କେବିଏନ୍‌ ଗ୍ୟାଙ୍ଗ ମୁଖ୍ୟ ବୁବୁ ଜେନା ପୁଣି ଗିରଫ

ଭୁବନେଶ୍ୱର,୪।୨(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଏମ୍ବାସି ବାର୍‌ ଭଙ୍ଗାରୁଜା ଏବଂ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ଫେରାର ଥିବା ଅନ୍ୟଜଣେ ଅଭିଯୁକ୍ତ ତଥା କେବିଏନ ଗ୍ୟାଙ୍ଗର ମୁଖ୍ୟଙ୍କୁ ମାସକ ପରେ ଧରିଛି ପୋଲିସ। ସେ ହେଲେ ଏୟାରପୋର୍ଟ ଥାନା ଅଞ୍ଚଳରେ ରହୁଥିବା କେନ୍ଦ୍ରାପଡାର ବୁବୁ ଜେନା ଓରଫ ଦେବୀ ପ୍ରସାଦ ଜେନା। ତାଙ୍କଠାରୁ ଗୋଟିଏ କାର୍‌ ଜବତ ହୋଇଛି। କିନ୍ତୁ ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ଏକ ନିର୍ଦ୍ଦିଷ୍ଟ ଦଳର ଛାତ୍ର ନେତା ସଞ୍ଜୀବ ସ୍ବାଇଁ ଏବେ ବି ଫେରାର ରହିଥିବା ଜଣାପଡିଛି। ସେହିପର ଏହି ଘଟଣାରେ ପୂର୍ବରୁ ୩୪ଜଣ ଗିରଫ ହୋଇ ସାରିଛନ୍ତି। ଅଭିଯୁକ୍ତ ବୁବୁଙ୍କ ନାଁରେ ଖଣ୍ଡଗିରି ଥାନାରେ ସର୍ବାଧିକ ୧୦ଟି ଅପରାଧିକ ମାମଲା ରହିଥିବାବେଳେ ନୟାପଲ୍ଲୀ ଥାନାରେ ୫ଟି ଏବଂ କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ରାଜନଗର ଥାନାରେ ଗୋଟିଏ ଆପରାଧିକ ମାମଲା ରହିଥିବା ତଦନ୍ତରୁ ଜଣାପଡିଛି। ଅଭିଯୁକ୍ତ ଜଣକ କ୍ରମାଗତ ଭାବେ ବିଭିନ୍ନ ଆପରାଧିକ ମାମଲାରେ ସମ୍ପୃକ୍ତ ରହୁଥିବାରୁ ତାଙ୍କ ବିରୋଧରେ ସିଆର୍‌ପିସି -୧୧୦ ଧାରା ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବା ଲାଗି ପଦକ୍ଷେପ ନିଆଯାଉଛି।
ସୂଚନାନୁଯାୟୀ, ଜାନୁୟାରୀ ୭ ବିଳମ୍ବିତ ରାତିରେ ଲକ୍ଷ୍ମୀସାଗର ଥାନା ଅଞ୍ଚଳର ଛାତ୍ରନେତା ସଞ୍ଜୀବ ସାଙ୍ଗଙ୍କ ସହ ଦେବକୁଣ୍ଡ ଅଭିମୁଖେ ପିକ୍‌ନିକ୍‌ ଯିବାକୁ ବାହାରିଥିଲେ। ଯିବାପୂର୍ବରୁ ମଦ ପିଇବାକୁ ଘଟଣାଦିନ ଏମ୍ବାସି ବାରକୁ ସଞ୍ଜୀବ ଯାଇଥିବାବେଳେ ସେଠାରେ ସିକ୍ୟୁରିଟି ଗାର୍ଡ ଗେଟ ନ ଖୋଲିବାରୁ ଉଭୟଙ୍କ ମଧ୍ୟରେ ଯୁକ୍ତି ତର୍କ ଆରମ୍ଭ ହୋଇଥିଲା। ଏହାପରେ ସଞ୍ଜୀବ ବରମୁଣ୍ଡା ବସଖଷ୍ଟାଣ୍ଡରେ ଅପେକ୍ଷା କରିଥିବା ତାଙ୍କର ସାଙ୍ଗମାନଙ୍କୁ ଫୋନ କରି ଡ଼ାକିଥିଲେ। ପିକନିକ ପାଇଁ ବାହାରିଥିବା ସମସ୍ତେ ଏକାଠି ହୋଇ ବସ ସହାୟତାରେ ଘଟଣା ସ୍ଥଳରେ ପହଞ୍ଚତ୍ ବାର୍‌ କର୍ମଚାରୀଙ୍କୁ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିବା ସହିତ ମୁନିଆ ପଥର ସାହାଯ୍ୟରେ ମରଣାନ୍ତକ ଆକ୍ରମଣ କରିଥିଲେ। ଏହାସହ ବାର୍‌ର ସମସ୍ତ ଆସବାବପତ୍ର ସବୁକୁ ବାଡ଼େଇ ଭାଙ୍ଗି ଦେଇଥିଲେ। ଏନେଇ ବାରର ମ୍ୟାନେଜର ଚନ୍ଦ୍ରଶେଖରପୁର ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri