Posted inଜାତୀୟ

ନୂଆ ସଚିବାଳୟ ଲୋକାର୍ପଣ କଲେ କେସିଆର୍‌

ହାଇଦ୍ରାବାଦ,୧ା୫: ସମ୍ବିଧାନ ପ୍ରଣେତା ବାବା ଭୀମରାଓ ଆମ୍ବେଡ୍‌କରଙ୍କ ନାମାନୁସାରେ ତେଲଙ୍ଗାନାର ନୂଆ ସଚିବାଳୟର ନାମକରଣ କରାଯାଇଛି। ଜନ ପ୍ରତିନିଧିମାନେ ଓ ସମ୍ପୂର୍ଣ୍ଣ ସରକାରୀ ବ୍ୟବସ୍ଥା ଭାରତୀୟ ସମ୍ବିଧାନର ସ୍ଥପତି ଅମ୍ବେଡକରଙ୍କ ଆଦର୍ଶକୁ ହୃଦୟଙ୍ଗମ କରିବା ଦିଗରେ କାର୍ଯ୍ୟ କରିବା ଉଚିତ ବୋଲି ରବିବାର ନବନିର୍ମିତ ସଚିବାଳୟକୁ ଲୋକାପର୍ଣ କରିବା ଅବସରରେ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ କହିଛନ୍ତି।
ଏକର ବିସ୍ତୃତ ଭୂମିରେ ନିର୍ମିତ ଏହି ସଚିବାଳୟ କମ୍ପ୍ଲେକ୍ସର ଉଚ୍ଚତା ହେଉଛି ୨୬୫ ମିଟର। ମୋଟ ୧୦,୫୧,୬୭୬ ବର୍ଗ ଫୁଟ୍‌ ଜାଗାରେ ନିର୍ମାଣ କାର୍ଯ୍ୟ ହୋଇଛି। ଏହାର ଉଦ୍‌ଘାଟନୀ ସଭାରେ ଭାରତ ରାଷ୍ଟ୍ର ସମିତି (ବିଆର୍‌ଏସ୍‌) ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ କେସିଆର୍‌ କହିଛନ୍ତି, ସେ ଏହି ଭବ୍ୟ ସଚିବାଳୟ କମ୍ପ୍ଲେକ୍ସକୁ ଲୋକାର୍ପିତ କରି ନିଜକୁ ଧନ୍ୟ ମଣୁଛନ୍ତି। ଆମ୍ବେଡ୍‌କରଙ୍କ ଆଦର୍ଶକୁ ଆଗକୁ ବଢ଼ାଇବା ପାଇଁ ସଚିବାଳୟକୁ ନିୟମିତ ଆସୁଥିବା ସମସ୍ତ ମନ୍ତ୍ରୀ ଓ କର୍ମଚାରୀ ତାଙ୍କ ନାମ ଏବଂ ସନ୍ଦେଶକୁ ହୃଦୟଙ୍ଗମ କରି ଜନସେବାରେ ନିଜକୁ ନିୟୋଜିତ କରିବା ଉଚିତ। ତେଲଙ୍ଗାନା ନାମରେ ସ୍ବତନ୍ତ୍ର ରାଜ୍ୟ ଗଠନ ସକାଶେ ସେ ଗାନ୍ଧିଜୀଙ୍କ ଆଦର୍ଶକୁ ଅନୁସରଣ କରିଥିଲେ। ଆମ୍ବେଡ୍‌କରଙ୍କ ଦୂରଦୃଷ୍ଟି ଯୋଗୁ ସମ୍ବିଧାନର ଅନୁଚ୍ଛେଦ ୩ ଅନୁସାରେ ନୂଆ ରାଜ୍ୟ ଗଠନ ସମ୍ଭବ ହୋଇପାରିଥିଲା। ଏହି ଅବସରରେ କେସିଆର୍‌ ବିରୋଧୀଙ୍କୁ ଟାର୍ଗେଟ କରି କହିଥିଲେ, ନୂଆ ସଚିବାଳୟ ପ୍ରତିଷ୍ଠା ହେବାର ତାତ୍ପର୍ଯ୍ୟ ନୁହେଁ ଯେ, ପୁରୁଣା କୋଠାକୁ ଭାଙ୍ଗିଦେବା। ରାଜ୍ୟକୁ କମ୍‌ ସମୟ ମଧ୍ୟରେ ବିଭିନ୍ନ କ୍ଷେତ୍ରରେ ବିକାଶ ପାଇଁ ଅନେକ ଲକ୍ଷ କୋଟି ଟଙ୍କାର ନିବେଶ ଆସିପାରିଛି। ଏହା ଏକ ବଡ଼ ସଫଳତା ବୋଲି କେସିଆର୍‌ କହିଛନ୍ତି। ଏହି ଅବସରରେ ରାଜ୍ୟର ସମସ୍ତ ମନ୍ତ୍ରୀ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?