ଶ୍ରୀଭାରତୀ କୃଷ୍ଣ ଗଣିତ ପ୍ରତିଭା ପରୀକ୍ଷାରେ ରାଜ୍ୟରେ ପ୍ରଥମ ହେଲେ କାବ୍ୟେଶ, ପାଟଣା ପାଇଁ ଆଣିଲେ ଗୌରବ

ପାଟଣା, ୨୬।୪ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ସପ୍ତମ ଶ୍ରେଣୀ ଛାତ୍ର କାବ୍ୟେଶ ବେହେରା ବିଦ୍ୟାଳୟ ତଥା ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ଶିକ୍ଷା ବିକାଶ ସମିତି, ଓଡ଼ିଶା ଦ୍ୱାରା ପରିଚାଳିତ ୨୦୨୫-୨୬ ଶିକ୍ଷାବର୍ଷର ’ଶ୍ରୀଭାରତୀ କୃଷ୍ଣ ଗଣିତ ପ୍ରତିଭା ପରୀକ୍ଷା’ରେ ସେ ସମଗ୍ର ଓଡ଼ିଶାରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଏଥିସହ ପ୍ରାଦେଶିକ ମେଧା ପରିକ୍ଷାରେ ସପ୍ତମ ସ୍ଥାନ ରଖିଛନ୍ତି।

କାବ୍ୟେଶ ହେଉଛନ୍ତି ତୁରୁମୁଙ୍ଗାର ଶିକ୍ଷକ ଦମ୍ପତି ସତ୍ୟ ସୁନ୍ଦର ବେହେରା ଓ ସଂଘମିତ୍ରା ସାହୁଙ୍କ ଏକମାତ୍ର ପୁତ୍ର। ତାଙ୍କର ଏହି ଅସାଧାରଣ ସଫଳତା ପାଇଁ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି।

ଛାତ୍ରଙ୍କ ଏହି କୃତିତ୍ୱ ପାଇଁ ବିଦ୍ୟାଳୟର ସଭାପତି ପ୍ରଦୀପ କୁମାର ସାହୁ, ଉପ-ସଭାପତି ସୁଧାଂଶୁ ଶେଖର ସାହୁ, ସମ୍ପାଦକ ପ୍ରମୋଦ କୁମାର ସାହୁ ଏବଂ ପ୍ରଧାନ ଆଚାର୍ଯ୍ୟ ଚିତ୍ତରଞ୍ଜନ ମହାନ୍ତଙ୍କ ସମେତ ବିଦ୍ୟାଳୟର ସମସ୍ତ ଆଚାର୍ଯ୍ୟ ଓ ଆଚାର୍ଯ୍ୟାମାନେ କାବ୍ୟେଶଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଆଗାମୀ ଦିନରେ ସେ ଜଣେ ସୁଦକ୍ଷ ଗଣିତଜ୍ଞ ହୋଇ ଦେଶର ନାଁ ରଖନ୍ତୁ ବୋଲି ସମସ୍ତେ ଆଶା ପ୍ରକଟ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri