Posted inଜାତୀୟ

ବନ୍ୟା ଘେରରେ କାଜିରଙ୍ଗା ଜାତୀୟ ଉଦ୍ୟାନ; ୧୧୪ ବନ୍ୟଜନ୍ତୁ ମୃତ

ଗୁଆହାଟୀ, ୬।୭: ଆସାମ ବନ୍ୟା ବିଭୀଷିକାରୁ ପ୍ରସିଦ୍ଧ କାଜିରଙ୍ଗା ଜାତୀୟ ଉଦ୍ୟାନ ବାଦ୍‌ ପଡ଼ିନାହିଁ। ଏହି ଭୟଙ୍କର ବନ୍ୟାରେ କାଜିରଙ୍ଗା ଜାତୀୟ ଉଦ୍ୟାନର ୧୧୪ ବନ୍ୟଜନ୍ତୁଙ୍କର ମୃତ୍ୟୁ ଘଟିଛି। ସେହିପରି ଶନିବାର ସୁଦ୍ଧା ୯୫ ବନ୍ୟଜନ୍ତୁଙ୍କୁ ଉଦ୍ଧାର କରାଯାଇଥିବା ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ବନ୍ୟାଜଳରେ ବୁଡ଼ିଯାଇ ୪ ଗଣ୍ଡା ୯୪ ହଗ୍‌ ହରିଣଙ୍କର ମୃତ୍ୟୁ ଘଟିଛି।

ଜଙ୍ଗଲର କର୍ମଚାରୀଙ୍କ ଦ୍ୱାରା ଉଦ୍ଧାର ହୋଇଥିବା ବନ୍ୟଜନ୍ତୁଙ୍କ ମଧ୍ୟରେ ୮୬ ହଗ୍‌ ହରିଣ ୨ଟି ଲେଖାଁଏ ସାମ୍ବର ହରିଣ, ପେଚା ଓ ଜଙ୍ଗଲୀ ବିଲେଇ ଏବଂ ଗୋଟିଏ ଲେଖାଁଏ ହାତୀ, ଓଧ ଓ ଭାରତୀୟ ଠେକୁଆଙ୍କୁ ଉଦ୍ଧାର କରାଯାଇଛି। ସେହିପରି ଚିକିତ୍ସା ପରେ ୫୦ ବନ୍ୟଜନ୍ତୁଙ୍କୁ ଛାଡ଼ିଦିଆଯାଇଥିବାବେଳେ ୩୪ ବନ୍ୟପ୍ରାଣୀଙ୍କର ଚିକିତ୍ସା ଏବେମଧ୍ୟ ଚାଲିଛି।

ଅନ୍ୟପକ୍ଷରେ, ଚିକିତ୍ସା ଚାଲିଥିବାବେଳେ ୧୧ ବନ୍ୟପ୍ରାଣୀ ପ୍ରାଣ ହରାଇଛନ୍ତି। ତେବେ ଏହି ବନ୍ୟା ଯୋଗୁ କାଜିରଙ୍ଗା ଜାତୀୟ ଉଦ୍ୟାନରେ ନିକଟ ଅତୀତରେ ସର୍ବାଧିକ ବନ୍ୟଜନ୍ତୁଙ୍କ ମୃତ୍ୟୁ ଘଟିଥିବା ଆସାମ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ କୁହାଯାଇଛି। ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ ବନ ବିଭାଗର କର୍ମଚାରୀମାନେ ଏହି ଜାତୀୟ ଉଦ୍ୟାନରେ ଥିବା ବିଭିନ୍ନ କ୍ୟାମ୍ପରେ ରହି ପାଟ୍ରୋଲିଂ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri