କବିତା ଜଲାନ୍‌ ସିଭିଲ୍‌ ଆଭିଏଶନ ଡିଡିଜି

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଓଡ଼ିଶା କ୍ୟାଡର୍‌ ଆଇପିଏସ୍‌ କବିତା ଜଲାନ୍‌ଙ୍କୁ ବ୍ୟୁରୋ ଅଫ୍‌ ସିଭିଲ୍‌ ଆଭିଏଶନ୍‌ (ବେସାମରିକ ଜାହାଜ ଚଳାଚଳ) ଡିଡିଜି ଭାବେ ନୂଆ ନିଯୁକ୍ତି ମିଳିଛି। ସେ କେନ୍ଦ୍ରୀୟ ଡେପୁଟେସନରେ ଯାଇ ଏହି ପଦବୀରେ ଯୋଗ ଦେବେ। ଜଲାନ୍‌ଙ୍କ ଡେପୁଟେଶନ ନେଇ ଗତ ଫେବୃୟାରୀ ୨୬ରେ ଗୃହ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହାକୁ ଭିତ୍ତି କରି ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ଗତ ୯ତାରିଖରେ ସ୍ପଷ୍ଟ କରାଯାଇଥିଲା। କବିତା ରାଉରକେଲାରେ ପଶ୍ଚିମାଞ୍ଚଳ ଆଇଜି ଭାବେ କାର୍ଯ୍ୟ କରୁଥିଲେ। କେନ୍ଦ୍ରୀୟ ଡେପୁଟେସନରେ ଯିବା ପରେ ସେ ତାଙ୍କ ଦାୟିତ୍ୱ ତାଳଚେର ଏନ୍‌ସିଆର୍‌ ଡିଆଇଜି ଡ଼. ସାର୍ଥକ ଷଡ଼ଙ୍ଗୀଙ୍କୁ ହସ୍ତାନ୍ତର କରିଛନ୍ତି। ସୂଚନା ଅନୁଯାୟୀ, ଉତ୍ତରରପ୍ରଦେଶର କବିତା ୨୦୦୩ ଓଡ଼ିଶା କ୍ୟାଡର ଆଇପିଏସ୍‌ ଅଫିସର। ସେ ଆଇନରେ ମାଷ୍ଟରଡିଗ୍ରୀ ହାସଲ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ଏସ୍‌ପି ଭାବେ କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri