କବିସୂର୍ଯ୍ୟ ହେଉଛନ୍ତି ବଡ଼ଖେମୁଣ୍ଡିିର ଯୋଗଜନ୍ମା ପୁରୁଷ 

ଦିଗପହଣ୍ଡି,୧୬ା୧୧(ଅଶେଷ ନାଥ ମିଶ୍ର): ଓଡ଼ିଶାର ଯୁଗଜନ୍ମା କବିସୂର୍ଯ୍ୟ ବଳଦେବ ରଥଙ୍କ ଜନ୍ମସ୍ଥାନକୁ ନେଇ ସୃଷ୍ଟି ହେଉଥିବା ଅଯଥା ଦ୍ୱନ୍ଦ୍ୱକୁ ବନ୍ଦ କରିବା ପାଇଁ ଦିଗପହଣ୍ଡି ସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ନିବେଦନ କରାଯାଇଛି। ସ୍ଥାନୀୟ ଏନ୍‌ଏସି କାର୍ଯ୍ୟାଳୟ ସଭାଗୃହରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପରିଷଦ ଦୃଢ଼ ଭାବରେ ମତ ଦେଇଛି ଯେ କବିସୂର୍ଯ୍ୟ ହେଉଛନ୍ତି ତତ୍କାଳୀନ ବଡ଼ଖେମୁଣ୍ଡିିର ଯୋଗଜନ୍ମା ପୁରୁଷ।

ସ୍ମୃତି ପରିଷଦର କାର୍ଯ୍ୟକର୍ତ୍ତା ଏବଂ ଗବେଷକ ଡ. ଅନନ୍ତ ରାମ କର କୌଣ୍ଡନ୍ୟ ଉପସ୍ଥିତ ରହି ଐତିହାସିକ ତଥ୍ୟ ଉପସ୍ଥାପନ କରିଥିଲେ। କବିସୂର୍ଯ୍ୟ ବଳଦେବ ରଥ ୧୭୮୯ ମାଘ ମାସ ଶ୍ରୀ ପଞ୍ଚମୀ ତିଥିରେ ତତ୍କାଳୀନ ବଡ଼ଖେମୁଣ୍ଡିିର ବିଜୟନଗର ଗଡ଼ରେ ଜନ୍ମଗ୍ରହଣ କରିଥିଲେ, ଯାହା ବର୍ତ୍ତମାନ ଦିଗପହଣ୍ଡି ବ୍ଲକ୍ ଖମାରୀ ଗାଁ ପଞ୍ଚାୟତରେ ଅବସ୍ଥିତ।

ସ୍ମୃତି ପରିଷଦ ପକ୍ଷରୁ କୁହାଯାଇଛି ଯେ ୧୯୧୦ର ରାଜ୍ୟ ସରକାରଙ୍କ ପାଠ୍ୟ ପୁସ୍ତକ, ଗଞ୍ଜାମ ଗେଜେଟିୟର, ୧୯୨୮ର ପ୍ରଥମ କବିସୂର୍ଯ୍ୟ ଗ୍ରନ୍ଥାବଳୀ, ଗୋପାଳ ପ୍ରହରାଜଙ୍କ ପୂର୍ଣ୍ଣଚନ୍ଦ୍ର ଭାଷାକୋଷ ସମେତ ମୋଟ ୪୯ ଖଣ୍ଡ ପୁସ୍ତକରେ ତାଙ୍କ ଜନ୍ମସ୍ଥାନ ବିଜୟନଗରଗଡ଼ ବୋଲି ସ୍ପଷ୍ଟ ଉଲ୍ଲେଖ ରହିଛି।

ଐତିହାସିକ ଲକ୍ଷ୍ମୀ ନାରାୟଣ ହରିଚନ୍ଦନଙ୍କ ‘ହିଷ୍ଟ୍ରି ଅଫ୍ ଆଠଗଡ଼’ ପୁସ୍ତକରେ କବିସୂର୍ଯ୍ୟଙ୍କ ଜନ୍ମ ଆଠଗଡ଼ରେ ହୋଇଥିବା କଥା କେଉଁଠି ଲେଖା ନ ଥିବା ସ୍ମୃତି କମିଟି ସଭାପତି ଆଇନଜୀବୀ ଅଶେଷ ନାଥ ମିଶ୍ର କହିଥିଲେ।

କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଏହି ସମସ୍ତ ତଥ୍ୟ ସମ୍ବଳିତ ସ୍ମାରକପତ୍ର ଗଞ୍ଜାମ ଅତିରିକ୍ତ ଜିଲାପାଳ (ରାଜସ୍ୱ)ଙ୍କୁ ପ୍ରଦାନ କରାଯାଇଛି। ଲୋକଙ୍କୁ ଭ୍ରମିତ ନ କରି ସମସ୍ତ ଐତିହାସିକ ତଥ୍ୟକୁ ଭିତ୍ତି କରି ରାଜ୍ୟ ସରକାର କବିସୂର୍ଯ୍ୟଙ୍କ ଜନ୍ମ ଦିଗପହଣ୍ଡି ବ୍ଲକ୍ ବିଜୟନଗର ଗଡ଼ ବୋଲି ଘୋଷଣା କରନ୍ତୁ ବୋଲି ଦାବି କରାଯାଇଛି। ଆବଶ୍ୟକ ହେଲେ ଦିଗପହଣ୍ଡି ଦେୱାନୀ ଅଦାଲତରେ ଏ ନେଇ ଅର୍ଜି ଦାଖଲ କରାଯିବ ବୋଲି ସ୍ମୃତି ପରିଷଦ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?