ବନ୍ଧୁକ କାରବାରରେ କେବିଏନ୍‌ ଗ୍ୟାଙ୍ଗ

ଭୁବନେଶ୍ୱର, ୨୮।୧୧(ବ୍ୟୁରୋ): ଅପରାଧ ଘଟାଇ ଭିଡିଓ ଭାଇରାଲ କରି ରାଜଧାନୀରେ ଆତଙ୍କ ଖେଳାଇଥିବା ବୁବୁ ଜେନାଙ୍କ କେବିଏନ୍‌ ଗ୍ୟାଙ୍ଗ ସମ୍ପର୍କରେ ତଦନ୍ତବେଳେ କମିଶନରେଟ ପୋଲିସକୁ ସଫଳତା ମିଳିଛି। ଶନିବାର ସ୍ପେଶାଲ ସ୍କ୍ବାଡ୍‌ ଓ ନୟାପଲ୍ଲୀ ଥାନା ପୋଲିସ ନୟାପଲ୍ଲୀ ଆଇଆର୍‌ସି ଭିଲେଜସ୍ଥିତ ସ୍ବପ୍ନେଶ୍ୱର ମନ୍ଦିର ନିକଟରେ ଚଢ଼ାଉ କରି ଜଣଙ୍କୁ ଧରିବା ସହ ତାଙ୍କଠାରୁ ୨ଟି ପିସ୍ତଲ ଜବତ କରିଛି। ତେବେ ଗୁଳି ଫୁଟାଇ ଅନ୍ୟ କେତେଜଣ ଘଟଣାସ୍ଥଳରୁ ଖସିଯାଇଥିବାବେଳେ ଧରାପଡିଥିବା ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ଏକ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରୁଛି। ଗ୍ୟାଙ୍ଗ ଓ ଚୋରା ବନ୍ଧୁକ କାରବାର ସଂକ୍ରାନ୍ତରେ ତାଙ୍କଠାରୁ ପୋଲିସ କେତେକ ତଥ୍ୟ ହାସଲ କରିଛି। ସେ ଜଣେ ପେସାଦାର ଅପରାଧୀ ହୋଇଥିବାବେଳେ ତାଙ୍କ ନାମରେ ଭୁବନେଶ୍ୱର ସମେତ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଥିବା ପୋଲିସ ଜାଣିବାକୁ ପାଇଛି। ଏଥିସହ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ବିଭିନ୍ନ ବାର୍‌, ହୋଟେଲରେ ଚଢାଉ ଜାରି ରହିଥିବାବେଳେ ତଦନ୍ତରେ ବାଧା ଉପୁଜିବା ଆଶଙ୍କାରେ ପୋଲିସ ଏ ସମ୍ପର୍କରେ କୌଣସି ତଥ୍ୟ ପ୍ରଘଟ କରୁନାହିଁ। ସୂଚନା ମୁତାବକ, ସ୍ପେଶାଲ ସ୍କ୍ବାଡ୍‌ କବ୍‌ଜାରେ ଥିବା ଅଭିଯୁକ୍ତ କେବିଏନ୍‌ ଗ୍ୟାଙ୍ଗ ସହ ହାତ ମିଳାଇ ଲୁଟ୍‌ପାଟ୍‌ କରୁଥିଲେ। ଏଥିସହ ରାଜ୍ୟ ବାହାରୁ ଚୋରା ବନ୍ଧୁକ ଆଣି ଭୁବନେଶ୍ୱରରେ ବିଭିନ୍ନ ଅସାମାଜିକ ଯୁବକ ଓ କଲେଜ ଛାତ୍ରଙ୍କୁ କମ୍‌ ଦାମରେ ବିକ୍ରି କରୁଥିଲେ। ଏପରି କି ଏହି ବନ୍ଧୁକ ସାହାଯ୍ୟରେ ଗ୍ୟାଙ୍ଗ୍‌ ସଦସ୍ୟମାନେ ବେଶ୍‌ ସକ୍ରିୟ ହୋଇଉଠିଥିଲେ। ପୂର୍ବରୁ ଗିରଫ ହୋଇଥିବା ଗ୍ୟାଙ୍ଗ ସଦସ୍ୟଙ୍କୁ ପଚରାଉଚରାବେଳେ ବନ୍ଧୁକ କାରବାର ଓ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତଙ୍କ ସମ୍ପର୍କରେ ସୂଚନା ମିଳିଥିଲା। ତେଣୁ ଏହାକୁ ଧରିବା ପାଇଁ ସ୍ପେଶାଲ ସ୍କ୍ବାଡ୍‌ ଓ ନୟାପଲ୍ଲୀ ଥାନା ପୋଲିସ ଯୋଜନା ପ୍ରସ୍ତୁତ କରି ଅଭିଯୁକ୍ତଙ୍କ ଉପରେ ନଜର ରଖିଥିଲା। ଶୁକ୍ରବାର ବିଳମ୍ବିତ ରାତିରେ ଗ୍ୟାଙ୍ଗର ସଦସ୍ୟମାନେ ଆଇଆର୍‌ସି ଭିଲେଜ ନିକଟ ସ୍ବପ୍ନେଶ୍ୱର ମନ୍ଦିରରେ ବସି ଅପରାଧ ପାଇଁ ଯୋଜନା କରୁଥିଲେ। ଖବରପାଇ ମିଳିତ ପୋଲିସ ଟିମ୍‌ ସେଠାରେ ଚଢ଼ାଉ କରିଥିଲା। ଏହି ସମୟରେ ଅଭିଯୁକ୍ତମାନେ ଫାଙ୍କା ଗୁଳି ଚାଳନା କରି ଖସିଯାଉଥିବାବେଳେ ଜଣକୁ ପୋଲିସ କାବୁ କରିନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri