ମଧ୍ୟ ଦୁଷ୍ପ୍ରଭାବ ପକାଉଛି। ଜିଲା ବିଭାଗୀୟ ଉଚ୍ଚସ୍ତରୀୟ କର୍ମଚାରୀ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri